ଆଜି ଆସିବ ଧାମନଗର ରାୟ, ଆଉ କିଛି ସମୟ ପରେ ଆରମ୍ଭ ହେବ ଭୋଟ୍ କାଉଣ୍ଟିଂ

The Sakala Picture
Published On

ଧାମନଗର: କିଏ ଜିତିବ ଧାମନଗର ବାଜି । ଆଜି ଖୋଲିବ ଇଭିଏମ୍‌ ପେଡ଼ି । ଆରମ୍ଭ ହେବ ଗଣତି । ଭଦ୍ରକ ଜିଲ୍ଲା ସଂସ୍କୃତି ଭବନରେ ଭୋଟ୍ ଗଣତି ହେବ । ଉପନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିଥିବା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୪ଟି ଟେବୁଲରେ ୨୫୨ ବୁଥ ପାଇଁ ମୋଟ ୧୮ ରାଉଣ୍ଡ ଗଣତି କରାଯିବ । ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ […]

ଧାମନଗର: କିଏ ଜିତିବ ଧାମନଗର ବାଜି । ଆଜି ଖୋଲିବ ଇଭିଏମ୍‌ ପେଡ଼ି । ଆରମ୍ଭ ହେବ ଗଣତି । ଭଦ୍ରକ ଜିଲ୍ଲା ସଂସ୍କୃତି ଭବନରେ ଭୋଟ୍ ଗଣତି ହେବ । ଉପନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିଥିବା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୪ଟି ଟେବୁଲରେ ୨୫୨ ବୁଥ ପାଇଁ ମୋଟ ୧୮ ରାଉଣ୍ଡ ଗଣତି କରାଯିବ । ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ । ପ୍ରଥମେ ୮ଟାରୁ ସାଢ଼େ ୮ଟା ଭିତରେ ପୋଷ୍ଟାଲ ବାଲଟ ଗଣତି ହେବ । ପରେ ଇଭିଏମ ଗଣତି ହେବ । କାଉଣ୍ଟିଂରେ ପ୍ରତି ଟେବୁଲ ପାଇଁ ଜଣେ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଡ ସୁପରଭାଇଜର ଆଉ ଜଣେ ମାଇକ୍ରୋ ଅବଜରଭର ରହିବେ । ଏହାସହ ପ୍ରତି ଟେବୁଲରେ ପ୍ରାର୍ଥୀମାନଙ୍କର ଜଣେ ଲେଖାଏଁ କାଉଣ୍ଟିଙ୍ଗ ଏଜେଣ୍ଟ ମଧ୍ୟ ରହିବେ ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ସିଇଓଙ୍କ ସୂଚନା ଅନୁଯାୟୀ ଇଭିଏମ୍‍ ଭୋଟଗଣନା ପାଇଁ ସମୁଦାୟ ୧୪ଗୋଟି ଟେବୁଲର ବ୍ୟବସ୍ଥା କରାଯାଇଥିବାବେଳେ ପୋଷ୍ଟାଲ ବାଲାଟ ଗଣତି ପାଇଁ ରିଟର୍ଣ୍ଣିଂ ଅଧିକାରୀଙ୍କ ପାଖରେ ଅନ୍ୟ ଗୋଟିଏ ଟେବୁଲର ବ୍ୟବସ୍ଥା କରାଯାଇଛି। ଭୋଟଗ୍ରହଣ ପରେ ୨୫୨ଗୋଟି ବୁଥ୍‍ରୁ ଫେରିଥିବା ଇଭିଏମ୍‍ ଭୋଟଗୁଡ଼ିକୁ ସମୁଦାୟ ୧୮ଟି ରାଉଣ୍ଡରେ ଗଣତି କରାଯିବ ଏବଂ ସର୍ବଶେଷରେ ଭିଭିପ୍ୟାଟ୍‍ ସ୍ଲିପ୍‍ଗୁଡ଼ିକୁ ଗଣତି କରାଯିବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ପର୍ଯ୍ୟବେକ୍ଷକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ ପ୍ରକାରର ଗଣତି କାର୍ଯ୍ୟ କରାଯିବ। ପ୍ରତ୍ୟେକ କାଉଣ୍ଟିଂ ଟେବୁଲ୍‍ ପାଇଁ ଜଣେ କାଉଣ୍ଟିଂ ସୁପରଭାଇଜର ଓ ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ନିଯୁକ୍ତ ହୋଇଛନ୍ତି। ସେହିପରି କେନ୍ଦ୍ର ସରକାରଙ୍କ ଜଣେ କର୍ମଚାରୀଙ୍କୁ ମାଇକ୍ରୋ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାିଥିବା ବେଳେ ସେ ପର୍ଯ୍ୟବେକ୍ଷକଙ୍କୁ ମତଗଣନା ସମୟରେ ସହାୟତା କରିବେ। ଭୋଟଗଣନାର ପ୍ରତ୍ୟେକ ରାଉଣ୍ଡର ଫଳାଫଳ ଜନସାଧାରଣଙ୍କୁ ଜଣାଇବା ପାଇଁ ଡାକବାଜି ଯନ୍ତ୍ର ସହ ସ୍ୱତନ୍ତ୍ର ବ୍ୟବସ୍ଥା ପ୍ରଶାସନ ପକ୍ଷରୁ କରାଯାଇଛି। ପ୍ରାର୍ଥୀମାନଙ୍କ ଦ୍ୱାରା ମନୋନୀତ ହୋଇଥିବା ଏଜେଣ୍ଟମାନେ ଭୋଟଗଣନାର ପ୍ରକ୍ରିୟା ନିରୀକ୍ଷଣ କରିବା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି ବୋଲି ସିଇଓ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଷ୍ଟ୍ରଙ୍ଗ ୍‍ରୁମ୍‍ରେ ଇଭିଏମ୍‍ଗୁଡ଼ିକୁ ରଖାଯାଇଛି। ନିର୍ବାଚନ ପଳାଫଳ ମଧ୍ୟ ଭାରତୀୟ ନିର୍ବାଚନ କମିଶନଙ୍କ ୱେବ୍‍ସାଇଟ୍‍ ମାଧ୍ୟମରେ ଜନସାଧାରଣ ପାଇପାରିବେ ବୋଲି ଶ୍ରୀ ଲୋହାନୀ ପ୍ରକାଶ କରିଛନ୍ତି। ଏହି ସାମ୍ୱାଦିକ ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

୧୪ଟି ଟେବୁଲ୍ ବ୍ୟତୀତ ରିଟର୍ଣ୍ଣିଂ ଅଫିସରଙ୍କ ପାଇଁ ଏକ ସେଣ୍ଟ୍ରାଲ ଟେବୁଲ ରହିବ । ଧାମନଗର ବ୍ଲକରୁ ଗଣତି ଆରମ୍ଭ ହୋଇ ତିହିଡ଼ି ବ୍ଲକରେ ସରିବ । ସୁରକ୍ଷା ବ୍ୟବସ୍ଥା ପାଇଁ ୧୦ ପ୍ଲାଟୁନ ଷ୍ଟେଟ ଆର୍ମଡ ଫୋର୍ସ ସହ ଗୋଟିଏ ପ୍ଲାଟୁନ ସିଆରପିଏଫ୍ ଯବାନ ମୁତୟନ । ଭୋଟ ଗଣତି କେନ୍ଦ୍ରର ୧୦୦ ମିଟର ଦୂରରେ ଗାଡ଼ି ପାର୍କିଂ କରାଯିବ । ଯେଉଁମାନେ ଅଥରଟି କାର୍ଡ ରାଜ୍ୟ ନିର୍ବାଚନ ଅଧିକାରୀ କିମ୍ବା ଜିଲ୍ଲା ନିର୍ବାଚନୀ ଅଧିକାରୀ ମାନଙ୍କଠାରୁ ପାଇଥିବେ । ସେହିମାନେ ଗଣତି କେନ୍ଦ୍ର ପରିସରକୁ ଯାଇ ପାରିବେ । ଉପନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରୁଥିବା ସମସ୍ତ ପ୍ରାର୍ଥୀ ମଧ୍ୟ ଗଣତି ପ୍ରକ୍ରିୟା ଅନୁଧ୍ୟାନ ପାଇଁ କେନ୍ଦ୍ରକୁ ଯାଇପାରିବେ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର