ସଂଶୋଧନ ପରେ ପ୍ରକାଶ ପାଇଲା ଚୂଡାନ୍ତ ଭୋଟର ତାଲିକା, ଅନଲାଇନରେ କରନ୍ତୁ ଡାଉନଲୋଡ୍

The Sakala Picture
Published On

ଭୂବନେଶ୍ୱର: ସମଗ୍ର ରାଜ୍ୟରେ ୨୦୨୨ ମସିହା ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପରେ ଗତ ନଭେମ୍ବର ୧ ତାରିଖ ରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଥିଲା ଓ ଭୋଟର ମାନଙ୍କର ଦାବି ଆପତ୍ତି ଶୁଣିବା ନିମନ୍ତେ ଗତ ନଭେମ୍ବର ୧ ତାରିଖରୁ ନଭେମ୍ବର ୩୦ ତାରିଖ ପର୍ଯ୍ଯନ୍ତ ଦିନ ଧାର୍ଯ୍ଯ କରାଯାଇଥିଲା । ଏହି ସମୟ ମଧ୍ୟରେ ଦାବି ଆପତ୍ତି ନିମନ୍ତେ ସମୁଦାୟ ୧୮,୬୫,୫୭୦ ଗୋଟି ଦାବି-ଆପତ୍ତି ଫର୍ମ ଗ୍ରହଣ କରାଯାଇଥିଲା । […]

ଭୂବନେଶ୍ୱର: ସମଗ୍ର ରାଜ୍ୟରେ ୨୦୨୨ ମସିହା ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପରେ ଗତ ନଭେମ୍ବର ୧ ତାରିଖ ରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଥିଲା ଓ ଭୋଟର ମାନଙ୍କର ଦାବି ଆପତ୍ତି ଶୁଣିବା ନିମନ୍ତେ ଗତ ନଭେମ୍ବର ୧ ତାରିଖରୁ ନଭେମ୍ବର ୩୦ ତାରିଖ ପର୍ଯ୍ଯନ୍ତ ଦିନ ଧାର୍ଯ୍ଯ କରାଯାଇଥିଲା । ଏହି ସମୟ ମଧ୍ୟରେ ଦାବି ଆପତ୍ତି ନିମନ୍ତେ ସମୁଦାୟ ୧୮,୬୫,୫୭୦ ଗୋଟି ଦାବି-ଆପତ୍ତି ଫର୍ମ ଗ୍ରହଣ କରାଯାଇଥିଲା । ତନ୍ମଧ୍ୟରୁ ୧୨,୦୨,୧୦୧ ଅର୍ଥାତ୍ ୬୪.୪୪% ଦାବି ଓ ଆପତ୍ତି ଅନଲାଇନ୍ ମାଧ୍ୟମରେ ଆସିଥିବା ବେଳେ ୬,୬୩,୪୬୯ ଅର୍ଥାତ୍ ୩୫.୫୬% ଦାବୀ ଓ ଆପତ୍ତି ଅଫଲାଇନ୍ ମାଧ୍ୟମରେ ଗ୍ରହଣ କରାଯାଇଥିଲା । ଆଜି ଅର୍ଥାତ୍ ତା ୦୫/୦୧/୨୦୨୨ ରିଖରେ ରାଜ୍ୟର ସବୁ ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ, ୫୮ ଗୋଟି ଭୋଟର ପଞ୍ଜୀକରଣ ଅଧିକାରୀ ତଥା ଉପ-ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ଓ ୩୭,୬୦୬ ଗୋଟି ବୁଥରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଲା ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ୍ କୁମାର ଲୋହାନୀ ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ କାଳବୈଶାଖୀ ଆଶଙ୍କା: ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଫଟୋ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ସମୟରେ ୯,୫୦,୭୮୯ ଜଣ ନୂଆ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିବା ବେଳେ ୩,୪୪,୯୪୪ଜଣ ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଇଛି ଓ ଭୋଟର ତାଲିକାରେ ଥିବା ୩,୮୨,୬୦୧ ଜଣ ଭୋଟରଙ୍କର ତ୍ରୁଟି ସଂଶୋଧନ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଣାଇଛନ୍ତି । ୨୦୨୧ ମସିହାରେ ପ୍ରକାଶ ପାଇଥିବା ଚୂଡାନ୍ତ ଭୋଟର ତାଲିକାରେ ୧୮-୧୯ ବର୍ଷ ବୟସ ବର୍ଗରେ ସମୁଦାୟ ୪,୧୦,୦୭୬ ଜଣ ଭୋଟର ଅନ୍ତର୍ଭୁକ୍ତ ହୋଇଥିବା ବେଳେ ଚଳିତ ବର୍ଷ ଭୋଟର ତାଲିକାରେ ତାହା ବୃଦ୍ଧି ପାଇ ୫,୨୩,୭୪୪ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଣାଇଛନ୍ତି । ଚଳିତ ବର୍ଷର ଚୂଡାନ୍ତ ଭୋଟର ତାଲିକାରେ ରାଜ୍ୟର ସମୁଦାୟ ୩,୨୯,୮୩,୬୪୩ ଜଣ ଭୋଟର ଥିବା ବେଳେ ସେଥିମଧ୍ୟରୁ ୧,୬୭,୯୬,୬୦୩ ଜଣ ପୁରୁଷ ଭୋଟର ଓ ୧,୬୧,୮୩,୮୩୫ ଜଣ ମହିଳା ଭୋଟର ଏବଂ ୩୦୨୫ ଜଣ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ସରକାରୀ ବିଶ୍ୱବିଦ୍ୟାଳୟ ବିଧେୟକ-୨୦୨୬କୁ ମିଳିଲା ରାଜ୍ୟପାଳଙ୍କ ସ୍ୱୀକୃତି

୨୦୨୧ ମସିହାରେ ଚୂଡାନ୍ତ ଭୋଟର ତାଲିକାରେ ସମୁଦାୟ ୩,୨୫,୫୨,୨୦୨ ଜଣ ଭୋଟର ଥିବା ବେଳେ ଚଳିତ ବର୍ଷ ଚୂଡାନ୍ତ ଭୋଟର ତାଲିକା ରେ ସମୁଦାୟ ୩,୨୯,୮୩,୬୪୩ ଜଣ ଭୋଟର ଅଛନ୍ତି ପୂର୍ବବର୍ଷ ଭୋଟର ତାଲିକା ଅନୁସାରେ ୯୯.୧୪% ଭୋଟରଙ୍କୁ ଭୋଟର ପରିଚୟ ପତ୍ର ପ୍ରଦାନ ନିମନ୍ତେ ଅନ୍ତର୍ଭୁକ୍ତ କରାଯାଇଥବା ବେଳେ ଚଳିତ ବର୍ଷ ତାହା ବୃଦ୍ଧି ପାଇ ୯୯.୭୭ % ରେ ପହଞ୍ଚିଛି । ୨୦୨୧ ମସିହାରଚୂଡାନ୍ତ ଭୋଟର ତାଲିକା ରେ ୯୮.୬୬% ଭୋଟରଙ୍କ ଫଟୋ ଥିବା ବେଳେ ଚଳିତ ବର୍ଷ ଅର୍ଥାତ୍ ୨୦୨୨ ମସିହାରେ ଚୂଡାନ୍ତ ଭୋଟର ତାଲିକା ରେ ଫଟୋ ଥିବା ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇ ୯୯.୭୪% ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ, ପ୍ରଭୁ ଶ୍ରୀରାମଙ୍କ ଫୋଟୋକୁ ଅପମାନ ଅଭିଯୋଗ

୨୦୨୧ ମସିହାରେ ଚୂଡାନ୍ତ ଭୋଟର ତାଲିକାରୁ ପୁରୁଷ ମହିଳା ଭୋଟର ଅନୁପାତ ୯୫୮ ଥିବା ବେଳେ ଚଳିତ ବର୍ଷ ଭୋଟର ତାଲିକାରେ ତାହା ବୃଦ୍ଧି ପାଇ ତାହା ୯୬୪ ହୋଇଛି ସେହି ୨୦୨୧ ମସିହାରେ ଚୂଡାନ୍ତ ଭୋଟର ତାଲିକାରେ ୩,୩୮,୪୫୮ ଜଣ ଭୋଟରଙ୍କ ଫଟୋ ତାଲିକାରେ ନଥିବା ବେଳେ ତାହା ଚଳିତ ବର୍ଷ ଭୋଟର ତାଲିକାରେ ହ୍ରାସ ପାଇ ୮୪,୬୯୪ ହୋଇଛି । ଭୋଟର ତାଲିକା ପ୍ରସ୍ତୁତିର ଶୁଦ୍ଧିକରଣରେ ଆଶାନୁରୂପ ଗୁଣାତ୍ମକ ଅଭିବୃଦ୍ଧି ଘଟିଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

୨୦୨୧ ମସିହାର ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକ ସଂଶୋଧନ ନିମନ୍ତେ ମାତ୍ର ୭% ଭୋଟର ଅନଲାଇନ୍ ମାଧ୍ୟମରେ ଆବେଦନ କରିଥିବା ବେଳେ ବ୍ୟାପକ ପ୍ରଚାର ପ୍ରସାର ଓ ସମସ୍ତ ହିତାଧିକାରୀଙ୍କ ଅଂଶ ଗ୍ରହଣ ଯୋଗୁଁ ଚଳିତ ବର୍ଷ ଅର୍ଥାତ୍ ୨୦୨୨ ମସିହାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ଅନଲାଇନ୍ ମାଧ୍ୟମରେ ୬୪% ରୁ ଅଧିକ ଭୋଟର ଆବେଦନ କରିଛନ୍ତି । ଚଳିତ ବର୍ଷ ଭାରତ ନିର୍ବାଚନ ଆୟୋଗ ସମସ୍ତ ଭୋଟରଙ୍କୁ ସଂପୂର୍ଣ୍ଣ ମାଗଣାରେ ସ୍ପୀଡ୍ ପୋଷ୍ଟ୍ ମାଧ୍ୟମରେ ଫଟୋ ପରିଚୟ ପତ୍ର ପଠାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଜାତୀୟ / ରାଜ୍ୟ ସ୍ତରର ସମସ୍ତ ରାଜନୈତିକ ଦଳ ମାନଙ୍କୁ ବିନା ମୂଲ୍ୟରେ ଚଳିତ ବର୍ଷର ଚୂଡାନ୍ତ ଭୋଟର ତାଲିକାର ନକଲ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି ।

ଚଳିତ ବର୍ଷର ଭୋଟର ତାଲିକା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଓ୍ୱେବସାଇଟ୍ ରେ ଜନ ସାଧାରଣଙ୍କ ଅବଗତି ନିମନ୍ତେ ମଧ୍ୟ ଆଜି ଠାରୁ ଉପଲବ୍ଧ ହୋଇପାରିବ । ସମସ୍ତ ଭୋଟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ www.ceoorissa.nic.in  ରେ ତନଖି କରି ପାରିବେ । ଏହା ବ୍ୟତୀତ ଚଳିତ ଚୂଡାନ୍ତ ଭୋଟର ତାଲିକାରେ ଯଦି କୌଣସି ଭୋଟରଙ୍କ ତୃଟି ବିଚ୍ୟୁତି ଥାଏ ତାହେଲେ ସେମାନେ ତ୍ରୁଟି ସଂଶୋଧନ ନିମନ୍ତେ ପୂର୍ବଭଳି ଉଭୟ ଅନଲାଇନ୍ ଓ ଅଫ୍ ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ । ଯାହାକି ଧାରାବାହିକ ସଂଶୋଧନ ପ୍ରକ୍ରିୟାରେ କରାଯାଇପାରିବ । ଭୋଟର ମାନେ ଚାହିଁଲେ www.nvsp.inକୁ ଯାଇ ଏକକ ମୋବାଇଲ୍ ମାଧ୍ୟମରେ ସେମାନଙ୍କର E-EPIC ମଧ୍ୟ ଡାଉନଲୋଡ୍ କରି ନିଜ ମୋବାଇଲରେ ରଖି ପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି ।

05 Jan 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର