ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

Madhusudan Das Picture
Published On

ପୁରୀ: ଘରୋଇ କଳହକୁ ନେଇ ନିଶାଖୋର ସ୍ବାମୀର ଜଘନ୍ୟକାଣ୍ଡ । ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ନୃଶଂସ ସ୍ୱାମୀ । ପୁରୀ ଜିଲ୍ଲା କୁମ୍ଭାରପଡ଼ା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏପରି ଏକ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେବା ଭଳି ସାଂଘାତିକ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ବୁଧବାର ରାତି ପ୍ରାୟ ୮ଟା ସମୟରେ ପୁରୀ ଜିଲ୍ଲା କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ଡମ୍ ସାହିରେ ଏହି ଘଟଣା ଘଟିଛି। ପୀଡ଼ିତା ମହିଳାଙ୍କ ନାମ ସରୋଜିନୀ ମଲ୍ଲିକ (୩୦ ବର୍ଷ) ବୋଲି ଜଣାପଡିଛି। ଆଗ୍ନିକାଣ୍ଡରେ ସରୋଜିନୀଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ଅଂଶ ପୋଡ଼ି ଯାଇଛି। ସରୋଜିନୀଙ୍କ ଚିତ୍କାର ଶୁଣି ପଡ଼ୋଶୀମାନେ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ। ସେତେବେଳକୁ ସେ ସମ୍ପୂର୍ଣ୍ଣ ରୂପେ ନିଆଁରେ ଜଳୁଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ରକ୍ଷାବନ୍ଧନ ଅବସରରେ ମିଳିଥିବା ସୁଭଦ୍ରା ଯୋଜନା ଟଙ୍କାକୁ ନେଇ ସ୍ୱାମୀ ମଣ୍ଟି ମଲ୍ଲିକ ଏବଂ ସ୍ତ୍ରୀ ସରୋଜିନୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି କଳହ ଉଗ୍ର ରୂପ ନେବାରୁ ମଣ୍ଟି ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଏହି ଆରୋପକୁ ଏପର୍ଯ୍ୟନ୍ତ ସରକାରୀ ଭାବେ ସ୍ପଷ୍ଟ କରିନାହିଁ।

ଆହୁରି ପଢ଼ନ୍ତୁ: ଓଡ଼ିଶା ସରକାର ଆନ୍ଧ୍ର ନିକଟରେ ଆତ୍ମସମର୍ପଣ କରିଛନ୍ତି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର