ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ, ୪ ଅଭିଯୁକ୍ତ ଗିରଫ

ହିନ୍ଦୋଳ : ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ । ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ମୃତ ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ଜଣ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା । ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ […]

ହିନ୍ଦୋଳ : ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ । ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ମୃତ ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ଜଣ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା । ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରାଯାଇଥିଲା ।

ଫରେଷ୍ଟ ଗାର୍ଡଙ୍କ ଦେହରେ ଗୁଳି ବାଜିବା ମାତ୍ରେ ପାଟ୍ରୋଲିଂ କରୁଥିବା ଅନ୍ୟ କର୍ମଚାରୀମାନେ ତୁରନ୍ତ ୪ଶିକାରୀଙ୍କୁ କାବୁ କରିଥିଲେ । ସୂଚନା ଅନୁଯାୟୀ ଅନ୍ୟ କିଛି ଶିକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।ଶିକାରୀଙ୍କ ପାଖରୁ କିଛି ବନ୍ଧୁକ ଜବତ କରାଯିବା ସହ ସେମାନଙ୍କୁ ଅଧିକ ଜେରା କରାଯାଉଛି ।

About The Author: The Sakala