ବିଶିଷ୍ଟ ଔପନ୍ୟାସିକ ଡ. ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ

The Sakala Picture
Published On

ଭୁବନେଶ୍ବର: ୨୦୨୦ ମସିହା ପାଇଁ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାର ବିଶିଷ୍ଟ ଔପନ୍ୟାସିକ ଡ. ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବରେ ଏହି ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ଏଥିସହ ୧୫ ଜଣ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ/ସାଧିକାଙ୍କୁ ଏହି କାର୍ଯ୍ଯକ୍ରମରେ ସମ୍ୱର୍ଦ୍ଧିତ କରାଯାଇଛି । ସ୍ଥାନୀୟ ସଂସ୍କୃତି ଭବନଠାରେ ନିରାଡମ୍ବର ଭାବେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି […]

ଭୁବନେଶ୍ବର: ୨୦୨୦ ମସିହା ପାଇଁ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାର ବିଶିଷ୍ଟ ଔପନ୍ୟାସିକ ଡ. ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବରେ ଏହି ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ଏଥିସହ ୧୫ ଜଣ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ/ସାଧିକାଙ୍କୁ ଏହି କାର୍ଯ୍ଯକ୍ରମରେ ସମ୍ୱର୍ଦ୍ଧିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେଡି ମିଡିଆ ସେଲ୍‌ର ପ୍ରଥମ ସମନ୍ୱୟ ବୈଠକ ଅନୁଷ୍ଠିତ

ସ୍ଥାନୀୟ ସଂସ୍କୃତି ଭବନଠାରେ ନିରାଡମ୍ବର ଭାବେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଡ. ବେହେରାଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ ଏବଂ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଚେକ୍‍ ଆକାରରେ ପ୍ରଦାନ କରାଯାଇଥିଲା। ଏଥି ସହିତ ସାରସ୍ୱତ ସାଧନା ଓ ଓଡ଼ିଆ ବାଣୀ ଭଣ୍ଡାରକୁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ୧୫ ଜଣ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ/ସାଧିକାଙ୍କୁ ମଧ୍ୟ ମାନପତ୍ର, ଉପଢୌକନ ଓ ଏକ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନରେ ବିଜେପିର ଅରାଜକତା ଗଣତନ୍ତ୍ରକୁ ହତ୍ୟା କରୁଛି: ବିଜେଡି

ସମ୍ବର୍ଦ୍ଧିତ ସାରସ୍ୱତ ବ୍ୟକ୍ତିତ୍ୱମାନେ ହେଲେ ରାସେଶ୍ୱରୀ ମିଶ୍ର, ମହେଶ୍ୱର ମୂଳିଆ, ଡ. ଜୀବନକୃଷ୍ଣ ମହାପାତ୍ର, ଶ୍ରୀମତୀ ନିର୍ମଳପ୍ରଭା ନାୟକ, ରାଧାବିନୋଦ ନାୟକ, ଡ. କୃପାସିନ୍ଧୁ ନାୟକ, ଡ. ସ୍ୱରାଜ୍ୟ ଲକ୍ଷ୍ମୀ ମିଶ୍ର, ବାଇଧର ସାହୁ, ଡ. ଦିଗରାଜ ବ୍ରହ୍ମା, ବାବାଜୀ ଚରଣ ପଟ୍ଟନାୟକ, ଗିରିଜା ଶଙ୍କର ଶର୍ମା, ସୌଭାଗିନୀ ମିଶ୍ର, ଦେବେନ୍ଦ୍ର କୁମାର ଦାଶ, ଅଶୋକ କୁମାର ପଟ୍ଟନାୟକ, ଡ. ରୁଦ୍ର ନାରାୟଣ ପୃଷ୍ଟି।

ଆହୁରି ପଢ଼ନ୍ତୁ: ସାମ୍ବାଦିକଙ୍କ ସ୍ୱାଭିମାନ ଓ ସୁରକ୍ଷା ଦାବି: ସାମ୍ବାଦିକ ମିଳିତ ମହାମଞ୍ଚ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ଅଫିସ ଆଗରେ ଗଣଧାରଣା

ଏକାଡେମୀର ସଭାପତି ବିଶିଷ୍ଟ କବି ଡ. ହୃଷିକେଶ ମଲ୍ଲିକ କାର୍ଯ୍ଯକ୍ରମରେ ଅଧ୍ୟକ୍ଷତା କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବିଭାଗୀୟ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ ଏବଂ ଅତିରିକ୍ତ ଶାସନ ସଚିବ ତଥା ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ ସାହିତ୍ୟ ସାଧକମାନେ ପାଠକ ସୃଷ୍ଟି ଦିଗରେ ତାଙ୍କର ଲେଖନୀ ଚାଳନା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ। ଅତିବଡ଼ୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ କଥାକାର ଡ. ବେହେରା ଜୀବନ ଶାଶ୍ୱତ ଓ ଅମୃତମୟ ବୋଲି ଉଲ୍ଲେଖ କରିବା ସହିତ ଲେଖକୀୟ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର