ପହିଲି ପଞ୍ଚୁକରେ ଚନ୍ଦ୍ରମୌଳି ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

The Sakala Picture
Published On

ଆଠଗଡ: ଆଜିଠୁ ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ପହିଲି ପଞ୍ଚୁକରେ ମହାପ୍ରଭୁ ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଥିବା ବେଳେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଯୋଗୀ ବେଶରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ […]

ଆଠଗଡ: ଆଜିଠୁ ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ପହିଲି ପଞ୍ଚୁକରେ ମହାପ୍ରଭୁ ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଥିବା ବେଳେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଯୋଗୀ ବେଶରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଆସନ୍ତା ଶନିବାର ହେଉଛି ବଡ଼ ଓଷା । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦ୍‌ଯାପନ କରିଥାନ୍ତି ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର