ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ। ଗୁରୁବାର ରାତିରେ ଜାଗମରା ଗଣ୍ଡମୁଣ୍ଡା ରାସ୍ତାରେ ସଂଘବଦ୍ଧ ଆକ୍ରମଣ ଓ ଲୁଟ। ଡେଲିଭେରୀ ସାରି ଷ୍ଟୋରକୁ ଫେରୁଥିବା ବେଳେ ତାପସ ବେହେରା ନାମକ ଯୁବକଙ୍କୁ ପଛପଟୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ଖଣ୍ଡା ଚୋଟରେ ତାଙ୍କ ଦେହର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଛି ।  ଲୁଟ୍ ଉଦ୍ଦେଶ୍ୟରେ ଆକ୍ରମଣ ହୋଇଥିବା ଆହତ ଯୁବକ ଅଭିଯୋଗ କରିଛନ୍ତି । ଆକ୍ରମଣ ପରେ ଦୁର୍ବୃତ୍ତମାନେ ତାଙ୍କ ମୋବାଇଲ ଫୋନ୍ ଓ ନଗଦ ଟଙ୍କା ଛଡ଼ାଇ ନେଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଖଣ୍ଡଗିରି ଥାନା ପୋଲିସ ଛାନଭିନ ଜାରି ରଖିଛି ।

About The Author: Madhusudan Das