ଓଡିଶା ମାଟି ତଳେ ରହିଛି ହୀରାର ଭଣ୍ଡାର, ନୂଆପଡାରେ ମିଳିଛି ହୀରା ଖଣିର ସନ୍ଧାନ: ମନ୍ତ୍ରୀ ବିଭୁତି ଭୂଷଣ ଜେନା

Madhusudan Das Picture
Published On

ଭୁବନେଶ୍ୱର: ଓଡିଶା ମାଟି ତଳେ ରହିଛି ହୀରାର ଭଣ୍ଡାର । ନୂଆପଡାରେ ମିଳିଛି ହୀରା ଖଣିର ସନ୍ଧାନ । ନୂଆପଡା ଜିଲ୍ଲାର ନୂଆପଡା ବ୍ଲକ ଅନ୍ତର୍ଗତ କାଲମିଦାଦର ଠାରେ ହୀରାପଥର ଥିବାର ଚିହ୍ନଟ ହୋଇଛି । ଏହାର ବୈଷୟିକ, ଅର୍ଥନୈତିକ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମୂଲ୍ୟାୟନ କାର୍ଯ୍ୟ ଚାଲୁଅଛି । ସେହିପରି କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଲକର ହିଞ୍ଜିଳିବାହାଲ-ଜିଲିଙ୍ଗିବାର ଠାରେ ମାଣିକ ଥିବାର ଚିହ୍ନଟ ହୋଇଛି । ବର୍ତ୍ତମାନ ସୁଦ୍ଧା ଓଡିଶାରେ କୌଣସି ମୋତି ଖଣି ଚିହ୍ନଟ କରାଯାଇ ନାହିଁ । ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ।

ଆହୁରି ପଢ଼ନ୍ତୁ: ଇଣ୍ଡିଆନ୍ ଆଇଡଲ୍‌ ଗ୍ରାଣ୍ଡ ଫିନାଲେରେ ଜ୍ୟୋତିର୍ମୟୀ: ଜାତୀୟ ମଞ୍ଚରେ ଚମକିଲା ଓଡ଼ିଶାର ଗର୍ବ

ରାଜ୍ୟରେ ଦେବଗଡ ଜିଲ୍ଲାର ରିଆମାଳ ବ୍ଲକ ଅନ୍ତର୍ଗତ ଆଦାସ-ରାମପାଲ୍ଲୀ ଅଞ୍ଚଳରେ ତମ୍ଵାବାହୀ ପଥର, ଗ୍ରାଫାଇଟ୍, ନିକେଲ ସହିତ ସୁନା ଥିବାର ଜଣାପଡିଛି । ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଅନ୍ତର୍ଗତ ମଦନାସାହି-କାଞ୍ଜିଆ ଅଞ୍ଚଳରେ ତମ୍ବାବାହୀ ପଥର ସହିତ ସୁନା ଥିବାର ଆକଳନ ହୋଇଛି ଓ କେନ୍ଦୁଝର ଜିଲ୍ଲାର ବଂଶପାଳ ବ୍ଲକ ଅନ୍ତର୍ଗତ ଗୋପୁର-ଜଳଡ଼ିହି ଅଞ୍ଚଳରେ ସୁନାପଥର ଥିବାର ସନ୍ଧାନ ମିଳିଛି ବୋଲି ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ୩ ମାସ ହେଲା ବନ୍ଦ ହୋଇଛି ‘ଆଶୀର୍ବାଦ’ ସହାୟତା, କୋଭିଡ୍‌ ଅନାଥ ଛୁଆଙ୍କ ଭତ୍ତା ବନ୍ଦକୁ ନେଇ ବିଜେଡିର ପ୍ରଶ୍ନ

19 Mar 2026 By Madhusudan Das

ଓଡିଶା ମାଟି ତଳେ ରହିଛି ହୀରାର ଭଣ୍ଡାର, ନୂଆପଡାରେ ମିଳିଛି ହୀରା ଖଣିର ସନ୍ଧାନ: ମନ୍ତ୍ରୀ ବିଭୁତି ଭୂଷଣ ଜେନା

ଭୁବନେଶ୍ୱର: ଓଡିଶା ମାଟି ତଳେ ରହିଛି ହୀରାର ଭଣ୍ଡାର । ନୂଆପଡାରେ ମିଳିଛି ହୀରା ଖଣିର ସନ୍ଧାନ । ନୂଆପଡା ଜିଲ୍ଲାର ନୂଆପଡା ବ୍ଲକ ଅନ୍ତର୍ଗତ କାଲମିଦାଦର ଠାରେ ହୀରାପଥର ଥିବାର ଚିହ୍ନଟ ହୋଇଛି । ଏହାର ବୈଷୟିକ, ଅର୍ଥନୈତିକ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମୂଲ୍ୟାୟନ କାର୍ଯ୍ୟ ଚାଲୁଅଛି । ସେହିପରି କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଲକର ହିଞ୍ଜିଳିବାହାଲ-ଜିଲିଙ୍ଗିବାର ଠାରେ ମାଣିକ ଥିବାର ଚିହ୍ନଟ ହୋଇଛି । ବର୍ତ୍ତମାନ ସୁଦ୍ଧା ଓଡିଶାରେ କୌଣସି ମୋତି ଖଣି ଚିହ୍ନଟ କରାଯାଇ ନାହିଁ । ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ।

ରାଜ୍ୟରେ ଦେବଗଡ ଜିଲ୍ଲାର ରିଆମାଳ ବ୍ଲକ ଅନ୍ତର୍ଗତ ଆଦାସ-ରାମପାଲ୍ଲୀ ଅଞ୍ଚଳରେ ତମ୍ଵାବାହୀ ପଥର, ଗ୍ରାଫାଇଟ୍, ନିକେଲ ସହିତ ସୁନା ଥିବାର ଜଣାପଡିଛି । ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଅନ୍ତର୍ଗତ ମଦନାସାହି-କାଞ୍ଜିଆ ଅଞ୍ଚଳରେ ତମ୍ବାବାହୀ ପଥର ସହିତ ସୁନା ଥିବାର ଆକଳନ ହୋଇଛି ଓ କେନ୍ଦୁଝର ଜିଲ୍ଲାର ବଂଶପାଳ ବ୍ଲକ ଅନ୍ତର୍ଗତ ଗୋପୁର-ଜଳଡ଼ିହି ଅଞ୍ଚଳରେ ସୁନାପଥର ଥିବାର ସନ୍ଧାନ ମିଳିଛି ବୋଲି ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର