ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି: ଲୋକାରଣ୍ୟ ବଡ଼ଦାଣ୍ଡ, ଆଉ କିଛି ସମୟପରେ ସ୍ନାନ କରିବେ ଶ୍ରୀଜିଉ
ପୁରୀ : ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଭୋର ୫ଟାରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇ ୭ଟାରେ ସରିବା ପରେ ସ୍ନାନବେଦୀ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ ହୋଇଛନ୍ତି। ଆଉ କିଛି ସମୟ ପରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନାକୂଅରୁ ୧୦୮ ଗଡ଼ୁ […]
ପୁରୀ : ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଭୋର ୫ଟାରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇ ୭ଟାରେ ସରିବା ପରେ ସ୍ନାନବେଦୀ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ ହୋଇଛନ୍ତି।

ଆଉ କିଛି ସମୟ ପରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନାକୂଅରୁ ୧୦୮ ଗଡ଼ୁ ଜଳ ଆଣି ଜଳ ଗୃହରେ ରଖିଛନ୍ତି। ଚୁଆ, ଚନ୍ଦନ, କର୍ପୁର ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ଗରାବଡୁ ସେବକମାନେ ୧୦୮ ଗଡ଼ୁ ଜଳ ନେଇ ୪ଟି ପନ୍ତିରେ ସ୍ନାନବେଦୀରେ ରଖିବେ। ମଧ୍ୟାହ୍ନ ୧୨ଟା ୨୦ରୁ ସ୍ନାନବିଧି ଆରମ୍ଭ କରାଯିବ। ଜଳ ବିଜେ ଓ ପୂଜା ପରେ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନ ନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିବେ। ଅପରାହ୍ନ ସାଢେ ୩ଟାରେ ଛେରାପହଁରା ନୀତି ସମ୍ପନ୍ନ ହେବା ପରେ ଅପରାହ୍ନ ୪ଟା ୩୦ରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହେବ। ଏହି ବେଶ ଥାଇ ଘଣ୍ଟ ଛତା ସକାଳ ଧୂପ ଭୋଗ ସରିବ।

ଏହାପରେ ସନ୍ଧ୍ୟା ସାଢେ ୭ରୁ ରାତି ସାଢେ ୧୦ଟା ଅର୍ଥାତ୍ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି। ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପ ଉପରକୁ ଯାଇ ଦର୍ଶନ କରିବେ କିନ୍ତୁ କେହି ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ। ରାତି ୧୧ଟାରେ ହାତୀବେଶ ମଇଲମ ହେବ। ଏହାପରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ସରିବା ପରେ ମହାପ୍ରଭୁ ସ୍ନାନବେଦୀରୁ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିବେ। ରାତି ସାଢେ ୧୧ଟାରୁ ୨ଟା ମଧ୍ୟରେ ବାହୁଡା ପହଣ୍ଡି ଶେଷ କରାଯିବା ଲାଗି ସମୟ ନିର୍ଘଣ୍ଟ ହୋଇଛି। ଏହାପରେ ରାତି ସାଢେ ୨ଟାରେ ସୁନାଚିତା ଓ ରାହୁରେଖା ମଇଲମ ହୋଇ ତାଟି ବନ୍ଧା ଯିବ। ଆରମ୍ଭ ହେବ ଅଣସର ନୀତି। ସ୍ନାନ ପରେ ଜ୍ୱରରେ ପଡିବେ ମହାପ୍ରଭୁ। ଏହାପରେ ଉପଶମ ପାଇଁ ଚାଲିବ ଉପଚାର। ଦଇତାପତି ସେବକମାନେ ଏହି ଗୁପ୍ତ ସେବା କରିବେ। ମହାପ୍ରଭୁ ସୁସ୍ଥ ହେବା ପରେ ଜୁନ୍ ୨୭ ତାରିଖରେ ରଥରେ ବସି ଯିବେ ଜନ୍ମବେଦୀକୁ।