ଓଡ଼ିଶାରେ ପ୍ରତିଷ୍ଠା ହେବ ପୂର୍ବ ଭାରତର ପ୍ରଥମ ସେମିକଣ୍ଡକ୍ଟର ୟୁନିଟ୍‌

The Sakala Picture
Published On

ଭୁବନେଶ୍ୱର : ଓଡ଼ିଶାରେ ପ୍ରତିଷ୍ଠା ହେବ ପୂର୍ବ ଭାରତର ପ୍ରଥମ ସେମିକଣ୍ଡକ୍ଟର ୟୁନିଟ୍‌। ଆଜି ମେକ୍ ଇନ୍ ଓଡିଶା କନକ୍ଲେଭର ଚତୁର୍ଥ ଦିନରେ ବ୍ରିଟେନର SRAM & MRAM ଗ୍ରୁପ୍ ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଫ୍ୟାକେସନ୍ ୟୁନିଟ୍ ପ୍ରତିଷ୍ଠା କରିବ ବୋଲି ପ୍ରତିଶ୍ରୁତି ଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ SRAM & MRAM ଗ୍ରୁପ୍ ଭୁବନେଶ୍ୱରରେ ୩୦,୦୦୦ କୋଟି ଟଙ୍କା ବିନିଯୋଗରେ ଏକ ସେମିକଣ୍ଡକ୍ଟର ଫ୍ୟାକେସନ୍ ୟୁନିଟ୍ ପ୍ରତିଷ୍ଠା କରିବ ବୋଲି କମ୍ପାନୀ ଆଜି ପ୍ରକାଶ […]

ଭୁବନେଶ୍ୱର : ଓଡ଼ିଶାରେ ପ୍ରତିଷ୍ଠା ହେବ ପୂର୍ବ ଭାରତର ପ୍ରଥମ ସେମିକଣ୍ଡକ୍ଟର ୟୁନିଟ୍‌। ଆଜି ମେକ୍ ଇନ୍ ଓଡିଶା କନକ୍ଲେଭର ଚତୁର୍ଥ ଦିନରେ ବ୍ରିଟେନର SRAM & MRAM ଗ୍ରୁପ୍ ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଫ୍ୟାକେସନ୍ ୟୁନିଟ୍ ପ୍ରତିଷ୍ଠା କରିବ ବୋଲି ପ୍ରତିଶ୍ରୁତି ଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ SRAM & MRAM ଗ୍ରୁପ୍ ଭୁବନେଶ୍ୱରରେ ୩୦,୦୦୦ କୋଟି ଟଙ୍କା ବିନିଯୋଗରେ ଏକ ସେମିକଣ୍ଡକ୍ଟର ଫ୍ୟାକେସନ୍ ୟୁନିଟ୍ ପ୍ରତିଷ୍ଠା କରିବ ବୋଲି କମ୍ପାନୀ ଆଜି ପ୍ରକାଶ କରିଛି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଗଥାମଧ୍ୟମକୁ ଏହି ବିଷୟରେ ସୂଚନା ଦେଇ SRAM & MRAM ଗ୍ରୁପ୍ କର୍ତ୍ତୃପକ୍ଷ କହିଛନ୍ତି ଯେ କମ୍ପାନୀ ସମସ୍ତ ସରକାରୀ ବିଭାଗରୁ କ୍ଲିୟରାନ୍ସ ପାଇବା ପରେ ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ତିନି ମାସ କାମ ଆରମ୍ଭ କରିବ। ପ୍ରଥମ ପର୍ଯ୍ୟାୟରେ ୩୦ ହଜାର କୋଟି ଟଙ୍କାର ପୁଂଜି ବିନିଯୋଗରେ ଭୁବନେଶ୍ୱର ନିକଟବର୍ତ୍ତୀ ଅଞ୍ଚଳରେ ୪୦ ଏକର ପରିମିତ ଜାଗାରେ ସେମିକଣ୍ଡକ୍ଟର ଫାବ୍ରିକେସନ ୟୁନିଟ୍‌ ସ୍ଥାପନ କରିବା ପ୍ରସ୍ତାବ ରହିଛି ବୋଲି ଗ୍ରୁପ୍‌ କର୍ତ୍ତୃପକ୍ଷ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

ସେମିକଣ୍ଡକ୍ଟର ୟୁନିଟ୍ ସ୍ଥାପନ ହେଲେ ଓଡ଼ିଶାର ୪ ରୁ ୫ ଶହ ନିଯୁକ୍ତିର ପ୍ରତ୍ୟକ୍ଷ ସୁଯୋଗ ମିଳିବା ସହିତ ପରୋକ୍ଷ ଭାବେ ବହୁସଂଖ୍ୟକ ଯୁବକଯୁବତୀ ନିଯୁକ୍ତି ସୁଯୋଗ ପାଇପାରିବେ। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ପ୍ରକଳ୍ପ ପାଇଁ କମ୍ପାନୀ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିବ। ପରବର୍ତ୍ତୀ ସମୟରେ ଏହି ବିନିଯୋଗ ୨ ଲକ୍ଷ କୋଟି ଟଙ୍କା ପର୍ଯ୍ୟନ୍ତ ଯିବ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ୱାଶିଂ ମେସିନ୍‌ ଠାରୁ ଆରମ୍ଭ କରି ଏରୋପ୍ଲେନ୍‌ରେ ବ୍ୟବହାର କରାଯାଇପାରୁଥିବା ଏହି ସେମିକଣ୍ଡକଫର ଚିପ୍‌ ପାଇଁ ଭାରତ ପୂର୍ବରୁ ଚୀନ୍‌, ତାଇୱାନ୍‌, କୋରିଆ ଆଦି ରାଷ୍ଟ୍ର ଉପରେ ନିର୍ଭର କରୁଥିଲା । ଓଡ଼ିଶାରେ ଏହି ୟୁନିଟ୍‌ ପ୍ରତିଷ୍ଠା ଫଳରେ ସେମିକଣ୍ଡକଫର ଚିପ୍‌ ପାଇଁ ଅପେକ୍ଷା କରି ରହିଥିବା ଲକ୍ଷାଧିକ ଯନ୍ତ୍ରିକ ଉପକରଣର କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ଏବଂ ସେମିକଣ୍ଡକ୍ଟର ଚିପ୍‌ ଉତ୍ପାଦନକାରୀ ବିଦେଶୀ ରାଷ୍ଟ୍ରଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ ବୋଲି କମ୍ପାନୀ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ତଥା ଓଡ଼ିଶାରେ ଉପଲବ୍ଧ ସୁଦକ୍ଷ ମାନବସମ୍ବଳକୁ ଦୃଷ୍ଟିରେ ରଖି ଇଂଲଣ୍ଡର ଏହି କମ୍ପାନୀ ଓଡ଼ିଶାରେ ତାଙ୍କ ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା ପାଇଁ ଆଗ୍ରହ ପ୍ରକାଶ କରିଥିବା ବିଷୟ ପ୍ରକାଶ କରି ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଓଡିଶା ପ୍ରକଳ୍ପ ମୁଖ୍ୟ ଡି ସିଂହଦେଓ ସୂଚନାଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର