ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍‌ପତି

The Sakala Picture
Published On

ଭୁବନେଶ୍ବର: ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍‌ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ । ରାଜ୍ୟପାଳଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ। ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା। ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ଡକ୍ଟର ହରି ବାବୁ କମ୍ଭମପତି । ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିଲା। ସେ […]

ଭୁବନେଶ୍ବର: ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍‌ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ । ରାଜ୍ୟପାଳଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ। ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଶାର ୨ ଯୁବ ଆଥଲେଟଙ୍କ ମୃତ୍ୟୁ

ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ଡକ୍ଟର ହରି ବାବୁ କମ୍ଭମପତି । ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିଲା। ସେ ଆନ୍ଧ୍ରର ରାଜ୍ୟ ବିଜେପି ସଭାପତି ଥିଲେ। ଲୋକସଭାକୁ ବି ଥରେ ନିର୍ବାଚିତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡି ଜେଜେ ଓ ନାତି ମୃତ

ଗତକାଲି ଅପରାହ୍ଣରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ହରିବାବୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାଜ୍ୟ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ। ରାଜଭବନ ପକ୍ଷରୁ ଗାର୍ଡ-ଅଫ୍‌-ଅନର୍‌ ପ୍ରଦାନ କରାଯିବା ପରେ ରାଜ୍ୟପାଳ ପୁରୀ ଅଭିମୁଖେ ଗସ୍ତ କରିଥିଲେ। ରାଜ୍ୟପାଳ ଶ୍ରୀ କମ୍ଭମପତି ବାଟମଙ୍ଗଳା ଓ ଶ୍ରୀମନ୍ଦିରରେ ଚତୁର୍ଦ୍ଧା‌ମୂର୍ତ୍ତିଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର