କାମାକ୍ଷାନଗରରେ ଚାଞ୍ଚଲ୍ୟ: ଜଙ୍ଗଲରୁ ନିଖୋଜ କଲେଜ ଛାତ୍ରୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

Suryakanta Picture
Published On

ଢେଙ୍କାନାଳ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କାମାକ୍ଷାନଗର ଥାନା ଅନ୍ତର୍ଗତ ସରୁଆଳୀ ଗାଁ ଜଙ୍ଗଲରୁ ଜଣେ କଲେଜ ଛାତ୍ରୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ସେ କାମାକ୍ଷାନଗର ମହିଳା ମହାବିଦ୍ୟାଳୟର ପ୍ରଥମ ବର୍ଷର ଛାତ୍ରୀ ଥିଲେ ଏବଂ ତାଙ୍କ ଘର ମାର୍ଥାପୁର ଗାଁରେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପରୀକ୍ଷା ଦେବାକୁ ଯାଇ ଆଉ ଫେରିଲେନି

ପରିବାର ଲୋକଙ୍କ କହିବା ଅନୁଯାୟୀ, ଗତକାଲି ଝିଅ କଲେଜକୁ ପରୀକ୍ଷା ଦେବା ପାଇଁ ଯାଇଥିଲେ। କିନ୍ତୁ ପରୀକ୍ଷା ସରିବା ପରେ ସେ ଆଉ ଘରକୁ ଫେରିନଥିଲେ। ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ମିଳିନଥିଲା। ଗୁରୁବାର ଦିନ ସ୍ଥାନୀୟ ଲୋକେ ସରୁଆଳୀ ଜଙ୍ଗଲରେ ତାଙ୍କର ରକ୍ତାକ୍ତ ଶବ ପଡ଼ିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରୁ ପୋଲିସ ଛାତ୍ରୀଙ୍କର କଲେଜ ବ୍ୟାଗ୍ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ପ୍ରେମ ବ୍ୟାପାର ଜନିତ ହତ୍ୟାକାଣ୍ଡ ହୋଇପାରେ ବୋଲି ପୋଲିସ ସନ୍ଦେହ କରୁଛି। ଦୁଷ୍କର୍ମ ପରେ ତାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଏବଂ ଫରେନ୍ସିକ୍ ତଦନ୍ତ ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର