ଆସିଲା ଡିସେମ୍ବର ମାସ ପାଇଁ ନୂଆ କୋଭିଡ ଗାଇଡଲାଇନ: ସଂକ୍ରମଣ ବୃଦ୍ଧି ଆଶଙ୍କା, ନୂଆବର୍ଷ ପାଳନ ଉପରେ ଲାଗିଲା କଟକଣା

The Sakala Picture
Published On

ଭୁବନେଶ୍ୱର: ଡିସେମ୍ବର ମାସ ପାଇଁ କରୋନା ଗାଇଡଲାଇନ୍ ଜାରି କରିଛନ୍ତି ଏସଆରସି । ବିଦେଶରେ ଭୂତାଣୁର ନୂଆ ଭାରିଆଣ୍ଟ ଯୋଗୁଁ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ସଜାଗ ଅଛନ୍ତି ରାଜ୍ୟ ସରକାର । ଜନଗହଳି ଯୋଗୁଁ ସଂକ୍ରମଣ ଆଶଙ୍କା ଥିବାରୁ ଜିରୋ ନାଇଟ୍ ସେଲିବ୍ରେସନ୍, ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଡିସେମ୍ବର ୧ ତାରିଖରୁ ଜାନୁଆରୀ ୧ ଯାଏଁ ଏହି ଗାଇଡଲାଇନ୍ ବଳବତ୍ତର ରହିବ । ସାଧାରଣତଃ ଲୋକେ ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ, ପାର୍କ […]

ଭୁବନେଶ୍ୱର: ଡିସେମ୍ବର ମାସ ପାଇଁ କରୋନା ଗାଇଡଲାଇନ୍ ଜାରି କରିଛନ୍ତି ଏସଆରସି । ବିଦେଶରେ ଭୂତାଣୁର ନୂଆ ଭାରିଆଣ୍ଟ ଯୋଗୁଁ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ସଜାଗ ଅଛନ୍ତି ରାଜ୍ୟ ସରକାର । ଜନଗହଳି ଯୋଗୁଁ ସଂକ୍ରମଣ ଆଶଙ୍କା ଥିବାରୁ ଜିରୋ ନାଇଟ୍ ସେଲିବ୍ରେସନ୍, ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଡିସେମ୍ବର ୧ ତାରିଖରୁ ଜାନୁଆରୀ ୧ ଯାଏଁ ଏହି ଗାଇଡଲାଇନ୍ ବଳବତ୍ତର ରହିବ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ସାଧାରଣତଃ ଲୋକେ ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ, ପାର୍କ ଓ ସର୍ବସାଧାରଣ ସ୍ଥାନରେ ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସେଲିବ୍ରେସନ କରିଥାନ୍ତି । ଏଥିରେ ପ୍ରବଳ ଲୋକ ଏକାଠି ହେଉଥିବାରୁ ସଂକ୍ରମଣ ଭୟ ରହିଛି । ଫଳରେ ରାଜ୍ୟବ୍ୟାପୀ ନୂଆବର୍ଷ ପାଳନ ଉପରେ କଟକଣା ଲାଗୁ କରାଯାଇଛି । ଏପରିକି ନୂଆବର୍ଷରେ ସର୍ବସାଧାରଣ ସ୍ଥଳରେ ଭୋଜିଭାତ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏହି ସମୟରେ ଲୋକଙ୍କୁ ସବୁଜ ବାଣ ଫୁଟାଇବା ପାଇଁ ଅନୁମତି ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୂର୍ବଭଳି ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ । ସାମାଜିକ, ଧାର୍ମିକ ଓ ରାଜନୈତିକ କାର୍ଯ୍ଯକ୍ରମ ହୋଇପାରିବ ନାହିଁ । ବାଣିଜ୍ୟ ମେଳା, ପ୍ରଦର୍ଶନୀ ମଧ୍ୟ ବନ୍ଦ ରହିବ । ତେବେ ଯାତ୍ରା ଓ ସାଂସ୍କୃତିକ କାର୍ଯ୍ଯକ୍ରମ ସ୍ଥାନୀୟ ପ୍ରଶାସନ ଅନୁମତି କ୍ରମେ ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ ହୋଇପାରିବ । କୋଭିଡ୍ କଟକଣା ମଧ୍ୟରେ ୫୦ ପ୍ରତିଶତ ସିଟ୍ କ୍ଷମତାରେ ସିନେମା ହଲ୍ ଚାଲିବ । ବାହାଘର, ବ୍ରତଘର ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସର୍ବାଧିକ ୨୫୦ ଜଣ ସାମିଲ୍ ହୋଇପାରିବେ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର