ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏୟାର-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରିକ୍ଷଣ

The Sakala Picture
Published On

ବାଲେଶ୍ବର: ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରପୁଲସନ୍ ଟେକ୍ନୋଲୋଜିରେ ବିକଶିତ ଦୀର୍ଘ ଦୂରଗାମୀ ଏୟାର-ଟୁ-ଏୟାର କ୍ଷେପଣାସ୍ତ୍ରର ପରିକ୍ଷଣରେ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO)କୁ ଆଉ ଏକ ସଫଳତା ମିଳିଛି । ଓଡ଼଼ିଶା ଉପକୂଳର ଚାନ୍ଦିପୁରରୁ ସଲିଡ୍ ଫୁଏଲ୍ ଡକ୍ଟେଡ୍ ରାମଜେଟ୍ (SDRF)ର ସଫଳ ପରୀକ୍ଷଣ କରିଛି ଡିଆରଡିଓ । ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ଏହାକୁ ପରୀକ୍ଷା କରାଯାଇଥିଲା। ଯାହାର ଲକ୍ଷ୍ୟ ଭେଦ କ୍ଷମତା ୧୨୦ କିମି ରହିଛି। କଠିନ […]

ବାଲେଶ୍ବର: ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରପୁଲସନ୍ ଟେକ୍ନୋଲୋଜିରେ ବିକଶିତ ଦୀର୍ଘ ଦୂରଗାମୀ ଏୟାର-ଟୁ-ଏୟାର କ୍ଷେପଣାସ୍ତ୍ରର ପରିକ୍ଷଣରେ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO)କୁ ଆଉ ଏକ ସଫଳତା ମିଳିଛି । ଓଡ଼଼ିଶା ଉପକୂଳର ଚାନ୍ଦିପୁରରୁ ସଲିଡ୍ ଫୁଏଲ୍ ଡକ୍ଟେଡ୍ ରାମଜେଟ୍ (SDRF)ର ସଫଳ ପରୀକ୍ଷଣ କରିଛି ଡିଆରଡିଓ ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ଏହାକୁ ପରୀକ୍ଷା କରାଯାଇଥିଲା। ଯାହାର ଲକ୍ଷ୍ୟ ଭେଦ କ୍ଷମତା ୧୨୦ କିମି ରହିଛି। କଠିନ ଇନ୍ଧନ ଆଧାରିତ ଡକ୍ଟେଡ୍ ରାମଜେଟର ସଫଳ ପ୍ରଦର୍ଶନ ଡିଆରଡିଓକୁ ଟେକ୍ନୋଲୋଜି କ୍ଷେତ୍ରରେ ଆଗକୁ ନେଇଛି । ଏହା ଦୂରଗାମୀ ଏୟାର-ଟୁ-ଏୟାର ମିସାଇଲ୍ ବିକଶିତ କରିବା କ୍ଷେତ୍ରରେ ସାହାଯ୍ୟ କରିବ । ଟେଷ୍ଟ ସମୟରେ ମିସାଇଲରେ ବୁଷ୍ଟର ମୋଟର ବ୍ୟବହାର କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ମିସାଇଲର କାର୍ଯ୍ଯଦକ୍ଷତା ତଥ୍ୟ ଆଇଟିଆରର ଇଲେକ୍ଟ୍ରୋ ଅପ୍ଟିକାଲ, ରାଡାର ଏବଂ ଟେଲିମେଟ୍ରି ଦ୍ୱାରା ମନିଟର କରାଯାଇଥିଲା । ପରୀକ୍ଷଣକୁ ଡିଆରଡିଓର ବରିଷ୍ଠ ବୈଜ୍ଞାନିକ, ଡିଆରଡିଏଲ୍, ଆରସିଆଇ ଏବଂ ଏଚଇଏମ୍ଆରଏଲ୍ ତତ୍ତ୍ୱାବଧାନରେ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆରଡିଓର ବୈଜ୍ଞାନିକ, ବାୟୁସେନାକୁ ଶୁଭେଚ୍ଛା ଜଣାଇଛନ୍ତି । ଡିଆରଡିଓ ଅଧ୍ୟକ୍ଷ ଡକ୍ଟର ଜି. ସତୀଶ ରେଡ୍ଡୀ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

05 Mar 2021 By The Sakala

ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏୟାର-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରିକ୍ଷଣ

ବାଲେଶ୍ବର: ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରପୁଲସନ୍ ଟେକ୍ନୋଲୋଜିରେ ବିକଶିତ ଦୀର୍ଘ ଦୂରଗାମୀ ଏୟାର-ଟୁ-ଏୟାର କ୍ଷେପଣାସ୍ତ୍ରର ପରିକ୍ଷଣରେ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO)କୁ ଆଉ ଏକ ସଫଳତା ମିଳିଛି । ଓଡ଼଼ିଶା ଉପକୂଳର ଚାନ୍ଦିପୁରରୁ ସଲିଡ୍ ଫୁଏଲ୍ ଡକ୍ଟେଡ୍ ରାମଜେଟ୍ (SDRF)ର ସଫଳ ପରୀକ୍ଷଣ କରିଛି ଡିଆରଡିଓ ।

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ଏହାକୁ ପରୀକ୍ଷା କରାଯାଇଥିଲା। ଯାହାର ଲକ୍ଷ୍ୟ ଭେଦ କ୍ଷମତା ୧୨୦ କିମି ରହିଛି। କଠିନ ଇନ୍ଧନ ଆଧାରିତ ଡକ୍ଟେଡ୍ ରାମଜେଟର ସଫଳ ପ୍ରଦର୍ଶନ ଡିଆରଡିଓକୁ ଟେକ୍ନୋଲୋଜି କ୍ଷେତ୍ରରେ ଆଗକୁ ନେଇଛି । ଏହା ଦୂରଗାମୀ ଏୟାର-ଟୁ-ଏୟାର ମିସାଇଲ୍ ବିକଶିତ କରିବା କ୍ଷେତ୍ରରେ ସାହାଯ୍ୟ କରିବ । ଟେଷ୍ଟ ସମୟରେ ମିସାଇଲରେ ବୁଷ୍ଟର ମୋଟର ବ୍ୟବହାର କରାଯାଇଥିଲା ।

ମିସାଇଲର କାର୍ଯ୍ଯଦକ୍ଷତା ତଥ୍ୟ ଆଇଟିଆରର ଇଲେକ୍ଟ୍ରୋ ଅପ୍ଟିକାଲ, ରାଡାର ଏବଂ ଟେଲିମେଟ୍ରି ଦ୍ୱାରା ମନିଟର କରାଯାଇଥିଲା । ପରୀକ୍ଷଣକୁ ଡିଆରଡିଓର ବରିଷ୍ଠ ବୈଜ୍ଞାନିକ, ଡିଆରଡିଏଲ୍, ଆରସିଆଇ ଏବଂ ଏଚଇଏମ୍ଆରଏଲ୍ ତତ୍ତ୍ୱାବଧାନରେ କରାଯାଇଥିଲା ।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆରଡିଓର ବୈଜ୍ଞାନିକ, ବାୟୁସେନାକୁ ଶୁଭେଚ୍ଛା ଜଣାଇଛନ୍ତି । ଡିଆରଡିଓ ଅଧ୍ୟକ୍ଷ ଡକ୍ଟର ଜି. ସତୀଶ ରେଡ୍ଡୀ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

https://www.thesakala.in/latest-odisha-news/drdo-successfully-conducted-flight-test-of-solid-fuel-ducted-ramjet-sfdr-technology-today/article-452
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର