ନିମାପଡା: ଆସନ୍ତା କାଲି ପବିତ୍ର ଅଁଳା ନବମୀ। ସାକ୍ଷୀଗୋପାଳ ମନ୍ଦିର ପରିସରରେ ଅଁଳା ନବମୀ ଅନୁଷ୍ଠିତ ହେବ । କରୋନା କଟକଣା ହଟିଥିବାରୁ ଦୁଇ ବର୍ଷ ପରେ ଭକ୍ତଙ୍କୁ ଓଡ଼ିଆଣୀରେ ବେଶରେ ଦର୍ଶନ ଦେବେ ମା’ ରାଧା । କିନ୍ତୁ ଭକ୍ତଙ୍କୁ ରାଧା ପାଦ ଛୁଇଁବା ମନା । ଭକ୍ତଙ୍କୁ ପାଦ ଛୁଇଁବାକୁ ବାରଣ କରିଛି ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ଭବ ତରଣ ସାହୁ । ଅଧିକ ଭିଡକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ । ସାକ୍ଷୀଗୋପାଳର ସାକ୍ଷୀ ଗୋପୀନାଥ ମନ୍ଦିରରେ ରାଧା ପାଦ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ପାଇଁ ସମାଗମକୁ ଲକ୍ଷରେ ରଖି ଶାନ୍ତି ଶୃଙ୍ଖଳା ନେଇ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ତେବେ ପୁରୀ SPଙ୍କ ନଜରରେ ରହିବ ସମସ୍ତ ଅଞ୍ଚଳ ।
କରୋନା କଟକଣା ହଟିଥିବାରୁ ଚଳିତ ବର୍ଷ ୨ଲକ୍ଷରୁ ଅଧିକ ଲୋକ ହେବାର ଆଶଙ୍କା କରାଯାଉଛି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି ପ୍ରଶାସନ । ନିୟୋଜିତ ହେବେ ୩ ଜଣ ଆଡସିନାଲ ଏସପି, ୮ଜଣ ଡିଏସପି, ୭୪ ଜଣ ଏସଆଇ, ୧୦୦ଜଣ ହାବିଲଦାର ଓ କନେଷ୍ଟବଳ । ୨୦୦ଜଣ ଗୃହରକ୍ଷୀ ସମେତ ୨୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ ।