ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ୩ ଜଣଙ୍କର ମୃତ୍ୟୁ

Madhusudan Das Picture
Published On

ଢେଙ୍କାନାଳ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ଜୀବନ । ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅନ୍ତର୍ଗତ ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋଟ୍ଟମ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଅଜଣା ଗାଡ଼ି ଧକ୍କାରେ ୩ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ମିଳିଥିବା ରିପୋର୍ଟ ଅନୁଯାୟୀ, ଯୁବକମାନେ ଏକ ସ୍କୁଟିରେ ଯାତ୍ରା କରୁଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଘଟଣାସ୍ଥଳରେ ହିଁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଆହତଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (DHH) ରେ ଭର୍ତ୍ତି କରିଥିଲେ।

ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଗୁରୁତର ଆହତ ଯୁବକଙ୍କୁ ରାସୋଳ ଥାନା ଅଧୀନସ୍ଥ ତଳ ସାହିର ଶିକ୍ଷା ପ୍ରସାଦ ସାହୁ ବୋଲି ଚିହ୍ନଟ କରାଯାଇଥିଲା। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପରେ ତାଙ୍କୁ କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିବା ସହ ମୋଟ ମୃତ୍ୟୁସଂଖ୍ୟା ୩ କୁ ବୃଦ୍ଧି ପାଇଛି। ଅନ୍ୟ ଦୁଇ ମୃତ ଯୁବକଙ୍କ ସମ୍ପୂର୍ଣ୍ଣ ପରିଚୟ ଏଯାଏଁ ମିଳିପାରି ନାହିଁ, କିନ୍ତୁ ସେମାନେ ଅନୁଗୋଳ ଜିଲ୍ଲା କଲେଜ ଛକ ଅଞ୍ଚଳର ବାସିନ୍ଦା ବୋଲି କୁହାଯାଉଛି। ସୂଚନା ଅନୁଯାୟୀ, ଏହି ଯୁବକମାନେ ଭୁବନେଶ୍ୱରରୁ ଫେରୁଥିବା ବେଳେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ।

ଆହୁରି ପଢ଼ନ୍ତୁ: ଭୟଙ୍କର ରୂପ ନେଉଛି ବାତ୍ୟା 'ଅର୍ଣ୍ଣବ': ଓଡ଼ିଶାରେ ହାଇ ଆଲର୍ଟ ଜାରି, ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର