ଢେଙ୍କାନାଳରେ ଅଭାବନୀୟ ଘଟଣା: ଘରୁ ଟାଣି ନେଇ ବୃଦ୍ଧଙ୍କୁ କଚାଡ଼ି ମାରିଲା ହାତୀ

Madhusudan Das Picture
Published On

ଢେଙ୍କାନାଳ: ଘରୁ ଟାଣି ନେଇ ବୃଦ୍ଧଙ୍କୁ କଚାଡ଼ି ମାରିଲା ହାତୀ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଅନ୍ତର୍ଗତ ଖଜୁରିଆକଟା ବନାଞ୍ଚଳର କୁମୁରୁସିଂହା ଗାଁରେ ଆଜି ଭୋର ସମୟରେ ହାତୀ ଆକ୍ରମଣରେ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କର ପ୍ରାଣହାନି ଘଟିଛି। ମୃତକଙ୍କ ନାମ ପୂର୍ଣ୍ଣଚନ୍ଦ୍ର ଦେହୁରୀ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

ରିପୋର୍ଟ ଅନୁଯାୟୀ, ରାତି ପ୍ରାୟ ୧ଟା ସମୟରେ ଏକ ହାତୀ ଗାଁ ଭିତରେ ପଶି ରାସ୍ତାରେ ବୁଲୁଥିଲା। ଏହି ସମୟରେ ଗାଁର ପୂର୍ଣ୍ଣଚନ୍ଦ୍ର ଦେହୁରୀ କୌଣସି କାରଣବଶତଃ ନିଜ ଘର କବାଟ ଖୋଲି ପଦାକୁ ଆସିଥିଲେ। ହଠାତ୍ ହାତୀଟି ତାଙ୍କୁ ଶୁଣ୍ଢରେ ଟାଣି ନେଇଥିଲା ଏବଂ କଚାଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ତୁରନ୍ତ ଏକ ଆମ୍ବୁଲାନ୍ସ ଯୋଗେ ପୂର୍ଣ୍ଣଚନ୍ଦ୍ରଙ୍କୁ ଉଦ୍ଧାର କରି ହିନ୍ଦୋଳ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ଏହି ଦୁଃଖଦ ଘଟଣା ପରେ ସମଗ୍ର କୁମୁରୁସିଂହା ଗାଁରେ ଶୋକର ଛାୟା ଖେଳିଯାଇଛି। ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆଗକୁ ଯେପରି କୌଣସି ଅଘଟଣ ନଘଟେ, ସେଥିପାଇଁ ହାତୀର ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

ଆହୁରି ପଢ଼ନ୍ତୁ: ଟ୍ରେନ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ, ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର