ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ବର : ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। କିଛି ଦିନ ହେବ କିଡନି ରୋଗରେ ପୀଡିତ ହୋଇ ସେ ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ରହିଥିଲେ। ଗତ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଫୁସଫୁସ ସଂକ୍ରମଣ […]

ଭୁବନେଶ୍ବର : ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। କିଛି ଦିନ ହେବ କିଡନି ରୋଗରେ ପୀଡିତ ହୋଇ ସେ ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ରହିଥିଲେ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ଗତ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଫୁସଫୁସ ସଂକ୍ରମଣ ହୋଇଥିବା ଜଣାପଡ଼ିଥିବା ବେଳେ ବ୍ରେନ ଷ୍ଟ୍ରୋକ ହୋଇଥିଲା। ଫଳରେ ଅବସ୍ଥା ଗୁରୁତର ହେବାରୁ ପ୍ରାୟ ମାସେ ହେଲା ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଆଜି ସକାଳୁ ଆଖି ବୁଜିଛନ୍ତି ବିଜେପିର ଏହି ପୁରୁଖା ନେତା। ଏନେଇ ଏମ୍ସର ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଭାସ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

ବିଷ୍ଣୁ ଚରଣ ସେଠୀ ଭଦ୍ରକ ଜିଲ୍ଲାର ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଗତ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଥରେ ନିର୍ବାଚିତ ହୋଇଥିଲେ। ବିଧାୟକ ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ବିଜେପିର ଜଣେ ବଡ଼ ନେତା ଏବଂ ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ପରିଚିତ ଥିଲେ ସେ। କେବଳ ଜଣେ ରାଜନେତା ନ ଥିଲେ, ବରଂ ସେ ଜଣେ ସାହିତ୍ୟିକ ଭାବେ ବି ବେଶ ପରିଚିତ। ଜଣେ ମେଳାପୀ ଓ ସାଲିସବିହୀନ ବ୍ୟକ୍ତି ଭାବେ ସେ ଖୁବ୍ ଜଣାଶୁଣା ଥିଲେ। ସେ ଘାସଫୁଲ ସାହିତ୍ୟପତ୍ରିକାର ସଂପାଦକ ବି ଥିଲେ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଯୁବାବସ୍ଥାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆରଏସଏସ) ସହ ଜଡ଼ିତ ହେବା ପରେ ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ରେ ବି ସକ୍ରିୟ ହୋଇଥିଲେ। ପରେ ସେ ବିଜେପିରେ ଯୋଗ ଦେଇ ରାଜନୀତି କ୍ଷେତ୍ରକୁ ଆସିଥିଲେ। ଓଏଏସ୍ ପାଇଥିଲେ ବି ଚାକିରୀରେ ଯୋଗ ନ ଦେଇ ସ୍ବର୍ଗତଃ ସେଠୀ ଜନସେବାରେ ବ୍ରତୀ ହୋଇଥିଲେ ଏବଂ ପରେ ‌ ସେ ରାଜନୀତିରେ ସକ୍ରିୟ ହୋଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ଓ ସାହିତ୍ୟିକ ମହଲରେ ଶୋକର ଛାୟ‌ା ଖେଳିଯାଇଛି।

ସ୍ବର୍ଗତଃ ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ରହିଥିଲେ ।୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।ବିଷ୍ଣୁ ଚରଣ ସେଠୀ ୧୯୬୧ ମସିହାର ଜୁନ ମାସ ୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଗୟାଧର ସେଠୀ । ସେ ଉର୍ମିଳାରାଣୀ ପାଣିଗ୍ରାହୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଅଛି ।

19 Sep 2022 By The Sakala

ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ

ଭୁବନେଶ୍ବର : ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। କିଛି ଦିନ ହେବ କିଡନି ରୋଗରେ ପୀଡିତ ହୋଇ ସେ ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ରହିଥିଲେ।

ଗତ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଫୁସଫୁସ ସଂକ୍ରମଣ ହୋଇଥିବା ଜଣାପଡ଼ିଥିବା ବେଳେ ବ୍ରେନ ଷ୍ଟ୍ରୋକ ହୋଇଥିଲା। ଫଳରେ ଅବସ୍ଥା ଗୁରୁତର ହେବାରୁ ପ୍ରାୟ ମାସେ ହେଲା ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଆଜି ସକାଳୁ ଆଖି ବୁଜିଛନ୍ତି ବିଜେପିର ଏହି ପୁରୁଖା ନେତା। ଏନେଇ ଏମ୍ସର ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଭାସ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି।

ବିଷ୍ଣୁ ଚରଣ ସେଠୀ ଭଦ୍ରକ ଜିଲ୍ଲାର ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଗତ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଥରେ ନିର୍ବାଚିତ ହୋଇଥିଲେ। ବିଧାୟକ ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ବିଜେପିର ଜଣେ ବଡ଼ ନେତା ଏବଂ ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ପରିଚିତ ଥିଲେ ସେ। କେବଳ ଜଣେ ରାଜନେତା ନ ଥିଲେ, ବରଂ ସେ ଜଣେ ସାହିତ୍ୟିକ ଭାବେ ବି ବେଶ ପରିଚିତ। ଜଣେ ମେଳାପୀ ଓ ସାଲିସବିହୀନ ବ୍ୟକ୍ତି ଭାବେ ସେ ଖୁବ୍ ଜଣାଶୁଣା ଥିଲେ। ସେ ଘାସଫୁଲ ସାହିତ୍ୟପତ୍ରିକାର ସଂପାଦକ ବି ଥିଲେ।

ଯୁବାବସ୍ଥାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆରଏସଏସ) ସହ ଜଡ଼ିତ ହେବା ପରେ ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ରେ ବି ସକ୍ରିୟ ହୋଇଥିଲେ। ପରେ ସେ ବିଜେପିରେ ଯୋଗ ଦେଇ ରାଜନୀତି କ୍ଷେତ୍ରକୁ ଆସିଥିଲେ। ଓଏଏସ୍ ପାଇଥିଲେ ବି ଚାକିରୀରେ ଯୋଗ ନ ଦେଇ ସ୍ବର୍ଗତଃ ସେଠୀ ଜନସେବାରେ ବ୍ରତୀ ହୋଇଥିଲେ ଏବଂ ପରେ ‌ ସେ ରାଜନୀତିରେ ସକ୍ରିୟ ହୋଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ଓ ସାହିତ୍ୟିକ ମହଲରେ ଶୋକର ଛାୟ‌ା ଖେଳିଯାଇଛି।

ସ୍ବର୍ଗତଃ ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ରହିଥିଲେ ।୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।ବିଷ୍ଣୁ ଚରଣ ସେଠୀ ୧୯୬୧ ମସିହାର ଜୁନ ମାସ ୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଗୟାଧର ସେଠୀ । ସେ ଉର୍ମିଳାରାଣୀ ପାଣିଗ୍ରାହୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଅଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର