ରାଜ୍ୟରେ ଜାରି ରହିଛି ଝିପ୍‌ଝିପ୍‌ ବର୍ଷାକୁ କୋହଲା ପାଗ: ଘନ କୁହୁଡ଼ି ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଗତକାଲି ଠାରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଜାରି ରହିଛି କୋହଲା ପାଗକୁ ଝିପିଝିପି ବର୍ଷା। ଦକ୍ଷିଣ ଉପକୂଳ ଓଡିଶା ସମେତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା । ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା […]

ଭୁବନେଶ୍ବର: ରାଜ୍ୟରେ ଗତକାଲି ଠାରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଜାରି ରହିଛି କୋହଲା ପାଗକୁ ଝିପିଝିପି ବର୍ଷା। ଦକ୍ଷିଣ ଉପକୂଳ ଓଡିଶା ସମେତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା । ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଯାହା ଜନଜୀବନକୁ କିଛି ମାତ୍ରାରେ ପ୍ରଭାବିତ କରିଛି । ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର,ସମ୍ବଲପୁରକୁ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

22 Jan 2024 By The Sakala

ରାଜ୍ୟରେ ଜାରି ରହିଛି ଝିପ୍‌ଝିପ୍‌ ବର୍ଷାକୁ କୋହଲା ପାଗ: ଘନ କୁହୁଡ଼ି ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଗତକାଲି ଠାରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଜାରି ରହିଛି କୋହଲା ପାଗକୁ ଝିପିଝିପି ବର୍ଷା। ଦକ୍ଷିଣ ଉପକୂଳ ଓଡିଶା ସମେତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା । ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ ।

୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଯାହା ଜନଜୀବନକୁ କିଛି ମାତ୍ରାରେ ପ୍ରଭାବିତ କରିଛି । ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର,ସମ୍ବଲପୁରକୁ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ପାଣିପାଗ ବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର