ସୁନ୍ଦରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ପ୍ରଦାନକଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ରାଉରକେଲା: ରାଉରକେଲା ଗସ୍ତରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଉରକେଲାରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ସୁନ୍ଦରଗଡ଼ ଜିଲା ପାଇଁ ଏହି ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ କରି ସେ କହିଛନ୍ତି ପ୍ରତ୍ୟେକ ପରିବାର ଓ ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ। ରାଜ୍ୟବାସୀଙ୍କ ବିକାଶକୁ ମୋ ସରକାର ସବୁବେଳେ ପ୍ରାର୍ଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସୁନ୍ଦରଗଡ଼ […]

ରାଉରକେଲା: ରାଉରକେଲା ଗସ୍ତରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଉରକେଲାରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ସୁନ୍ଦରଗଡ଼ ଜିଲା ପାଇଁ ଏହି ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ କରି ସେ କହିଛନ୍ତି ପ୍ରତ୍ୟେକ ପରିବାର ଓ ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ। ରାଜ୍ୟବାସୀଙ୍କ ବିକାଶକୁ ମୋ ସରକାର ସବୁବେଳେ ପ୍ରାର୍ଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସୁନ୍ଦରଗଡ଼ ଜିଲା ପାଇଁ ମୂଲ୍ୟବାନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬୦୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଖୁବ୍‌ଶୀଘ୍ର ନୟାଗଡ଼ ଛେନାପୋଡ଼କୁ ମିଳିବ GI ଟ୍ୟାଗ୍, ମେ' ଶେଷ ଆଡକୁ ହୋଇପାରେ ବିଧିବଦ୍ଧ ଘୋଷଣା

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା ଚୂଡ଼ାନ୍ତ: ଜୁଲାଇ ୧୬ରେ ରଥଯାତ୍ରା, ୨୫ରେ ସୁନାବେଶ

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି, ସୁନ୍ଦରଗଡ଼ର ପିଲାମାନେ ଓଡ଼ିଶା ଓ ଦେଶକୁ ଗର୍ବିତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଣି ପାଇଁ ପରିଚିତ ସୁନ୍ଦରଗଡ଼ ଏବେ ଖେଳରେ ବି ବିଶ୍ୱରେ ନାଁ କରୁଛି। ସୁନ୍ଦରଗଡ଼ ହେଉଛି ହକିର ମାଟି। ଅଲିମ୍ପିକ ପଦକ ବିଜେତାଙ୍କ ମାଟି । ମାଲକାନଗିରି ପରେ ଦ୍ୱିତୀୟ ଜିଲ୍ଲା ଭାବେ ସୁନ୍ଦରଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ସେ ବେଶ ଖୁସି ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଦ୍ଵିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପାଇକ ଆଖଡାରେ ଦର୍ଶକ ବିଭୋର

ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଉପଲବ୍ଧ ହେଉଛି । ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ।

୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ପ୍ରମୁଖ କାର୍ଯ୍ଯକ୍ରମରେ ଉପସ୍ଥିତ ଥିଲେ । ଆକାଶ ଦାସ ନାୟକ ଓ ଶ୍ରୀମୟୀ ମିଶ୍ର କାର୍ଯ୍ଯକ୍ରମକୁ ସଂଯୋଜନା କରିଥିଲେ ।

14 Sep 2021 By The Sakala

ସୁନ୍ଦରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ପ୍ରଦାନକଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲା ଗସ୍ତରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଉରକେଲାରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ସୁନ୍ଦରଗଡ଼ ଜିଲା ପାଇଁ ଏହି ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ କରି ସେ କହିଛନ୍ତି ପ୍ରତ୍ୟେକ ପରିବାର ଓ ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ। ରାଜ୍ୟବାସୀଙ୍କ ବିକାଶକୁ ମୋ ସରକାର ସବୁବେଳେ ପ୍ରାର୍ଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସୁନ୍ଦରଗଡ଼ ଜିଲା ପାଇଁ ମୂଲ୍ୟବାନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬୦୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି, ସୁନ୍ଦରଗଡ଼ର ପିଲାମାନେ ଓଡ଼ିଶା ଓ ଦେଶକୁ ଗର୍ବିତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଣି ପାଇଁ ପରିଚିତ ସୁନ୍ଦରଗଡ଼ ଏବେ ଖେଳରେ ବି ବିଶ୍ୱରେ ନାଁ କରୁଛି। ସୁନ୍ଦରଗଡ଼ ହେଉଛି ହକିର ମାଟି। ଅଲିମ୍ପିକ ପଦକ ବିଜେତାଙ୍କ ମାଟି । ମାଲକାନଗିରି ପରେ ଦ୍ୱିତୀୟ ଜିଲ୍ଲା ଭାବେ ସୁନ୍ଦରଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ସେ ବେଶ ଖୁସି ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି।

ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଉପଲବ୍ଧ ହେଉଛି । ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ।

୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ପ୍ରମୁଖ କାର୍ଯ୍ଯକ୍ରମରେ ଉପସ୍ଥିତ ଥିଲେ । ଆକାଶ ଦାସ ନାୟକ ଓ ଶ୍ରୀମୟୀ ମିଶ୍ର କାର୍ଯ୍ଯକ୍ରମକୁ ସଂଯୋଜନା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର