ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି, ଗାଡ଼ି ଚଳାଚଳ ବାଧାପ୍ରାପ୍ତ

The Sakala Picture
Published On

ଭୁବନେଶ୍ୱର: ଘନ କୁହୁଡ଼ି ଯୋଗୁଁ ଅସ୍ତବ୍ୟସ୍ତ ରାଜ୍ୟବାସୀ । ବାଧାପ୍ରାପ୍ତ ହୋଇଛି ଗାଡ଼ି ଚଳାଚଳ । ଆଜି ସକାଳୁ ସକାଳୁ ପ୍ରବଳ କୁହୁଡ଼ି ପାଇଁ ରାସ୍ତାରେ ଦୃଶ୍ୟମାନ ଦୂରତା ବହୁତ କମ ରହିଛି । ତେଣୁ ଦୁର୍ଘଟଣାର ଭୟ ମଧ୍ୟ ବଢ଼ିଛି । ୨୯ ତାରିଖରେ ମଧ୍ୟ ୧୪ ଜିଲ୍ଲାକୁ ଏବଂ ୩୦ ତାରିଖରେ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଘନ କୁହୁଡ଼ି ଅନୁଭୂତ ହେଉଛି। ଏହି ସ୍ଥିତି […]

ଭୁବନେଶ୍ୱର: ଘନ କୁହୁଡ଼ି ଯୋଗୁଁ ଅସ୍ତବ୍ୟସ୍ତ ରାଜ୍ୟବାସୀ । ବାଧାପ୍ରାପ୍ତ ହୋଇଛି ଗାଡ଼ି ଚଳାଚଳ । ଆଜି ସକାଳୁ ସକାଳୁ ପ୍ରବଳ କୁହୁଡ଼ି ପାଇଁ ରାସ୍ତାରେ ଦୃଶ୍ୟମାନ ଦୂରତା ବହୁତ କମ ରହିଛି । ତେଣୁ ଦୁର୍ଘଟଣାର ଭୟ ମଧ୍ୟ ବଢ଼ିଛି । ୨୯ ତାରିଖରେ ମଧ୍ୟ ୧୪ ଜିଲ୍ଲାକୁ ଏବଂ ୩୦ ତାରିଖରେ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଘନ କୁହୁଡ଼ି ଅନୁଭୂତ ହେଉଛି। ଏହି ସ୍ଥିତି ଆଗାମୀ ୨-୩ ଦିନ ଯାଏଁ ଜାରି ରହିବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣରେ କୁହୁଡ଼ିର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଘନ କୁୁହଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ କ୍ଷମତା ୫୦ ମିଟର ତଳକୁ ରହିବା ନେଇ ଆଶଙ୍କା ରହିଛି। କିଛି ସ୍ଥାନରେ ଜିରୋ ଭିଜିବିଲିଟି ଅନୁଭୂତ ହେବା ନେଇ ମଧ୍ୟ ଆଶଙ୍କା କରାଯାଉଛି। ତେଣୁ ଘନ କୁହୁଡି ସମୟରେ ଘାଟି ରାସ୍ତାରେ ଗାଡ଼ି ନ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି। ବିଶେଷ କରି ରାତି ୨ଟାରୁ ସକାଳ ୯ ଟା ପର୍ଯ୍ୟନ୍ତ କୁହୁଡ଼ିର ପ୍ରଭାବ ସବୁଠୁ ଅଧିକ ରହିବାକୁ ଥିବାରୁ ଏହି ସବୁ ଜିଲ୍ଲାରେ ସତର୍କତାର ସହ ଗାଡ଼ି ଚଳାଇବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

28 Jan 2025 By The Sakala

ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି, ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ୱର: ଘନ କୁହୁଡ଼ି ଯୋଗୁଁ ଅସ୍ତବ୍ୟସ୍ତ ରାଜ୍ୟବାସୀ । ବାଧାପ୍ରାପ୍ତ ହୋଇଛି ଗାଡ଼ି ଚଳାଚଳ । ଆଜି ସକାଳୁ ସକାଳୁ ପ୍ରବଳ କୁହୁଡ଼ି ପାଇଁ ରାସ୍ତାରେ ଦୃଶ୍ୟମାନ ଦୂରତା ବହୁତ କମ ରହିଛି । ତେଣୁ ଦୁର୍ଘଟଣାର ଭୟ ମଧ୍ୟ ବଢ଼ିଛି । ୨୯ ତାରିଖରେ ମଧ୍ୟ ୧୪ ଜିଲ୍ଲାକୁ ଏବଂ ୩୦ ତାରିଖରେ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଘନ କୁହୁଡ଼ି ଅନୁଭୂତ ହେଉଛି। ଏହି ସ୍ଥିତି ଆଗାମୀ ୨-୩ ଦିନ ଯାଏଁ ଜାରି ରହିବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣରେ କୁହୁଡ଼ିର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଘନ କୁୁହଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ କ୍ଷମତା ୫୦ ମିଟର ତଳକୁ ରହିବା ନେଇ ଆଶଙ୍କା ରହିଛି। କିଛି ସ୍ଥାନରେ ଜିରୋ ଭିଜିବିଲିଟି ଅନୁଭୂତ ହେବା ନେଇ ମଧ୍ୟ ଆଶଙ୍କା କରାଯାଉଛି। ତେଣୁ ଘନ କୁହୁଡି ସମୟରେ ଘାଟି ରାସ୍ତାରେ ଗାଡ଼ି ନ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି। ବିଶେଷ କରି ରାତି ୨ଟାରୁ ସକାଳ ୯ ଟା ପର୍ଯ୍ୟନ୍ତ କୁହୁଡ଼ିର ପ୍ରଭାବ ସବୁଠୁ ଅଧିକ ରହିବାକୁ ଥିବାରୁ ଏହି ସବୁ ଜିଲ୍ଲାରେ ସତର୍କତାର ସହ ଗାଡ଼ି ଚଳାଇବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର