ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ: ଆଗାମୀ ୧୨ ଘଣ୍ଟା ମଧ୍ୟରେ ନେବ ଗଭୀର ଅବପାତର ରୂପ

Madhusudan Das Picture
Published On

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହେବାରେ ଲାଗିଛି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଏକ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପୁଣି ରାଜଧାନୀରେ ଫୁଟିଲା ଗୁଳି, ଗଡିଲା ମୁଣ୍ଡ: ପଏଣ୍ଟ ବ୍ଲାଙ୍କରୁ ଫାୟାରିଂ, ଯୁବକ ମୃତ

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଗତ ୬ ଘଣ୍ଟା ମଧ୍ୟରେ ଏହି ସିଷ୍ଟମ୍ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ବର୍ତ୍ତମାନ ଏହା ଓଡ଼ିଶାର ଗୋପାଳପୁର ଠାରୁ ଦକ୍ଷିଣ-ପୂର୍ବ ଦିଗରେ ୨୨୦ କିଲୋମିଟର, ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ଆନ୍ଧ୍ରପ୍ରଦେଶର କଳିଙ୍ଗପାଟନମ୍ ଠାରୁ ୨୩୦ କିଲୋମିଟର ଏବଂ ବିଶାଖାପାଟଣା ଠାରୁ ୩୨୦ କିଲୋମିଟର ଦୂରରେ ଏହା ଅବସ୍ଥାନ କରୁଛି। IMD ପକ୍ଷରୁ ଏହି ସିଷ୍ଟମ ଉପରେ କ୍ରମାଗତ ନଜର ରଖାଯାଇଛି।

ଆହୁରି ପଢ଼ନ୍ତୁ: ଅର୍ଣ୍ଣବ ଓ ମୁରାସୁ ପରେ ନଭେମ୍ବର ୧୩ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

ଏହି ଗଭୀର ଅବପାତଟି ସମାନ ଦିଗରେ ଗତି କରି ସେପ୍ଟେମ୍ବର ୨୩ ତାରିଖ ରାତିରୁ ୨୪ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ବିଶାଖାପାଟଣା ଏବଂ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ପ୍ରବଳ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଖାଉଟିଙ୍କ ଉପରେ ଦରବୃଦ୍ଧି ପ୍ରହାର: କାର୍ତ୍ତିକରେ ବି ଖସୁନି ଆମିଷ ଦର, ପରିବା ଦର ଶୁଣି ମୁହଁ ଫେରାଉଛନ୍ତି ଗ୍ରାହକ

ଆଗାମୀ କିଛି ସମୟ ପାଇଁ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ। ତେଣୁ ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଲୋକମାନଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର