ସମ୍ଭାବ୍ୟ ବାତ୍ୟାକୁ ନେଇ ଶକ୍ତି ବିଭାଗ ପ୍ରସ୍ତୁତ ରହିଛି, ମୁକାବିଲା ପାଇଁ ୱାରରୁମ୍ ପ୍ରସ୍ତୁତ

The Sakala Picture
Published On

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବ। ଲଘୁଚାପ ଘନୀଭୂତ ହୋଇ ବାତ୍ୟା ରୂପରେ ୧୦ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ବିଭିନ୍ନ ମଡେଲ ପକ୍ଷରୁ ଆକଳନ କରାଯାଉଛି । ତେଣୁ ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ହୋଇସାରିଲାଣି ଶକ୍ତି […]

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବ। ଲଘୁଚାପ ଘନୀଭୂତ ହୋଇ ବାତ୍ୟା ରୂପରେ ୧୦ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ବିଭିନ୍ନ ମଡେଲ ପକ୍ଷରୁ ଆକଳନ କରାଯାଉଛି । ତେଣୁ ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ହୋଇସାରିଲାଣି ଶକ୍ତି ବିଭାଗ ।

ଆହୁରି ପଢ଼ନ୍ତୁ: ଡିଏପି ଏବଂ ୟୁରିଆ ବଦଳରେ କମ୍ପ୍ଲେକ୍ସ ସାର ଓ ଆମୋନିୟମ ସଲଫେଟ୍ ବ୍ୟବହାର ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ

ସମ୍ଭାବ୍ୟ ବାତ୍ୟାର ମୁକାବିଲାକୁ ନେଇ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି ଶକ୍ତି ବିଭାଗ ପ୍ରସ୍ତୁତ। ବାତ୍ୟା ପୂର୍ବ,ବାତ୍ୟା ସମୟ ଓ ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ କରାଯାଇଛି। ପୂର୍ବରୁ ମଧ୍ୟ କମ୍ ସମୟରେ ଶକ୍ତି ସଂଯୋଗ କରିବାରେ ବିଭାଗ ସଫଳ ହୋଇଛି। ଏବେ ବି ପ୍ରସ୍ତୁତ। ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ବାତ୍ୟାରେ ବିଦ୍ୟୁତ୍ ଖୁଣ୍ଟି ଉପୁଡି ପଡିବା ଏବଂ ତାର ଛିଡି ବିଦ୍ୟୁତ୍ ସଂଚାଳନ ବନ୍ଦ ହୋଇଯାଇଥିବା ଅଞ୍ଚଳ ଗୁଡିକରେ କିପରି ଅତି ଶୀଘ୍ର ମରାମତି ହୋଇ ବିଦ୍ୟୁତ୍ ଯୋଗାଇ ଦିଆଯିବ ସେନେଇ ଶକ୍ତି ବିଭାଗ ପ୍ରସ୍ତୁତ ହୋଇସାରିଛି ବୋଲି ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

ଠିକ୍ ସେହିପରି ଶକ୍ତି ବିଭାଗ ସଚିବ ନିକୁଞ୍ଜ ଧଳ କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ନେଇ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଓପିଟି ସିଲ୍ ଓ ଅନ୍ୟ ଡିଷ୍ଟ୍ରିବ୍ୟୁସନ୍ ସଂସ୍ଥା ପ୍ରସ୍ତୁତ ଅଛନ୍ତି। ମନିଟର ମେକାନିଜମ ଆରମ୍ଭ ହୋଇଛି। ପର୍ଯ୍ୟାପ୍ତ ପରିମାଣର ମ୍ୟାଟେରିଆଲ ଅଛି। କର୍ମଚାରୀଙ୍କୁ ପଠାଇବା ପାଇ ବ୍ୟବସ୍ଥା କରାଯାଇଛି। ଗତ ବାତ୍ୟା ସମୟରେ ୯୯.୫ ପ୍ରତିଶତ ଉପଭୋକ୍ତାଙ୍କୁ ୫ ଦିନ ମଧ୍ୟରେ ସଂଯୋଗ ଦିଆଯାଇଥିଲା। ଚଳିତ ଥର ଯଦି ସେପରି ସ୍ଥିତି ଆସେ ଅଧିକ ଶୀଘ୍ର କରିବାକୁ ବ୍ୟବସ୍ଥା ହୋଇଛି। ସେନେଇ ବିଭାଗ ପ୍ରସ୍ତୁତି ହୋଇଛି। ହସ୍ପିଟାଲକୁ ବିଦ୍ୟୁତ୍ ସଂଯୋଗ, ପାନୀୟ ଜଳ ୟୁନିଟକୁ କିପରି ଶକ୍ତି ସଂଯୋଗ ନ କଟିବ ସେ ନେଇ ବ୍ୟବସ୍ଥା ହୋଇଛି। ଯଦି ସମସ୍ୟା ଉପୁଜେ ପ୍ରାଥମିକତା ଭିତ୍ତିରେ କିପରି ସେଠାକୁ ସଂଯୋଗ ଦିଆଯିବ ଓ କିପରି ଯଥାଶୀଘ୍ର ସଂଯୋଗ ଦିଆଯିବ ସେ ନେଇ ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

06 May 2022 By The Sakala

ସମ୍ଭାବ୍ୟ ବାତ୍ୟାକୁ ନେଇ ଶକ୍ତି ବିଭାଗ ପ୍ରସ୍ତୁତ ରହିଛି, ମୁକାବିଲା ପାଇଁ ୱାରରୁମ୍ ପ୍ରସ୍ତୁତ

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବ। ଲଘୁଚାପ ଘନୀଭୂତ ହୋଇ ବାତ୍ୟା ରୂପରେ ୧୦ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ବିଭିନ୍ନ ମଡେଲ ପକ୍ଷରୁ ଆକଳନ କରାଯାଉଛି । ତେଣୁ ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ହୋଇସାରିଲାଣି ଶକ୍ତି ବିଭାଗ ।

ସମ୍ଭାବ୍ୟ ବାତ୍ୟାର ମୁକାବିଲାକୁ ନେଇ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି ଶକ୍ତି ବିଭାଗ ପ୍ରସ୍ତୁତ। ବାତ୍ୟା ପୂର୍ବ,ବାତ୍ୟା ସମୟ ଓ ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ କରାଯାଇଛି। ପୂର୍ବରୁ ମଧ୍ୟ କମ୍ ସମୟରେ ଶକ୍ତି ସଂଯୋଗ କରିବାରେ ବିଭାଗ ସଫଳ ହୋଇଛି। ଏବେ ବି ପ୍ରସ୍ତୁତ। ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ବାତ୍ୟାରେ ବିଦ୍ୟୁତ୍ ଖୁଣ୍ଟି ଉପୁଡି ପଡିବା ଏବଂ ତାର ଛିଡି ବିଦ୍ୟୁତ୍ ସଂଚାଳନ ବନ୍ଦ ହୋଇଯାଇଥିବା ଅଞ୍ଚଳ ଗୁଡିକରେ କିପରି ଅତି ଶୀଘ୍ର ମରାମତି ହୋଇ ବିଦ୍ୟୁତ୍ ଯୋଗାଇ ଦିଆଯିବ ସେନେଇ ଶକ୍ତି ବିଭାଗ ପ୍ରସ୍ତୁତ ହୋଇସାରିଛି ବୋଲି ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।

ଠିକ୍ ସେହିପରି ଶକ୍ତି ବିଭାଗ ସଚିବ ନିକୁଞ୍ଜ ଧଳ କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ନେଇ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଓପିଟି ସିଲ୍ ଓ ଅନ୍ୟ ଡିଷ୍ଟ୍ରିବ୍ୟୁସନ୍ ସଂସ୍ଥା ପ୍ରସ୍ତୁତ ଅଛନ୍ତି। ମନିଟର ମେକାନିଜମ ଆରମ୍ଭ ହୋଇଛି। ପର୍ଯ୍ୟାପ୍ତ ପରିମାଣର ମ୍ୟାଟେରିଆଲ ଅଛି। କର୍ମଚାରୀଙ୍କୁ ପଠାଇବା ପାଇ ବ୍ୟବସ୍ଥା କରାଯାଇଛି। ଗତ ବାତ୍ୟା ସମୟରେ ୯୯.୫ ପ୍ରତିଶତ ଉପଭୋକ୍ତାଙ୍କୁ ୫ ଦିନ ମଧ୍ୟରେ ସଂଯୋଗ ଦିଆଯାଇଥିଲା। ଚଳିତ ଥର ଯଦି ସେପରି ସ୍ଥିତି ଆସେ ଅଧିକ ଶୀଘ୍ର କରିବାକୁ ବ୍ୟବସ୍ଥା ହୋଇଛି। ସେନେଇ ବିଭାଗ ପ୍ରସ୍ତୁତି ହୋଇଛି। ହସ୍ପିଟାଲକୁ ବିଦ୍ୟୁତ୍ ସଂଯୋଗ, ପାନୀୟ ଜଳ ୟୁନିଟକୁ କିପରି ଶକ୍ତି ସଂଯୋଗ ନ କଟିବ ସେ ନେଇ ବ୍ୟବସ୍ଥା ହୋଇଛି। ଯଦି ସମସ୍ୟା ଉପୁଜେ ପ୍ରାଥମିକତା ଭିତ୍ତିରେ କିପରି ସେଠାକୁ ସଂଯୋଗ ଦିଆଯିବ ଓ କିପରି ଯଥାଶୀଘ୍ର ସଂଯୋଗ ଦିଆଯିବ ସେ ନେଇ ବ୍ୟବସ୍ଥା କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର