ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜିଠୁ ରାଜଧାନୀରେ ଚାଲିବ ଇ-ବସ୍‍: ମୁଖ୍ୟମନ୍ତ୍ରୀ କରିବେ ଉଦ୍‍ଘାଟନ, ପ୍ରଥମ ପର୍ଯ୍ୟାୟରେ ଗଡ଼ିବ ୧୦ ଇ-ବସ୍‍

The Sakala Picture
Published On

ଭୁବନେଶ୍ୱର: ଆଜି ଠାରୁ ରାଜଧାନୀରେ ଇ-ବସ୍‍ ସେବା ଆରମ୍ଭ ହେବ। ‘ମୋ ବସ୍‍’ର ସଫଳତା ପରେ ରାଜ୍ୟରେ ପ୍ରଥମଥର ପାଇଁ ରାଜଧାନୀରେ ଇ-ବସ୍‍ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ସହରରେ ୧୦ଟି ଇ-ବସ୍‍ ଚଳାଚଳ କରିବାକୁ ଥିବା ବେଳେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଉଦ୍‍ଘାଟନ କରିବେ। ଇ-ବସ୍‍ ସହିତ ଇ-ରିକ୍ସା ମଧ୍ୟ ଚଳାଚଳ କରିବ ବୋଲି ‘ମୋ ବସ୍‍’ ପରିଚାଳନା ସଂସ୍ଥା କ୍ରୁଟ୍‍ ପକ୍ଷରୁ କୁହାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ଚାଲିବାକୁ […]

ଭୁବନେଶ୍ୱର: ଆଜି ଠାରୁ ରାଜଧାନୀରେ ଇ-ବସ୍‍ ସେବା ଆରମ୍ଭ ହେବ। ‘ମୋ ବସ୍‍’ର ସଫଳତା ପରେ ରାଜ୍ୟରେ ପ୍ରଥମଥର ପାଇଁ ରାଜଧାନୀରେ ଇ-ବସ୍‍ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ସହରରେ ୧୦ଟି ଇ-ବସ୍‍ ଚଳାଚଳ କରିବାକୁ ଥିବା ବେଳେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଉଦ୍‍ଘାଟନ କରିବେ। ଇ-ବସ୍‍ ସହିତ ଇ-ରିକ୍ସା ମଧ୍ୟ ଚଳାଚଳ କରିବ ବୋଲି ‘ମୋ ବସ୍‍’ ପରିଚାଳନା ସଂସ୍ଥା କ୍ରୁଟ୍‍ ପକ୍ଷରୁ କୁହାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ଚାଲିବାକୁ ଥିବା ୧୦ଟି ଇ-ବସ୍‍ ୨ ମାସ ହେବ ଭୁବନେଶ୍ୱରରେ ପହଞ୍ଚି ସାରିଥିବା ବେଳେ ଟ୍ରାଏଲ୍‍ ରନ୍‍ ଜାରି ରହିଥିଲା। ଏହି ୧୦ଟି ଏସି ବସ୍‍ର ଚାଳନା ପାଇଁ ‘ମୋ ବସ୍‍’ର ସ୍ୱତନ୍ତ୍ର କ୍ୟାପଟେନ୍‍ଙ୍କୁ ଚୟନ କରାଯାଇ ତାଲିମ ପ୍ରଦାନ କରାଯାଉଥିଲା।ବର୍ତ୍ତମାନ ଭୁବନେଶ୍ୱର ସମେତ କଟକ ଓ ପୁରୀକୁ ଜାରି ରହିଥିବା ‘ମୋ ବସ’କୁ ବହୁ ପରିମାଣରେ ଆଦୃତି ମିଳିଛି। ରାଜଧାନୀ ସମେତ ଅନ୍ୟ କିଛି ସହରାଞ୍ଚଳରେ ପରିବହନ କ୍ଷେତ୍ରରେ କ୍ରୁଟ୍‍ର ‘ମୋ ବସ’ ସେବା ଅତ୍ୟାଧୁନିକ ଓ ଆରାମଦାୟକ ହୋଇପାରିଛି। ସହରୀ ଯାତାୟାତ ସେବାରେ ସଂସ୍କାର ଆଣିଥିବା ଏହି ସେବା ଜାତୀୟ ସ୍ତରରେ ମଡେଲ୍‍ ହୋଇପାରିଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ପ୍ରଥମ ପର୍ଯ୍ଯାୟରେ ଏହି ବସ୍ ସେବା ରୁଟ ନମ୍ବର , ୧୧, ୧୨ ୨୩ ରେ ଚଳାଚଳ କରିବ। ପ୍ରଥମ ୩ଦିନ ଅର୍ଥାତ ଜୁଲାଇ ୨୯, ୩୦ ୩୧ ତାରିଖରେ ଯାତ୍ରୀମାନେ ମାଗଣା ଯାତାୟାତ କରିପାରିବେ। ଏ ନେଇ ଆଜି କ୍ରୃଟ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ମୋହନ ସରକାରକୁ ପୂରିଲା ୨ ବର୍ଷ: ଲୋକପ୍ରିୟତା ତଉଲିବ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ

ବର୍ତ୍ତମାନ ୩୨ଟି ରୁଟ୍‍ରେ ଚଳାଚଳ କରୁଥିବା ୨୨୫ଟି ବସ୍‍ରେ ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ପିପିଲି, କୋଣାର୍କ ଓ ପୁରୀ ଭଳି ସହର ଦୈନିକ ହାରାହାରି ୧.୫ ଲକ୍ଷ ଯାତ୍ରୀ ଯାତାୟାତ କରୁଛନ୍ତି। ଏହି ବସ୍‍ଗୁଡ଼ିକ ସୁ-ବ୍ୟବସ୍ଥିତ ପରିଚାଳନା ବ୍ୟବସ୍ଥା ମାଧ୍ୟମରେ ପରିଚାଳିତ ହେଉଛି। ପ୍ରାଥମିକ ପର୍ଯ୍ୟାୟରେ ୧୦ଟି ବସ୍‍ ଗଡ଼ିବାକୁ ଥିବା ବେଳେ ଖୁବ୍‍ଶୀଘ୍ର ଆଉ ୪୦ ବସ୍‍ ଏଥିରେ ଯୋଡ଼ି ହୋଇ ମୋଟ୍‍ ୫୦ଟି ଇ-ବସ୍‌ ଚାଲିବ ବୋଲି ଜଣାପଡ଼ିଛି।ଇ-ବସ୍‍ ସେବା ସହିତ ମୋ ଇ-ରାଇଡ୍‍ ମଧ୍ୟ ଆରମ୍ଭ ହେବ। ଏହି ସେବାରେ ଲୋକମାନେ ଇ-ରିକ୍ସା ଜରିଆରେ ମୋ ବସ୍‍ଷ୍ଟାଣ୍ଡ ପର୍ଯ୍ୟନ୍ତ ଆସି ବସ୍‍ ଧରି ନିଜ ଗନ୍ତବ୍ୟସ୍ଥଳକୁ ଯାଇପାରିବେ। ଦୀର୍ଘଦିନ ଧରି ଇ-ବସ୍‍ ସେବା ଆରମ୍ଭ କରିବା ପାଇଁ ଯୋଜନା ରହିଥିବା ବେଳେ କରୋନା ଏଥିରେ ବଡ଼ ଆହ୍ୱାନ ହୋଇଥିଲା। ମାତ୍ର ଧୀରେ ଧୀରେ ସ୍ଥିତି ସୁଧୁରିବା ପରେ ଏବେ ଇ-ବସ ‘ମୋ ବସ୍‍’ରେ ଯୋଡ଼ି ହେବାକୁ ଯାଉଛି। ଇତି ମଧ୍ୟରେ ପଟିଆ ଓ ଭଗବାନପୁରରେ ଅତ୍ୟାଧୁନିକ ବସ୍‍ ଡିପୋ ନିର୍ମିତ କରାଯାଇଛି। ଏହି ଡିପୋରେ ଇ-ବସ୍‌ ଚାର୍ଜିଂ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକରେ ବିଜେଡିର ଶୋକ

29 Jul 2022 By The Sakala

ଆଜିଠୁ ରାଜଧାନୀରେ ଚାଲିବ ଇ-ବସ୍‍: ମୁଖ୍ୟମନ୍ତ୍ରୀ କରିବେ ଉଦ୍‍ଘାଟନ, ପ୍ରଥମ ପର୍ଯ୍ୟାୟରେ ଗଡ଼ିବ ୧୦ ଇ-ବସ୍‍

ଭୁବନେଶ୍ୱର: ଆଜି ଠାରୁ ରାଜଧାନୀରେ ଇ-ବସ୍‍ ସେବା ଆରମ୍ଭ ହେବ। ‘ମୋ ବସ୍‍’ର ସଫଳତା ପରେ ରାଜ୍ୟରେ ପ୍ରଥମଥର ପାଇଁ ରାଜଧାନୀରେ ଇ-ବସ୍‍ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ସହରରେ ୧୦ଟି ଇ-ବସ୍‍ ଚଳାଚଳ କରିବାକୁ ଥିବା ବେଳେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଉଦ୍‍ଘାଟନ କରିବେ। ଇ-ବସ୍‍ ସହିତ ଇ-ରିକ୍ସା ମଧ୍ୟ ଚଳାଚଳ କରିବ ବୋଲି ‘ମୋ ବସ୍‍’ ପରିଚାଳନା ସଂସ୍ଥା କ୍ରୁଟ୍‍ ପକ୍ଷରୁ କୁହାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ଚାଲିବାକୁ ଥିବା ୧୦ଟି ଇ-ବସ୍‍ ୨ ମାସ ହେବ ଭୁବନେଶ୍ୱରରେ ପହଞ୍ଚି ସାରିଥିବା ବେଳେ ଟ୍ରାଏଲ୍‍ ରନ୍‍ ଜାରି ରହିଥିଲା। ଏହି ୧୦ଟି ଏସି ବସ୍‍ର ଚାଳନା ପାଇଁ ‘ମୋ ବସ୍‍’ର ସ୍ୱତନ୍ତ୍ର କ୍ୟାପଟେନ୍‍ଙ୍କୁ ଚୟନ କରାଯାଇ ତାଲିମ ପ୍ରଦାନ କରାଯାଉଥିଲା।ବର୍ତ୍ତମାନ ଭୁବନେଶ୍ୱର ସମେତ କଟକ ଓ ପୁରୀକୁ ଜାରି ରହିଥିବା ‘ମୋ ବସ’କୁ ବହୁ ପରିମାଣରେ ଆଦୃତି ମିଳିଛି। ରାଜଧାନୀ ସମେତ ଅନ୍ୟ କିଛି ସହରାଞ୍ଚଳରେ ପରିବହନ କ୍ଷେତ୍ରରେ କ୍ରୁଟ୍‍ର ‘ମୋ ବସ’ ସେବା ଅତ୍ୟାଧୁନିକ ଓ ଆରାମଦାୟକ ହୋଇପାରିଛି। ସହରୀ ଯାତାୟାତ ସେବାରେ ସଂସ୍କାର ଆଣିଥିବା ଏହି ସେବା ଜାତୀୟ ସ୍ତରରେ ମଡେଲ୍‍ ହୋଇପାରିଛି।

ପ୍ରଥମ ପର୍ଯ୍ଯାୟରେ ଏହି ବସ୍ ସେବା ରୁଟ ନମ୍ବର , ୧୧, ୧୨ ୨୩ ରେ ଚଳାଚଳ କରିବ। ପ୍ରଥମ ୩ଦିନ ଅର୍ଥାତ ଜୁଲାଇ ୨୯, ୩୦ ୩୧ ତାରିଖରେ ଯାତ୍ରୀମାନେ ମାଗଣା ଯାତାୟାତ କରିପାରିବେ। ଏ ନେଇ ଆଜି କ୍ରୃଟ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ବର୍ତ୍ତମାନ ୩୨ଟି ରୁଟ୍‍ରେ ଚଳାଚଳ କରୁଥିବା ୨୨୫ଟି ବସ୍‍ରେ ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ପିପିଲି, କୋଣାର୍କ ଓ ପୁରୀ ଭଳି ସହର ଦୈନିକ ହାରାହାରି ୧.୫ ଲକ୍ଷ ଯାତ୍ରୀ ଯାତାୟାତ କରୁଛନ୍ତି। ଏହି ବସ୍‍ଗୁଡ଼ିକ ସୁ-ବ୍ୟବସ୍ଥିତ ପରିଚାଳନା ବ୍ୟବସ୍ଥା ମାଧ୍ୟମରେ ପରିଚାଳିତ ହେଉଛି। ପ୍ରାଥମିକ ପର୍ଯ୍ୟାୟରେ ୧୦ଟି ବସ୍‍ ଗଡ଼ିବାକୁ ଥିବା ବେଳେ ଖୁବ୍‍ଶୀଘ୍ର ଆଉ ୪୦ ବସ୍‍ ଏଥିରେ ଯୋଡ଼ି ହୋଇ ମୋଟ୍‍ ୫୦ଟି ଇ-ବସ୍‌ ଚାଲିବ ବୋଲି ଜଣାପଡ଼ିଛି।ଇ-ବସ୍‍ ସେବା ସହିତ ମୋ ଇ-ରାଇଡ୍‍ ମଧ୍ୟ ଆରମ୍ଭ ହେବ। ଏହି ସେବାରେ ଲୋକମାନେ ଇ-ରିକ୍ସା ଜରିଆରେ ମୋ ବସ୍‍ଷ୍ଟାଣ୍ଡ ପର୍ଯ୍ୟନ୍ତ ଆସି ବସ୍‍ ଧରି ନିଜ ଗନ୍ତବ୍ୟସ୍ଥଳକୁ ଯାଇପାରିବେ। ଦୀର୍ଘଦିନ ଧରି ଇ-ବସ୍‍ ସେବା ଆରମ୍ଭ କରିବା ପାଇଁ ଯୋଜନା ରହିଥିବା ବେଳେ କରୋନା ଏଥିରେ ବଡ଼ ଆହ୍ୱାନ ହୋଇଥିଲା। ମାତ୍ର ଧୀରେ ଧୀରେ ସ୍ଥିତି ସୁଧୁରିବା ପରେ ଏବେ ଇ-ବସ ‘ମୋ ବସ୍‍’ରେ ଯୋଡ଼ି ହେବାକୁ ଯାଉଛି। ଇତି ମଧ୍ୟରେ ପଟିଆ ଓ ଭଗବାନପୁରରେ ଅତ୍ୟାଧୁନିକ ବସ୍‍ ଡିପୋ ନିର୍ମିତ କରାଯାଇଛି। ଏହି ଡିପୋରେ ଇ-ବସ୍‌ ଚାର୍ଜିଂ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର