ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ, ଉପାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ

The Sakala Picture
Published On

ଭୁବନେଶ୍ବର: ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ବଡୁ-ପୂଜାପଣ୍ଡା ନିଯୋଗ ବିବାଦ ଯୋଗୁଁ ଅପୂଜା ରହିଛନ୍ତି ଶ୍ରୀଲିଙ୍ଗରାଜ । ପଇତା ଲାଗି ନୀତିକୁ ନେଇ ଏହି ବିବାଦ ଉପୁଜୁଛି। ସୋମବାର ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟାଧୂପ ପରେ ପବିତ୍ରାରୋପଣ ଉତ୍ସବର ଆଦ୍ୟ ନୀତି ଅଧିବାସ ପୂଜା ହୋଇ ନ ଥିଲା । ଫଳରେ ଆଜିର ଅବଶିଷ୍ଟ ନୀତି ମଧ୍ୟ ଆଉ ଆଗକୁ ନ ବଢି ଦିଅଁ ଅପୂଜା ରହିଛନ୍ତି । ଆଜି ଦିନ ତମାମ ଶ୍ରୀଜିଉଙ୍କ […]

ଭୁବନେଶ୍ବର: ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ବଡୁ-ପୂଜାପଣ୍ଡା ନିଯୋଗ ବିବାଦ ଯୋଗୁଁ ଅପୂଜା ରହିଛନ୍ତି ଶ୍ରୀଲିଙ୍ଗରାଜ । ପଇତା ଲାଗି ନୀତିକୁ ନେଇ ଏହି ବିବାଦ ଉପୁଜୁଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ସୋମବାର ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟାଧୂପ ପରେ ପବିତ୍ରାରୋପଣ ଉତ୍ସବର ଆଦ୍ୟ ନୀତି ଅଧିବାସ ପୂଜା ହୋଇ ନ ଥିଲା । ଫଳରେ ଆଜିର ଅବଶିଷ୍ଟ ନୀତି ମଧ୍ୟ ଆଉ ଆଗକୁ ନ ବଢି ଦିଅଁ ଅପୂଜା ରହିଛନ୍ତି । ଆଜି ଦିନ ତମାମ ଶ୍ରୀଜିଉଙ୍କ କୌଣସି ନୀତି ସମ୍ପନ୍ନ ହେବ ନାହିଁ । ଏହିଭଳି ଜାଣିଣୁଣି ଦେବ ନୀତିରେ ଅଣଦେଖା କରାଯାଉଥିବା ନେଇ ସବୁ ମହଲରୁ ଅସନ୍ତୋଷ ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ନିୟମିତ ଭାବେ ବିଗତ କିଛି ବର୍ଷ ସମାନ ଧରଣର ସ୍ଥିତି ଉପୁଜୁ ଥିଲେ ସୁଦ୍ଧା ଦେବୋତ୍ତାର କମିସନର କୌଣସି ପ୍ରକାରେ ସମାଧାନ ଦିଗରେ ସାମାନ୍ୟତମ ଆଗ୍ରହ ପ୍ରଦର୍ଶନ କରୁ ନାହାନ୍ତି । ଯାହା ଫଳରେ ଦୀଅଁଙ୍କ ନୀତି ବନ୍ଦ ରହିବା ସହିତ ସେବାୟତ ଓ ଶ୍ରଦ୍ଧାଳୁଙ୍କ ଦେବୋତ୍ତର ବିଭାଗ ଉପରେ ଆସ୍ଥା କମିବାରେ ଲାଗିଛି ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ଖବର ଅନୁଯାୟୀ, କି ୨୦୧୯ ଶିବ ପବିତ୍ରାରୋପଣ ତିଥିରେ ଶ୍ରୀଲିଙ୍ଗରାଜ ସେବାୟତଙ୍କ ମଧ୍ୟରେ ସେବା ଅଧିକାରକୁ ନେଇ ବିବାଦ ଉପୁଜି ଥିଲା । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ବଡୁ ଓ ପୂଜାପଣ୍ଡା ନିଯୋଗ କିଏ କେତୋଟି ପଇତା ଲାଗି କରିବେ ତାହା ତୁଟି ନଥିଲା । ଶେଷରେ ଉକ୍ତ ବର୍ଷ ଏହି ପର୍ବ ବିବାଦରେ ଛନ୍ଦି ହୋଇ ହୋଇଯିବା କାରଣରୁ ପାଳନ ହୋଇ ନଥିଲା । ପରେ ମାମଲା କୋର୍ଟରେ ଯାଇ ପହଞ୍ଚି ଥିଲା । ସେବେଠାରୁ ପବିତ୍ରାରୋପଣରେ ଶ୍ରୀଲିଙ୍ଗରାଜ ଅପୂଜା ରହିବା ସହିତ ସ୍କନ୍ଦ ମଧ୍ୟ ଖାଲି ପଡୁଛି ।

29 Aug 2023 By The Sakala

ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ, ଉପାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ

ଭୁବନେଶ୍ବର: ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ବଡୁ-ପୂଜାପଣ୍ଡା ନିଯୋଗ ବିବାଦ ଯୋଗୁଁ ଅପୂଜା ରହିଛନ୍ତି ଶ୍ରୀଲିଙ୍ଗରାଜ । ପଇତା ଲାଗି ନୀତିକୁ ନେଇ ଏହି ବିବାଦ ଉପୁଜୁଛି।

ସୋମବାର ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟାଧୂପ ପରେ ପବିତ୍ରାରୋପଣ ଉତ୍ସବର ଆଦ୍ୟ ନୀତି ଅଧିବାସ ପୂଜା ହୋଇ ନ ଥିଲା । ଫଳରେ ଆଜିର ଅବଶିଷ୍ଟ ନୀତି ମଧ୍ୟ ଆଉ ଆଗକୁ ନ ବଢି ଦିଅଁ ଅପୂଜା ରହିଛନ୍ତି । ଆଜି ଦିନ ତମାମ ଶ୍ରୀଜିଉଙ୍କ କୌଣସି ନୀତି ସମ୍ପନ୍ନ ହେବ ନାହିଁ । ଏହିଭଳି ଜାଣିଣୁଣି ଦେବ ନୀତିରେ ଅଣଦେଖା କରାଯାଉଥିବା ନେଇ ସବୁ ମହଲରୁ ଅସନ୍ତୋଷ ଦେଖିବାକୁ ମିଳିଛି ।

ନିୟମିତ ଭାବେ ବିଗତ କିଛି ବର୍ଷ ସମାନ ଧରଣର ସ୍ଥିତି ଉପୁଜୁ ଥିଲେ ସୁଦ୍ଧା ଦେବୋତ୍ତାର କମିସନର କୌଣସି ପ୍ରକାରେ ସମାଧାନ ଦିଗରେ ସାମାନ୍ୟତମ ଆଗ୍ରହ ପ୍ରଦର୍ଶନ କରୁ ନାହାନ୍ତି । ଯାହା ଫଳରେ ଦୀଅଁଙ୍କ ନୀତି ବନ୍ଦ ରହିବା ସହିତ ସେବାୟତ ଓ ଶ୍ରଦ୍ଧାଳୁଙ୍କ ଦେବୋତ୍ତର ବିଭାଗ ଉପରେ ଆସ୍ଥା କମିବାରେ ଲାଗିଛି ।

ଖବର ଅନୁଯାୟୀ, କି ୨୦୧୯ ଶିବ ପବିତ୍ରାରୋପଣ ତିଥିରେ ଶ୍ରୀଲିଙ୍ଗରାଜ ସେବାୟତଙ୍କ ମଧ୍ୟରେ ସେବା ଅଧିକାରକୁ ନେଇ ବିବାଦ ଉପୁଜି ଥିଲା । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ବଡୁ ଓ ପୂଜାପଣ୍ଡା ନିଯୋଗ କିଏ କେତୋଟି ପଇତା ଲାଗି କରିବେ ତାହା ତୁଟି ନଥିଲା । ଶେଷରେ ଉକ୍ତ ବର୍ଷ ଏହି ପର୍ବ ବିବାଦରେ ଛନ୍ଦି ହୋଇ ହୋଇଯିବା କାରଣରୁ ପାଳନ ହୋଇ ନଥିଲା । ପରେ ମାମଲା କୋର୍ଟରେ ଯାଇ ପହଞ୍ଚି ଥିଲା । ସେବେଠାରୁ ପବିତ୍ରାରୋପଣରେ ଶ୍ରୀଲିଙ୍ଗରାଜ ଅପୂଜା ରହିବା ସହିତ ସ୍କନ୍ଦ ମଧ୍ୟ ଖାଲି ପଡୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର