ନୂଆଦିଲ୍ଲୀ: ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ତାରିଖ ଘୋଷଣା ହେବ। ଆସନ୍ତାକାଲି ଅପରାହ୍ଣ ୩ଟାରେ ଏନେଇ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ତଥ୍ୟ ରଖିବେ ଇସିଆଇ। ଯେଉଁଥିରେ ଲୋକସଭା ନିର୍ବାଚନ ୨୦୨୪ କେତେ ପର୍ଯ୍ୟାୟରେ ଏବଂ କେତେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ତାହା ସ୍ପଷ୍ଟ କରାଯିବ। ଏ ନେଇ ନର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସାତୋଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବାର ସମ୍ଭାବନା ରହିଛି। ସେହିପରି ଓଡ଼ିଶା, ସିକ୍କିମ, ଅରୁଣାଚଳ ପ୍ରଦେଶ ଏବଂ ଆନ୍ଧ୍ରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇପାରେ ।
ବର୍ତ୍ତମାନର ଲୋକସଭାର କାର୍ଯ୍ୟକାଳ ଜୁନ୍ ୧୬ରେ ଶେଷ ହେବ। ଗତ ଥର ମାର୍ଚ୍ଚ ୧୦ରେ ଲୋକସଭା ନିର୍ବାଚନ ଘୋଷଣା କରାଯାଇଥିଲା ଏବଂ ଏପ୍ରିଲ ୧୧ରୁ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।