ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ
ଭୁବନେଶ୍ୱର: ବିଧାନସଭାରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ୨୦୨୫-୨୬ ଆର୍ଥିକ ବର୍ଷର ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି। ଆସନ୍ତାକାଲି ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ର ବଜେଟ ଉପସ୍ଥାପନ ହେବ। ତା ପୂର୍ବରୁ ଆଜି ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ଆର୍ଥିକ ସର୍ଭେକ୍ଷେଣ ରିପୋର୍ଟ ଅନୁଯାୟୀ, ରାଜ୍ୟର ଅଭିବୃଦ୍ଧି ହାର ଜାତୀୟ ହାରଠାରୁ ଅଧିକ ରହିବ ବୋଲି ଆଶା କରାଯାଉଛି । ଅର୍ଥନୈତିକ ସର୍ଭେ ରିପୋର୍ଟରେ ଆକଳନ କରାଯାଇଛି, 2025-26 ରେ ଆର୍ଥିକ ଅଭିବୃଦ୍ଧି ହାର 7.9 % ରହିବ। 2024-25 ରେ ଆର୍ଥିକ ଅଭିବୃଦ୍ଧି ହାର ଥିଲା 7.2 % । 2025-26 ର GSDP ୯.୯ ଲକ୍ଷ କୋଟି ଟଙ୍କା ହେବା ନେଇ ଆକଳନ କରାଯାଇଛି।





