ଆଜି ଶପଥ ନେବେ ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ

ଭୁବନେଶ୍ବର: ଆଜି ଶପଥ ନେବେ ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ପୂର୍ବାହ୍ନ ୧୦ଟା ୪୫ରୁ ୧୧ଟା ୧୫ ମିନିଟ ମଧ୍ୟରେ ବିଧାନସଭାରେ ସେ ଶପଥ ଗ୍ରହଣ କରିବେ। ଉପ ବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଝାରସୁଗୁଡ଼ାର ଲୋକମାନଙ୍କ ଜୀବନରେ […]

ଭୁବନେଶ୍ବର: ଆଜି ଶପଥ ନେବେ ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ପୂର୍ବାହ୍ନ ୧୦ଟା ୪୫ରୁ ୧୧ଟା ୧୫ ମିନିଟ ମଧ୍ୟରେ ବିଧାନସଭାରେ ସେ ଶପଥ ଗ୍ରହଣ କରିବେ। ଉପ ବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।

ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଝାରସୁଗୁଡ଼ାର ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେବା ପରେ ଗଣମାଧ୍ୟମକୁ ଦୀପାଳି କହିଛନ୍ତି ଯେ ଏହି ବିଜୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର, ସ୍ୱର୍ଗତ ନବ ଦାସଙ୍କର, ଝାରସୁଗୁଡ଼ାବାସୀଙ୍କର। ଉପନିର୍ବାଚନ ପାଇଁ ସମସ୍ତେ ବହୁତ ପରିଶ୍ରମ କରିଛନ୍ତି। ସମସ୍ତଙ୍କୁ ଭେଟି ସେମାନଙ୍କ ନିକଟରୁ ଆଶୀର୍ବାଦ ନେବା ସହ କୃତଜ୍ଞତା ଜଣାଇବି। ଝାରସୁଗୁଡ଼ାର ନୂତନ ନିର୍ମାଣ ବାପାଙ୍କ ସ୍ୱପ୍ନ ଥିଲା। ବାପାଙ୍କ ଦ୍ୱାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ମୋ ବାପା ଝାରସୁଗୁଡ଼ାରେ ହାର୍ଟ ହସ୍ପିଟାଲ, କ୍ୟାନସର ହସ୍ପିଟାଲ, ଓଭରବ୍ରିଜ ଏବଂ ଡାଇଗ୍ନୋଷ୍ଟିକ୍‌ ସେଣ୍ଟରର ନିର୍ମାଣ ସ୍ୱପ୍ନ ଦେଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସ୍ୱପ୍ନ ସାକାର କରିବି ବୋଲି ଦୀପାଳି କହିଛନ୍ତି।

About The Author: The Sakala