ଉପନିର୍ବାଚନ ପାଇଁ କ୍ୟାମ୍ପେନିଂରେ କମ୍ପୁଛି ଧାମନଗର, ଆଜି ଭର୍ଚୁଆଲ ମାଧ୍ୟମରେ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଧାମନଗର। ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଷ୍ଟାର୍ ପ୍ରଚାରକମାନେ ମଧ୍ୟ ନିଜ ଦଳୀୟ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଭରପୁର ପ୍ରୟାସ କରୁଛନ୍ତି। ୩ ତାରିଖରେ ଭୋଟ୍‌ ଗ୍ରହଣ ହେବାକୁ ଥିବା ବେଳେ ୧ ତାରିଖ ସନ୍ଧ୍ୟାରେ ସରିବ ପ୍ରଚାର । ପ୍ରଚାରକୁ ଆଉ ମାତ୍ର କେତେ ଘଣ୍ଟା ବାକି ରହିଛି । ଧାମନଗର ବ୍ଲକର ୪୪ ପଞ୍ଚାୟତ, ତିହିଡି […]

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଧାମନଗର। ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଷ୍ଟାର୍ ପ୍ରଚାରକମାନେ ମଧ୍ୟ ନିଜ ଦଳୀୟ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଭରପୁର ପ୍ରୟାସ କରୁଛନ୍ତି। ୩ ତାରିଖରେ ଭୋଟ୍‌ ଗ୍ରହଣ ହେବାକୁ ଥିବା ବେଳେ ୧ ତାରିଖ ସନ୍ଧ୍ୟାରେ ସରିବ ପ୍ରଚାର । ପ୍ରଚାରକୁ ଆଉ ମାତ୍ର କେତେ ଘଣ୍ଟା ବାକି ରହିଛି । ଧାମନଗର ବ୍ଲକର ୪୪ ପଞ୍ଚାୟତ, ତିହିଡି ବ୍ଲକର ୧୩ ପଞ୍ଚାୟତ ଓ ଧାମନଗର ଏନଏସିର ୧୩ଟି ୱାର୍ଡ ଏବେ ଭୋଟ୍‌ ପ୍ରଚାରରେ କମ୍ପୁଛି।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଏହାରି ମଧ୍ୟରେ ଆଜି ଧାମନଗର ଉପନିର୍ବାଚନ ପାଇଁ ଭର୍ଚୁଆଲ ମାଧ୍ୟମରେ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ।ନିର୍ବାଚନମଣ୍ଡଳୀର ମୋଟ ୬ଟି ଜୋନ୍‌‌ ଥିବାବେଳେ ପ୍ରତି ଜୋନ୍‌‌ରେ ୨-୩ଟି ଲେଖାଏଁ ଏଲଇଡି ଲଗାଯାିଛି। ଏଲଇଡି ଲାଗିବାକୁ ଥିବା ଅଞ୍ଚଳରେ ପ୍ରାୟ ୫ ହଜାରରୁ ୬ ହଜାର ଲୋକ ଏକତ୍ର ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଚାରକୁ ନେଇ ନିର୍ବାଚନମଣ୍ଡଳୀର ଦଳୀୟ କର୍ମୀମାନେ ବେଶ୍‌‌ ଉତ୍ସାହିତ ଥିବା କହିଛନ୍ତି।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ସୂଚନାଯୋଗ୍ୟ ଯେ ଆସନ୍ତା ମଙ୍ଗଳବାର ନିର୍ବାଚନ ପ୍ରଚାରର ଶେଷଦିନ ଥିବାବେଳେ ଶାସକ ବିଜେଡି ସହ ବିରୋଧୀ ବିଜେପି ଏବଂ କଂଗ୍ରେସ ପକ୍ଷରୁ ଏଠାରେ ପ୍ରଚାର କାର୍ଯ୍ୟକ୍ରମକୁ ଜୋର୍‌‌ଦାର କରାଯାଇଛି। ପ୍ରଚାରରେ ଅନ୍ୟ ଦଳଙ୍କଠାରୁ ବିଜେଡି ଢେର ଆଗୁଆ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଦଳୀୟ ପ୍ରାର୍ଥିନୀ ଅବନ୍ତୀଙ୍କ ପାଇଁ ପ୍ରଚାର ଦଳକୁ ଆହୁରି ସୁବିଧାଜନକ ସ୍ଥିତିରେ ପହଞ୍ଚାଇବ ବୋଲି ସ୍ଥାନୀୟ ଅଞ୍ଚଳରେ ମତପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

31 Oct 2022 By The Sakala

ଉପନିର୍ବାଚନ ପାଇଁ କ୍ୟାମ୍ପେନିଂରେ କମ୍ପୁଛି ଧାମନଗର, ଆଜି ଭର୍ଚୁଆଲ ମାଧ୍ୟମରେ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଧାମନଗର। ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଷ୍ଟାର୍ ପ୍ରଚାରକମାନେ ମଧ୍ୟ ନିଜ ଦଳୀୟ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଭରପୁର ପ୍ରୟାସ କରୁଛନ୍ତି। ୩ ତାରିଖରେ ଭୋଟ୍‌ ଗ୍ରହଣ ହେବାକୁ ଥିବା ବେଳେ ୧ ତାରିଖ ସନ୍ଧ୍ୟାରେ ସରିବ ପ୍ରଚାର । ପ୍ରଚାରକୁ ଆଉ ମାତ୍ର କେତେ ଘଣ୍ଟା ବାକି ରହିଛି । ଧାମନଗର ବ୍ଲକର ୪୪ ପଞ୍ଚାୟତ, ତିହିଡି ବ୍ଲକର ୧୩ ପଞ୍ଚାୟତ ଓ ଧାମନଗର ଏନଏସିର ୧୩ଟି ୱାର୍ଡ ଏବେ ଭୋଟ୍‌ ପ୍ରଚାରରେ କମ୍ପୁଛି।

ଏହାରି ମଧ୍ୟରେ ଆଜି ଧାମନଗର ଉପନିର୍ବାଚନ ପାଇଁ ଭର୍ଚୁଆଲ ମାଧ୍ୟମରେ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ।ନିର୍ବାଚନମଣ୍ଡଳୀର ମୋଟ ୬ଟି ଜୋନ୍‌‌ ଥିବାବେଳେ ପ୍ରତି ଜୋନ୍‌‌ରେ ୨-୩ଟି ଲେଖାଏଁ ଏଲଇଡି ଲଗାଯାିଛି। ଏଲଇଡି ଲାଗିବାକୁ ଥିବା ଅଞ୍ଚଳରେ ପ୍ରାୟ ୫ ହଜାରରୁ ୬ ହଜାର ଲୋକ ଏକତ୍ର ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଚାରକୁ ନେଇ ନିର୍ବାଚନମଣ୍ଡଳୀର ଦଳୀୟ କର୍ମୀମାନେ ବେଶ୍‌‌ ଉତ୍ସାହିତ ଥିବା କହିଛନ୍ତି।

ସୂଚନାଯୋଗ୍ୟ ଯେ ଆସନ୍ତା ମଙ୍ଗଳବାର ନିର୍ବାଚନ ପ୍ରଚାରର ଶେଷଦିନ ଥିବାବେଳେ ଶାସକ ବିଜେଡି ସହ ବିରୋଧୀ ବିଜେପି ଏବଂ କଂଗ୍ରେସ ପକ୍ଷରୁ ଏଠାରେ ପ୍ରଚାର କାର୍ଯ୍ୟକ୍ରମକୁ ଜୋର୍‌‌ଦାର କରାଯାଇଛି। ପ୍ରଚାରରେ ଅନ୍ୟ ଦଳଙ୍କଠାରୁ ବିଜେଡି ଢେର ଆଗୁଆ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଦଳୀୟ ପ୍ରାର୍ଥିନୀ ଅବନ୍ତୀଙ୍କ ପାଇଁ ପ୍ରଚାର ଦଳକୁ ଆହୁରି ସୁବିଧାଜନକ ସ୍ଥିତିରେ ପହଞ୍ଚାଇବ ବୋଲି ସ୍ଥାନୀୟ ଅଞ୍ଚଳରେ ମତପ୍ରକାଶ ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର