ଜନ୍ତୁ ଶିକାର ପାଇଁ ବୋମା ପ୍ରସ୍ତୁତ ବେଳେ ବିସ୍ଫୋରଣ, ୩ ଗୁରୁତର

Madhusudan Das Picture
Published On

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଗଣ୍ଡତୈଳା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍ଗଲୀ ଜନ୍ତୁ ଶିକାର ଉଦ୍ଦେଶ୍ୟରେ ବୋମା ପ୍ରସ୍ତୁତ କରୁଥିବା ବେଳେ ହଠାତ୍ ବିସ୍ଫୋରଣ ଘଟି ୩ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସ୍ଥାନୀୟ କିଛି ଲୋକ ଜଙ୍ଗଲୀ ଜନ୍ତୁ ଶିକାର କରିବା ପାଇଁ ହାତତିଆରି ବୋମା ପ୍ରସ୍ତୁତ କରୁଥିଲେ। ତେବେ ବୋମା ସଂଯୋଗ କରୁଥିବା ସମୟରେ ଅସାବଧାନତା କାରଣରୁ ହଠାତ୍ ଏହା ବିସ୍ଫୋରଣ ହୋଇଥିଲା ବୋଲି ପ୍ରାଥମିକ ରିପୋର୍ଟରୁ ଜଣାପଡିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଭୟାବହ ବିସ୍ଫୋରଣରେ ଜଣେ ବ୍ୟକ୍ତିଙ୍କର ହାତ ଛିଣ୍ଡି ଯାଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ଶରୀରରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଗୁରୁତର ଅବସ୍ଥାରେ ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ପରଜଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରକୃତରେ ସେମାନେ କେଉଁ ଉଦ୍ଦେଶ୍ୟରେ ବୋମା ପ୍ରସ୍ତୁତ କରୁଥିଲେ ଏବଂ ଏହି ବେଆଇନ କାର୍ଯ୍ୟରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସେ ନେଇ ଖୋଳତାଡ଼ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର