ରାତିଅଧରେ ଜଟଣୀରେ ବିଭତ୍ସ ହତ୍ୟାକାଣ୍ଡ: ଘରେ ପଶି ବୃଦ୍ଧାଙ୍କୁ ନିର୍ମମ ହତ୍ୟା କଲେ ଦୁର୍ବୁତ୍ତ

Madhusudan Das Picture
Published On

ଜଟଣୀ: ରାତିଅଧରେ ଜଟଣୀରେ ବିଭତ୍ସ ହତ୍ୟାକାଣ୍ଡ । ଘର ଭିତରେ ପଶି ବୃଦ୍ଧାଙ୍କୁ ହତ୍ୟା । ଜଟଣୀ ଥାନା ଅଧୀନସ୍ଥ ଉପରବସ୍ତ ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି। ନିଜ ଘର ଭିତରେ ଜଣେ ୭୫ ବର୍ଷୀୟା ବୃଦ୍ଧାଙ୍କୁ କେହି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରିଛି। ଲୁଟପାଟ୍ କରିବା ଉଦ୍ଦେଶ୍ୟରେ ଏହି ଜଘନ୍ୟ ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ପୁଲିସ ସନ୍ଦେହ କରୁଛି।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ମୃତ ମହିଳା ଜଣକ ହେଲେ ଶାନ୍ତିଲତା ପ୍ରଧାନ (୭୫)। ପ୍ରାଥମିକ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ କିଛି ଅଜ୍ଞାତ ଦୁର୍ବୃତ୍ତ ତାଙ୍କ ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା, ଯାହା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ଶାନ୍ତିଲତାଙ୍କୁ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ତୁରନ୍ତ ଜଟଣୀ ପୁଲିସକୁ ଖବର ଦେଇଥିଲେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଖବର ପାଇ ପୁଲିସ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ବେଳେ ପୁଲିସ ଲୁଟପାଟ୍ ସମେତ ସମସ୍ତ ଦିଗକୁ ନେଇ ଖୋଳତାଡ଼ କରୁଛି। ଅପରାଧୀଙ୍କୁ ଚିହ୍ନଟ କରିବା ପାଇଁ ପୁଲିସ ଫରେନ୍ସିକ୍ ଟିମର ସହାୟତା ନେବା ସହ ସ୍ଥାନୀୟ ଲୋକଙ୍କୁ ମଧ୍ୟ ପଚରାଉଚରା କରୁଛି। ଏହି ନିର୍ମମ ହତ୍ୟାକାଣ୍ଡ ପରେ ଉପରବସ୍ତ ଗାଁରେ ଆତଙ୍କ ଖେଳିଯାଇଥିବା ବେଳେ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର