ଆଜି ନାମାଙ୍କନ ଭରିବେ ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ୱର: ଆଜି ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିବେ। ଏହା ପୂର୍ବରୁ ଶ୍ରୀମତୀ ମୁର୍ମୁ ଗୁରୁବାର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍‍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ତାଙ୍କୁ ବିଜେପି ଦେଶର ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ମନୋନୀତ କରିଥିବାରୁ ଶ୍ରୀମତୀ ମୁର୍ମୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଶ୍ରୀମତୀ ମୁର୍ମୁ […]

ଭୁବନେଶ୍ୱର: ଆଜି ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିବେ। ଏହା ପୂର୍ବରୁ ଶ୍ରୀମତୀ ମୁର୍ମୁ ଗୁରୁବାର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍‍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ତାଙ୍କୁ ବିଜେପି ଦେଶର ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ମନୋନୀତ କରିଥିବାରୁ ଶ୍ରୀମତୀ ମୁର୍ମୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଶ୍ରୀମତୀ ମୁର୍ମୁ ଦିଲ୍ଲୀରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା, ଅର୍ଜୁନ ରାମ ମେଘୱାଣ, ଡ଼. ବୀରେନ୍ଦ୍ର କୁମାର ଓ ବିଜେପି ନେତା ମନୋଜ ତିୱାରୀ ତାଙ୍କୁ ବିମାନବନ୍ଦରେ ସ୍ୱାଗତ କରିଥିଲେ। ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ବାସଭବନରେ ତାଙ୍କର ନାମାଙ୍କନ ପତ୍ର ପ୍ରସ୍ତୁତ ହୋଇଥିଲା। ଏଥିରେ ସ୍ୱାକ୍ଷର କରିବା ପରେ ସେ ପ୍ରଧାନମନ୍ତ୍ରୀ ଓ ଅନ୍ୟମାନଙ୍କୁ ଭେଟିବାକୁ ଯାଇଥିଲେ। ଦ୍ରୌପଦୀଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ଉପସ୍ଥିତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ଼୍‍ଡ଼ା। ମାତ୍ର ନବୀନ ସମ୍ପ୍ରତି ବିଦେଶ ଗସ୍ତରେ ଥିବାରୁ ତାଙ୍କ ପ୍ରତିନିଧି ଭାବରେ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଟୁକୁନି ଓ ଜଗନ୍ନାଥ ଆଜି ଦିଲ୍ଲୀରେ ପହଞ୍ଚି ଦ୍ରୌପଦୀଙ୍କ ନାମାଙ୍କନରେ ପ୍ରସ୍ତାବକ ଭାବରେ ସ୍ୱାକ୍ଷର କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଭୂପେନ୍ଦ୍ର ଯାଦବ, ବିଜେପି ସାଂସଦ ତଥା ଜାତୀୟ ସାଧାରଣ ସମ୍ପାଦକ ଅରୁଣ ସିଂହ ଓ ବିଜେଡି ସାଂସଦ ସସ୍ମିତ ପାତ୍ର ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ଅନ୍ୟପକ୍ଷରେ ଶ୍ରୀମତୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ରାଜ୍ୟ ବିଜେପିର ୮ ବିଧାୟକ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଜୟନାରାୟଣ ମିଶ୍ର, ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର, କୁସୁମ ଟେଟେ, ନବଚରଣ ମାଝୀ, ଡ. ବୁଧାନ ମୁର୍ମୁ ଏବଂ ପ୍ରକାଶ ସୋରେନ ପ୍ରମୁଖ ଏହି ଉଦ୍ଦେଶ୍ୟରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ସେହିପରି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦୌପ୍ରଦୀଙ୍କ ସହ ତାଙ୍କର ସାକ୍ଷାତ ଓ ଆଲୋଚନା ପ୍ରସଙ୍ଗ ଟ୍ୱିଟ୍‍ କରି ସୂଚନା ଦେଇଛନ୍ତି। ତାଙ୍କର ପ୍ରାର୍ଥିତ୍ୱ ସାରା ଦେଶରେ ଗ୍ରହଣୀୟ ହୋଇଛି ବୋଲି ଉଲ୍ଲେଖ କରି ଦେଶର ବିକାଶ ପାଇଁ ଦ୍ରୌପଦୀଙ୍କ ଦୂରଦର୍ଶିତା ଓ ସମସ୍ୟା ସମାଧାନରେ କୁଶଳତା ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp