ଦାରିଦ୍ର‍୍ୟର ତାଡ଼ନାରୁ ଦେଶର ରାଷ୍ଟ୍ରପତି ପ୍ରାର୍ଥୀ, ଜାଣନ୍ତୁ କିପରି ଥିଲା ଦ୍ରୌପଦୀ ମୁର୍ମୁଙ୍କ କଠିନ ଜୀବନ ଯାତ୍ରା….

The Sakala Picture
Published On

ଭୁବନେଶ୍ବର : ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ପଦ ନିମନ୍ତେ ବିଜେପି ନେତୃତ୍ୱାଧୀନ ଏନ୍‍ଡ଼ିଏ ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା କରିଛି। ମଙ୍ଗଳବାର ସନ୍ଧ୍ୟାରେ ବିଜେପି ସଂସଦୀୟ ବୋର୍ଡ଼ ବୈଠକ ପରେ ବିଜେପି ଅଧ୍ୟକ୍ଷ ଜେ.ପି.ନଡ୍ଡା ବିଧିବଦ୍ଧ ଭାବରେ ଦ୍ରୌପଦୀଙ୍କ ନାମ ରାଷ୍ଟ୍ରପତି ପଦ ନିମନ୍ତେ ଚୂଡ଼ାନ୍ତ ହୋଇଥିବା ସୂଚନା ଦେଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବିଧାନସଭା କ୍ଷେତ୍ରରୁ ୨ଥର ବିଧାୟକ ଭାବେ ନିର୍ବାଚିତ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରରେ ୨୦୦୦ରୁ ୨୦୦୨ ପର୍ଯ୍ୟନ୍ତ […]

ଭୁବନେଶ୍ବର : ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ପଦ ନିମନ୍ତେ ବିଜେପି ନେତୃତ୍ୱାଧୀନ ଏନ୍‍ଡ଼ିଏ ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା କରିଛି। ମଙ୍ଗଳବାର ସନ୍ଧ୍ୟାରେ ବିଜେପି ସଂସଦୀୟ ବୋର୍ଡ଼ ବୈଠକ ପରେ ବିଜେପି ଅଧ୍ୟକ୍ଷ ଜେ.ପି.ନଡ୍ଡା ବିଧିବଦ୍ଧ ଭାବରେ ଦ୍ରୌପଦୀଙ୍କ ନାମ ରାଷ୍ଟ୍ରପତି ପଦ ନିମନ୍ତେ ଚୂଡ଼ାନ୍ତ ହୋଇଥିବା ସୂଚନା ଦେଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବିଧାନସଭା କ୍ଷେତ୍ରରୁ ୨ଥର ବିଧାୟକ ଭାବେ ନିର୍ବାଚିତ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରରେ ୨୦୦୦ରୁ ୨୦୦୨ ପର୍ଯ୍ୟନ୍ତ ବାଣିଜ୍ୟ ପରିବହନ ଏବଂ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ପଶୁ ସମ୍ପଦ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ସେ ୨୦୧୫ ମେ ୧୮ ତାରିଖରେ ଓଡ଼ିଶାର ପ୍ରଥମ ଆଦିବାସୀ ମହିଳା ଭାବରେ ଝାଡ଼ଖଣ୍ଡ ରାଜ୍ୟପାଳ ଭାବରେ ନିଯୁକ୍ତି ପାଇଥିଲେ ଓ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ୨୦୨୧ ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୬୪ ବର୍ଷ ବୟସ୍କା ଦ୍ରୌପଦୀଙ୍କୁ ଏନ୍‍ଡିଏ ପ୍ରାର୍ଥୀ ଭାବରେ ମନୋନୀତ କରିବା ପରେ ସେ ଦେଶର ପ୍ରଥମ ଆଦିବାସୀ, ପ୍ରଥମ ଆଦିବାସୀ ମହିଳା ଓ ପ୍ରଥମ ଓଡ଼ିଆ ଭାବରେ ରାଷ୍ଟ୍ରପତି ପଦ ମଣ୍ଡନ କରିବା ଯଥେଷ୍ଟ ସମ୍ଭାବନା ରହିଛି। ବିଜେପି ନିକଟରେ ଆବଶ୍ୟକ ସଂଖ୍ୟକ ଭୋଟ ଥିବା ଯୋଗୁଁ ଦ୍ରୌପଦୀଙ୍କ ରାଇସିନା ଯାତ୍ରା ସୁଗମ ହେବା ମନେ କରାଯାଉଛି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଏମିତି କଟିଥିଲା ଦ୍ରୌପଦୀଙ୍କ ପିଲାଦିନ

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

୧୯୫୮ ମସିହା ଜୁନ ୨୦ ତାରିଖରେ ଓଡିଶାର ମୟୂରଭଞ୍ଜ ଜିଲ୍ଲା ବୈଦପୋଷୀ ଗାଁ ରେ ଜନ୍ମଗ୍ରହଣ କରିଥିଲେ ଦ୍ରୌପଦୀ ମୁର୍ମୁ । ଗୋଟିଏ ସାନ୍ତାଳ ପରିବାରରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ପିଲା ଦିନରୁ ଦେଖିଥିଲେ ଦାରିଦ୍ର୍ୟର ତାଡ଼ନା। ବେଶ୍‌ ସଂଘର୍ଷମୟ ଥିଲା ତାଙ୍କ ପିଲା ଦିନ। ଜଙ୍ଗଲ ପାହାଡ଼ ଘେରା ଅନୁନ୍ନତ ଇଲାକାରେ କଟିଥିଲା ତାଙ୍କ ପିଲା ଦିନ। ପିଲା ଦିନରୁ ଅଭାବ ଅନଟନରେ ବଢ଼ିଥିଲେ ଦ୍ରୌପଦୀ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଦ୍ରୌପଦୀଙ୍କ ଶିକ୍ଷା

ମୟୂରଭଞ୍ଜ ରାଜାଙ୍କ ଦରବାରରେ ରାଜ କର୍ମଚାରୀ ଥିବା ବିରଞ୍ଜି ନାରାୟଣ ଟୁଡୁଙ୍କ ଝିଅ ଦ୍ରୌପଦୀ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପାସ୍‌ କରିଥିଲେ। ଏହାପରେ କ’ଣ କରିବେ ସେନେଇ ଚିନ୍ତାରେ ବି ଥିଲେ। ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସିବା ନ୍ୟାୟରେ ତାଙ୍କ ଦାଦା ସ୍ବର୍ଗତ କାର୍ତ୍ତିକ ଚନ୍ଦ୍ର ମାଝୀ ସେ‌ତେବେଳେ ମନ୍ତ୍ରୀ ଥିବାରୁ ସେ ତାଙ୍କ ମାର୍ଫତରେ ୟୁନିଟ୍‌-୨ ବାଳିକା ଉଚ୍ଚ ବିଦ୍ୟାଳୟରେ ନାମ ଲେଖାଇଥିଲେ। ଆଦିବାସୀ ଛାତ୍ରୀ ନିବାସରେ ରହି ୧୯୭୦ରୁ ୧୯୭୪ ପର୍ଯ୍ୟନ୍ତ ହାଇସ୍କୁଲ ଶିକ୍ଷା ଗ୍ରହଣ କରିଥିଲେ । ଭୁବନେଶ୍ୱର କ୍ୟାପିଟାଲ୍‍ ବାଳିକା ହାଇସ୍କୁଲରୁ ୧୯୭୪ ମାଟ୍ରିକ୍‍ ପାସ୍‍ କରିଥିଲେ ଏବଂ ୧୯୭୫ରୁ ୧୯୭୯ ମସିହା ଯାଏଁ ସେ ରମାଦେବୀ କଲେଜରେ ଅଧ୍ୟୟନ କରିଥିଲେ।

ପାଠ ପଢ଼ିବା ଲାଗି ତାଙ୍କ ଜୀବନ ଥିଲା ସଂଘର୍ଷମୟ। ବାପା ମାସକୁ ମାତ୍ର ୧୦ ଟଙ୍କା ପଠାଉଥିଲେ। ଶସ୍ତା ଯୁଗରେ ମଧ୍ୟ ସେତିକି ନଗଣ୍ୟ ଥିଲା । ଘୋର ଆର୍ଥିକ ଅନଟନ ମଧ୍ୟରେ ଦିନ କାଟୁଥିଲେ। ସାଙ୍ଗମାନେ ଡାକିଲେ ବି ସେ କଲେଜ କ୍ୟାଣ୍ଟିନ୍‌ ଆଦୌ ଯାଉ ନ ଥିଲେ । କାରଣ ସାଙ୍ଗଙ୍କଠାରୁ ଖାଇବା ସହଜ ଥିଲା। ମାତ୍ର ଖୁଆଇବା ତାଙ୍କ ପକ୍ଷେ ଅସମ୍ଭବ ଥିଲା । ୮ ବର୍ଷ ଧରି ଭୁବନେଶ୍ବରରେ ରହି ପାଠ ପଢ଼ିଥିଲେ ମଧ୍ୟ ବଜାର ବୁଲିବା, ସିନେମା ଦେଖିବା ତାଙ୍କ ପାଇଁ ଅପହଞ୍ଚ ହୋଇପଡ଼ିଥିଲା । ସେ ସମୟରେ ରବି ଟକିଜ୍‌ ଗୋଟିଏ ମାତ୍ର ସିନେମା ହଲ୍‌ ରହିଥିଲା । ଯେଉଁଠାରେ ସେ କେବଳ ‘ଗପ ହେଲେ ବି ସତ’ ସିନେମା ଦେଖିଥିଲେ ।

