ଧାମନଗର ଉପନିର୍ବାଚନ : ୧୦୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ,୨ ଦିନ ମଦବିକ୍ରି ବନ୍ଦ, ପ୍ରତି ପ୍ରାର୍ଥୀ ଖର୍ଚ୍ଚ କରିପାରିବେ ୪୦ ଲକ୍ଷ ଟଙ୍କା

The Sakala Picture
Published On

ଭୁବନେଶ୍ବର : ଧାମନଗର ନିର୍ବାଚନ ପାଇଁ ମୈଦାନରେ ୫ ପ୍ରାର୍ଥୀ । ମୋଟ ୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଜଣେ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ଖାରଜ ହୋଇଛି । ଫଳରେ ଏବେ ଧାମନଗର ବାଜି ଜିତିବାକୁ ୫ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଜୋରଦାର ଲଢେଇ । ବିଜେଡିରୁ ଅବନ୍ତୀ ଦାସ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ସୂର୍ଯ୍ୟବଂଶୀ ସୂରଜ ଓ କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀ ମୈଦାନକୁ ଓହ୍ଲାଇଛନ୍ତି । ସେହିଭଳି ସ୍ୱାଧୀନ ପ୍ରାର୍ଥୀ […]

ଭୁବନେଶ୍ବର : ଧାମନଗର ନିର୍ବାଚନ ପାଇଁ ମୈଦାନରେ ୫ ପ୍ରାର୍ଥୀ । ମୋଟ ୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଜଣେ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ଖାରଜ ହୋଇଛି । ଫଳରେ ଏବେ ଧାମନଗର ବାଜି ଜିତିବାକୁ ୫ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଜୋରଦାର ଲଢେଇ । ବିଜେଡିରୁ ଅବନ୍ତୀ ଦାସ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ସୂର୍ଯ୍ୟବଂଶୀ ସୂରଜ ଓ କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀ ମୈଦାନକୁ ଓହ୍ଲାଇଛନ୍ତି । ସେହିଭଳି ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର ଦାସ ମୈଦାନକୁ ଓହ୍ଳାଇଛନ୍ତି ।ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ତଥ୍ୟ ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଏଥି ସହିତ ଧାମନଗର ନିର୍ବାଚନ ପାଇଁ ୧୦୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ ଗ୍ରହଣ କରାଯିବ । ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି । ୨୦ଟି ଟିମ୍ ଘରକୁ ଯାଇ ପୋଷ୍ଟାଲ ବାଲାଟ ସଂଗ୍ରହ କରିବେ । ୧୨୦୫ ଜଣ ପୋଷ୍ଟାଲ ବାଲାଟ ପାଇଁ ଆବେଦନ କରିଛନ୍ତି । ୧୩୪ ବୁଥର ନାମ ପରିବର୍ତ୍ତନ କରାଯାଇଥିବା କହିଛନ୍ତି ସୁଶୀଲ ଲୋହାନୀ । ଦୃଷ୍ଟିହୀନଙ୍କ ପାଇଁ ବ୍ରେଲ ବାଲାଟର ବ୍ୟବସ୍ଥା କରାଯାଇଛି । ଉପନିର୍ବାଚନ ସମୟରେ ଶାନ୍ତି ଶୃଙ୍ଖଳା ପାଇଁ ୧୭ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । ୨ଟି ଲେଖାଏଁ ସିଆରପିଏଫ ଓ ବିଏସଏଫ୍ ଟିମ୍ ନିୟୋଜିତ ହେବେ । ଉପନିର୍ବାଚନରେ ପ୍ରତି ପ୍ରାର୍ଥୀ ସର୍ବାଧିକ ୪୦ ଲକ୍ଷ ଖର୍ଚ୍ଚ କରିପାରିବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ମୋଟ ୨ ଲକ୍ଷ ୩୮ ହଜାର ୪୧୭ ଭୋଟର ଧାମନଗରରେ ଉପନିର୍ବାଚନରେ ମତଦାନ କରିବେ । ଏଥିପାଇଁ ୨୫୨ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ । ମତଦାନ ଦିନ ୪୮ ଘଣ୍ଟା ପୂର୍ବରୁ ମଦ ବିକ୍ରି ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ନିର୍ବାଚନ କମିଶନର । ସେହିପରି ଭୋଟ ଗଣତି ଦିନ ମଧ୍ୟ ମଦବିକ୍ରିରେ କଟକଣା ଲାଗୁ ହୋଇଛି । ସେହିପରି ଭୋଟରଙ୍କୁ ସବୈତନିକ ଛୁଟି ମିଳିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ।ଆସନ୍ତା ନଭେମ୍ବର ୩ରେ ମତଦାନ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହେବ। ନିର୍ବାଚନ କମିଶନଙ୍କ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇବା ଦିନ ଠାରୁ ଜିଲ୍ଲାରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି । ପୋଷ୍ଟର ଓ ବ୍ୟାନର ଲଗାଇବାରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ଅଭିଯୋଗରେ ୬୨୪ଟି ମାମଲା ରୁଜୁ ହୋଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୮୭ଟି ମାରଣାସ୍ତ୍ର ଓ ବନ୍ଧୁକ ଡିପୋଜିଟ ନିଆଯାଇଛି। ୧୧୬୭ଜଣ ଦାଗୀଙ୍କୁ CRPC ଆଇନ ଅନୁଯାୟୀ ଅଟକ ରଖାଯାଇଛି ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

17 Oct 2022 By The Sakala

ଧାମନଗର ଉପନିର୍ବାଚନ : ୧୦୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ,୨ ଦିନ ମଦବିକ୍ରି ବନ୍ଦ, ପ୍ରତି ପ୍ରାର୍ଥୀ ଖର୍ଚ୍ଚ କରିପାରିବେ ୪୦ ଲକ୍ଷ ଟଙ୍କା

ଭୁବନେଶ୍ବର : ଧାମନଗର ନିର୍ବାଚନ ପାଇଁ ମୈଦାନରେ ୫ ପ୍ରାର୍ଥୀ । ମୋଟ ୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଜଣେ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ଖାରଜ ହୋଇଛି । ଫଳରେ ଏବେ ଧାମନଗର ବାଜି ଜିତିବାକୁ ୫ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଜୋରଦାର ଲଢେଇ । ବିଜେଡିରୁ ଅବନ୍ତୀ ଦାସ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ସୂର୍ଯ୍ୟବଂଶୀ ସୂରଜ ଓ କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀ ମୈଦାନକୁ ଓହ୍ଲାଇଛନ୍ତି । ସେହିଭଳି ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର ଦାସ ମୈଦାନକୁ ଓହ୍ଳାଇଛନ୍ତି ।ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ତଥ୍ୟ ପ୍ରଦାନ କରିଛନ୍ତି।

ଏଥି ସହିତ ଧାମନଗର ନିର୍ବାଚନ ପାଇଁ ୧୦୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ ଗ୍ରହଣ କରାଯିବ । ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି । ୨୦ଟି ଟିମ୍ ଘରକୁ ଯାଇ ପୋଷ୍ଟାଲ ବାଲାଟ ସଂଗ୍ରହ କରିବେ । ୧୨୦୫ ଜଣ ପୋଷ୍ଟାଲ ବାଲାଟ ପାଇଁ ଆବେଦନ କରିଛନ୍ତି । ୧୩୪ ବୁଥର ନାମ ପରିବର୍ତ୍ତନ କରାଯାଇଥିବା କହିଛନ୍ତି ସୁଶୀଲ ଲୋହାନୀ । ଦୃଷ୍ଟିହୀନଙ୍କ ପାଇଁ ବ୍ରେଲ ବାଲାଟର ବ୍ୟବସ୍ଥା କରାଯାଇଛି । ଉପନିର୍ବାଚନ ସମୟରେ ଶାନ୍ତି ଶୃଙ୍ଖଳା ପାଇଁ ୧୭ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । ୨ଟି ଲେଖାଏଁ ସିଆରପିଏଫ ଓ ବିଏସଏଫ୍ ଟିମ୍ ନିୟୋଜିତ ହେବେ । ଉପନିର୍ବାଚନରେ ପ୍ରତି ପ୍ରାର୍ଥୀ ସର୍ବାଧିକ ୪୦ ଲକ୍ଷ ଖର୍ଚ୍ଚ କରିପାରିବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ।

ମୋଟ ୨ ଲକ୍ଷ ୩୮ ହଜାର ୪୧୭ ଭୋଟର ଧାମନଗରରେ ଉପନିର୍ବାଚନରେ ମତଦାନ କରିବେ । ଏଥିପାଇଁ ୨୫୨ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ । ମତଦାନ ଦିନ ୪୮ ଘଣ୍ଟା ପୂର୍ବରୁ ମଦ ବିକ୍ରି ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ନିର୍ବାଚନ କମିଶନର । ସେହିପରି ଭୋଟ ଗଣତି ଦିନ ମଧ୍ୟ ମଦବିକ୍ରିରେ କଟକଣା ଲାଗୁ ହୋଇଛି । ସେହିପରି ଭୋଟରଙ୍କୁ ସବୈତନିକ ଛୁଟି ମିଳିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ।ଆସନ୍ତା ନଭେମ୍ବର ୩ରେ ମତଦାନ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହେବ। ନିର୍ବାଚନ କମିଶନଙ୍କ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇବା ଦିନ ଠାରୁ ଜିଲ୍ଲାରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି । ପୋଷ୍ଟର ଓ ବ୍ୟାନର ଲଗାଇବାରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ଅଭିଯୋଗରେ ୬୨୪ଟି ମାମଲା ରୁଜୁ ହୋଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୮୭ଟି ମାରଣାସ୍ତ୍ର ଓ ବନ୍ଧୁକ ଡିପୋଜିଟ ନିଆଯାଇଛି। ୧୧୬୭ଜଣ ଦାଗୀଙ୍କୁ CRPC ଆଇନ ଅନୁଯାୟୀ ଅଟକ ରଖାଯାଇଛି ବୋଲି ସେ କହିଛନ୍ତି ।

https://www.thesakala.in/latest-odisha-news/dhamnagar-bypoll-107-sensitive-booths-identified/article-15816
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର