କାମାକ୍ଷାନଗର: କଙ୍କଡାହାଡ ଥାନା ଅନ୍ତର୍ଗତ ବନ୍ଦାଣିଆ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି ବାଇ । ଫଳରେ ଦାଦା ଓ ପୁତୁରାଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ବୟ ହେଲେ ଟାଟାମାଇନସ ଗ୍ରାମ ମଲ୍ଲାର ସାହିର ଦାଦା ଡୁଗୁ ମାଙ୍କଡିଆ ଓ ପୁତୁରା ସିଦ୍ଧାନ୍ତ ମାଙ୍କଡିଆ।
ସୂଚନା ଅନୁଯାୟୀ, ଉଭୟ ଆଜି ସକାଳେ ବାଇକ କିସ୍ତି ଦେବାକୁ କାମାକ୍ଷାନଗର ଆସୁଥିଲେ। ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲେ। ସ୍ଥାନୀୟଲୋକଙ୍କ ସହାୟତାରେ ଉଭୟଙ୍କୁ କାମାକ୍ଷାନଗର ମେଡିକାଲରେ ଚିକିତ୍ସା ପାଇିଁ ଆଣାଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ କଙ୍କଡାହାଡ଼ ପୁଲିସ ଘଟଣା ସ୍ଥଳକୁ ଯାଇ ବାଇକକୁ ଯବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।