ମାଟ୍ରିିକ ପରେ କଲେଜ ପଢାଯାଏ ଜାଣି ନଥିଲେ ଦ୍ରୌପଦୀ

ଝାଡ଼ଖଣ୍ଡ ରାଜ୍ୟପାଳ ଭାବରେ କାର୍ଯ୍ୟ କରୁଥିବା ସମୟରେ ସେ ରମାଦେବୀ ମହାବିଦ୍ୟାଳୟର ସ୍ମରଣିକାରେ ନିଜ କଲେଜ ଜୀବନ ସମ୍ପର୍କରେ ‘ସ୍ମୃତିରୁ ଖିଏ’ ଶୀର୍ଷକ ଏକ ଛୋଟ ଲେଖା ଲେଖିଥିଲେ। ଏଥିରେ ସେ ମାଟ୍ରିକ୍‍ ପାସ୍‍ ପରେ ବର୍ଷେ ପାଠ ପଢ଼଼ି ପାରି ନ ଥିବା ଉଲ୍ଲେଖ କରିଥିଲେ। କଲେଜରେ ପଢ଼଼ିବା ପାଇଁ ଆବେଦନ କରିବାକୁ ପଡ଼ିଥାଏ ବୋଲି ସେ ଜାଣି ନ ଥିଲେ ବୋଲି ଖୋଦ୍‍ ଦ୍ରୌପଦୀ ଲେଖିଥିଲେ। ସେ ପୁଣି ଲେଖିଥିଲେ ଯେ- ବର୍ଷେ ପରେ ୧୯୭୫ ମସିହାରେ ମୁଁ ରମାଦେବୀ କଲେଜରେ ନାମ ଲେଖାଇଲି। ଆଉ ଆଦିବାସୀ ଛାତ୍ରୀ ନିବାସରେ ରହିଲି। ଭୁବନେଶ୍ୱରରେ ରହି ସେ ୮ ବର୍ଷ ପାଠ ପଢ଼଼ିଛି। ତେବେ ସ୍ନାତକ ପରେ ପଢ଼଼ାରେ ଡୋରି ବନ୍ଧା ହେଲା।

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ରୀ ଦ୍ରୌପଦୀ ମୁର୍ମୁ ହେବେ ଦେଶର ପ୍ରଥମ ନାଗରିକ। ରାଷ୍ଟ୍ରପତି ପଦ ନିମନ୍ତେ ଏନ୍‍ଡ଼ିଏ ପକ୍ଷରୁ ଦ୍ରୌପଦୀଙ୍କ ନାମ ଘୋଷଣା ପରେ ସେ ଏକଦା ଶିକ୍ଷାଲାଭ କରୁଥିବା ରମାଦେବୀ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ମଧ୍ୟା ଆନନ୍ଦ ଖେଳିଯାଇଛି। ଶ୍ରୀମତୀ ମୁର୍ମୁ ତତ୍‍କାଳୀନ ରମାଦେବୀ କଲେଜରୁ କଳାରେ ସ୍ନାତକ ଡ଼ିଗ୍ରୀ ହାସଲ କରିଥିଲେ। ଅଧ୍ୟୟନ ସମୟରେ ଜଣେ ମେଧାବୀ ଓ ଉତ୍ତମ ସ୍ୱଭାବର ଛାତ୍ରୀଭାବେ ପରିଚିତ ଥିଲେ।ରମାଦେବୀ ବିଶ୍ୱବିଦ୍ୟାଳୟର ଛାତ୍ରୀ ଦେଶର ପ୍ରଥମ ନାଗରିକ ହେବାର ସୌଭାଗ୍ୟ ଅର୍ଜନ କରିବା ଆମପାଇଁ ଏକ ଗୌରବର ମୁହୂର୍ତ୍ତ ବୋଲି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ କହିଛନ୍ତି।

ଶିକ୍ଷକତା ଜୀବନ

ରମାଦେବୀ କଲେଜରେ ପାଠପଢ଼ା ସମାପନ ପରେ ରାଇରଙ୍ଗପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଶିକ୍ଷକତା କରିଥିଲେ।

ଦ୍ରୌପଦୀଙ୍କ ଜୀବନରେ ଝଡ 

ଦ୍ରୌପଦୀ ମୁର୍ମୁଙ୍କ ଜୀବନରେ ଅନେକ ଘାତପ୍ରତିଘାତ ଆସିଛି । ପ୍ରଥମେ ସେ ସ୍ୱାମୀଙ୍କୁ ହରାଇଥିଲେ । ଆଉ ପରେ ଦୁଇପୁଅ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ । ସ୍ୱାମୀ ଓ ପୁଅଙ୍କୁ ହରାଇବା ପରେ ବି ଭାଙ୍ଗିପଡିନଥିଲେ ଏହି ଦୃଢମନା ମହିଳା । ଏକାମାତ୍ର ଝିଅ ସହ ସଂଘର୍ଷ ଜରି ରଖି ଆଗକୁ ବଢିଚାଲିଥିଲେ ।

ରାଜନୈତିକ ଜୀବନ

୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ ମୁର୍ମୁ। ୧୯୯୭ ମସିହାରେ ପ୍ରଥମ କରି ଜଣେ କାଉନସିଲର ଭାବେ ବିଜୟୀ ହୋଇଥିଲେ ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ ରାଇରଙ୍ଗପୁରର ଭାଇସ୍-ଚେୟାରମ୍ୟାନ୍ ରହିଥିଲେ । ଏଥି ସହିତ ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ ରହିଥିଲେ। ୧୯୯୭ରେ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଦ୍ରୌପଦୀ। ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ।

୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି । ୨୦୦୬ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଛନ୍ତି । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଛନ୍ତି । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି ।

 ଝାଡଖଣ୍ଡର ରାଜ୍ୟପାଳ

୨୦୧୫ ମସିହା ମେ ୧୮ ତାରିଖରୁ ୨୦୨୧ ମସିହା ଜୁଲାଇ ୧୨ ତାରିଖ ଯାଏ ସେ ଝାଡଖଣ୍ଡ ରାଜ୍ୟପାଳ ରହିଥିଲେ । ଝାଡଖଣ୍ଡରେ ପ୍ରଥମ ଥର ପାଇଁ ପାଞ୍ଚ ବର୍ଷ ପୂରଣ କରିଥିବା ପ୍ରଥମ ରାଜ୍ୟପାଳ ହେଉଛନ୍ତି ଦ୍ରୌପଦୀ ମୁର୍ମୁ। ସେ ଝାଡଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ହେବାର ଗୌରବ ଅର୍ଜନ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ଭିତରେ ସେ କୌଣସି ପ୍ରକାର ବିବାଦରେ ରହିନଥିଲେ। ଜଣେ ମହିଳା ଭାବେ ସେ ତାଙ୍କର କାର୍ଯ୍ୟକାଳ ସମ୍ପୁର୍ଣ୍ଣ କରିଥିଲେ। ସେ ରାଜ୍ୟପାଳ ଥିବା ସମୟରେ ଗାଁ ଗାଁ ବୁଲି ଲୋକଙ୍କ ସେବା କରିଥିଲେ । ସେ ରାଜ୍ୟପାଳ ଥିବା ସମୟରେ ୩୦୦ରୁ ଅଧିକ ବାଳିକା ବିଦ୍ୟାଳୟ, ଘରୋଇ ସ୍କୁଲ ମଧ୍ୟ ବୁଲିଥିଲେ । ଶିକ୍ଷା ବ୍ୟବସ୍ଥାରେ କଣ କମି ରହିଛି ତାର ସମାଧାନ କରିବାକୁ ଚେଷ୍ଟା କରିଥିଲେ ।

ରାଜ୍ୟପାଳ ଭାବେ ୨୦୨୧ରେ ତାଙ୍କ କାର୍ଯ୍ୟକାଳ ସମାପନ ପରେ ସେ ପୁଣି ଆସି ବିଜେପିରେ ଯୋଗଦେଇଥିଲେ । କାଉଁନସିଲରୁ ରାଜ୍ୟପାଳ ହୋଇଥିବା ଦୌପଦୀ ମୁର୍ମୁଙ୍କ କୌଣସି ବଡ ରାଜନୈତିକ ପଦବୀ ପାଇଁ ଅଶା କିମ୍ବା ଅଭିଳାସ ନ ଥିଲା । ଦଳ ପ୍ରତି ସବୁବେଳେ ନିଷ୍ଠାପର ରହି ଜଣେ କର୍ମୀ ଭାବେ କାର୍ଯ୍ୟ କରିବାକୁ ଲକ୍ଷ ରହିଥିଲେ । ଯଦି ତାଙ୍କ ପାଖରେ ସେପରି କିଛି ଗୁଣ ଥିବ ଦଳ ତାଙ୍କୁ ସୁଯୋଗ ଦେବ ବୋଲି ସେ କହିଥିଲେ । ଆଉ ଆଜି ତାଙ୍କୁ ମିଳିଛି ନିଷ୍ଠାର ଫଳ ।

22 Jun 2022 By The Sakala

https://www.thesakala.in/latest-odisha-news/droupadi-murmu-from-a-life-full-of-struggles-to-becoming-the-first-tribal-woman-nominated-for-presidential-candidate/article-12674
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର