ସରିଲା ମହାକାର୍ତ୍ତିକ ବ୍ରତ, ପୁରୀ ବୃନ୍ଦାବତୀ ନିବାସରେ ହବିଷ୍ୟାଳୀ ମା’ମାନଙ୍କୁ ଦିଆଗଲା ଭାବପୂର୍ଣ୍ଣ ବିଦାୟ

The Sakala Picture
Published On

ପୁରୀ: ଗୋଟିଏ ମାସ କାର୍ତ୍ତିକ ବ୍ରତର ହବିଷ ସାରିବା ପରେ ଆଜି ନିଜ ନିଜ ଘରକୁ ଫେରିଛନ୍ତି ମା’ମାନେ। ପୂର୍ବାହ୍ନରେ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି ଡ଼. କନୱର ବିଶାଲ ସିଂ ବୃନ୍ଦାବତୀ ନିବାସରେ ପହଞ୍ଚି ଏକ ଭାବପୂର୍ଣ୍ଣ ପରିବେଶ ମଧ୍ୟରେ ମା’ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ମାସ ସାରା ନିଜ ପରିବାର ଛାଡି ମା’ମାନେ ଏହି ନିବାସ ମାନଙ୍କ ରେ ରହିଥିଲେ। ସେମାନଙ୍କ ସେବା ଓ ସ୍ୱଛନ୍ଦ ପାଇଁ ସରକାର ଓ ପ୍ରଶାସନ ସମସ୍ତ […]

ପୁରୀ: ଗୋଟିଏ ମାସ କାର୍ତ୍ତିକ ବ୍ରତର ହବିଷ ସାରିବା ପରେ ଆଜି ନିଜ ନିଜ ଘରକୁ ଫେରିଛନ୍ତି ମା’ମାନେ। ପୂର୍ବାହ୍ନରେ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି ଡ଼. କନୱର ବିଶାଲ ସିଂ ବୃନ୍ଦାବତୀ ନିବାସରେ ପହଞ୍ଚି ଏକ ଭାବପୂର୍ଣ୍ଣ ପରିବେଶ ମଧ୍ୟରେ ମା’ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ମାସ ସାରା ନିଜ ପରିବାର ଛାଡି ମା’ମାନେ ଏହି ନିବାସ ମାନଙ୍କ ରେ ରହିଥିଲେ। ସେମାନଙ୍କ ସେବା ଓ ସ୍ୱଛନ୍ଦ ପାଇଁ ସରକାର ଓ ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଥିଲେ। ମା’ମାନେ ମଧ ନିଜ ମହାନ ଗୁଣରେ ଏଇ ମାସ ସାରା ସହଯୋଗ କରିଛନ୍ତି। ଏହି ମାସର ଅଭିଜ୍ଞତା ଆଗାମୀ ଦିନ ରେ ପ୍ରଶାସନକୁ ଅଧିକ ଋଦ୍ଧିମନ୍ତ ଓ କ୍ରିୟାଶୀଳ କରିବ ବୋଲି କହିବା ସହ ପ୍ରତ୍ୟେକ ମା’ମାନଙ୍କୁ ଜିଲ୍ଲାପାଳ ମହାପ୍ରଭୁଙ୍କ ଶୁଖିଲା ଭୋଗ ଓ ଫଳ ପ୍ରଦାନ କରିଥିଲେ। ମା’ମାନେ ନିଜ ଅଭିଜ୍ଞତା ବର୍ଣ୍ଣନା କରି ବିଗତ ବର୍ଷ ମାନଙ୍କଠାରୁ ଚଳିତ ବର୍ଷର ରାଇଦାମୋଦର ବା ହବିଷ ଅତ୍ୟନ୍ତ ସୁଖଦ ଓ ଶୃଙ୍ଖଳିତ ଥିଲା ବୋଲି କହିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟସଭାରେ ବିଜେଡିର ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ

ସରକାର ଓ ପ୍ରଶାସନ ଖୁବ ଭଲ ଭାବରେ ଆମ ଦାୟିତ୍ୱ ନେବା ସହ ବୃନ୍ଦାବତୀ ପୂଜା, ସ୍ୱଛାସେବୀ ମାନଙ୍କ ସହଯୋଗ ଓ ସେବା,ମନ୍ଦିର ଓ ଠାକୁର ଦର୍ଶନ, ମହାପ୍ରସାଦ ସେବନ, ଭଜନ ପ୍ରବଚନ ଶ୍ରବଣ ଇତ୍ୟାଦି ଖୁବ ଭଲ ଥିଲା।ମାସେ କେମିତି କଟିଗଲା ଜଣା ପଡ଼ିଲା ନାହିଁ। ଇଶ୍ଵରଙ୍କ ଆଶୀର୍ବାଦ ଥିଲେ ପୁଣି ଆର ବର୍ଷକୁ ଆସିବୁ ବୋଲି କୋହଭରା କଣ୍ଠରେ କହୁଥିଲେ ମା’ମାନେ। ଏପରିକି ମାସେ ରହଣି ଭିତରେ ପରସ୍ପର ମଧ୍ୟରେ ଗଢି ଉଠିଥିବା ସମ୍ପର୍କ ଦୃଷ୍ଟିରୁ ଆଜି ନିଜ ନିଜ ଘରକୁ ଫେରିବା ବେଳେ ମା’ମାନେ କାନ୍ଦି ପକାଉଥିବା ଦେଖିବାକୁ ମିଳିଥିଲା। ସମସ୍ତ ହବିଷ୍ୟାଳୀ କେନ୍ଦ୍ରମାନଙ୍କରେ ମଧ୍ୟ ଅନୁରୂପ ଭାବେ ଭୋଗ ଓ ଫଳ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ l

ଆହୁରି ପଢ଼ନ୍ତୁ: ପୁଣି ବିବାଦରେ ନାଣ୍ଡୁ ବାବୁ ! ଆଡଭାନ୍ସ ନେଇ ଯାତ୍ରା କରୁନଥିବା ଅଭିଯୋଗ କଲେ ପୂଜା କମିଟି ସଦସ୍ୟ

08 Nov 2022 By The Sakala

ସରିଲା ମହାକାର୍ତ୍ତିକ ବ୍ରତ, ପୁରୀ ବୃନ୍ଦାବତୀ ନିବାସରେ ହବିଷ୍ୟାଳୀ ମା’ମାନଙ୍କୁ ଦିଆଗଲା ଭାବପୂର୍ଣ୍ଣ ବିଦାୟ

ପୁରୀ: ଗୋଟିଏ ମାସ କାର୍ତ୍ତିକ ବ୍ରତର ହବିଷ ସାରିବା ପରେ ଆଜି ନିଜ ନିଜ ଘରକୁ ଫେରିଛନ୍ତି ମା’ମାନେ। ପୂର୍ବାହ୍ନରେ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି ଡ଼. କନୱର ବିଶାଲ ସିଂ ବୃନ୍ଦାବତୀ ନିବାସରେ ପହଞ୍ଚି ଏକ ଭାବପୂର୍ଣ୍ଣ ପରିବେଶ ମଧ୍ୟରେ ମା’ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ମାସ ସାରା ନିଜ ପରିବାର ଛାଡି ମା’ମାନେ ଏହି ନିବାସ ମାନଙ୍କ ରେ ରହିଥିଲେ। ସେମାନଙ୍କ ସେବା ଓ ସ୍ୱଛନ୍ଦ ପାଇଁ ସରକାର ଓ ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଥିଲେ। ମା’ମାନେ ମଧ ନିଜ ମହାନ ଗୁଣରେ ଏଇ ମାସ ସାରା ସହଯୋଗ କରିଛନ୍ତି। ଏହି ମାସର ଅଭିଜ୍ଞତା ଆଗାମୀ ଦିନ ରେ ପ୍ରଶାସନକୁ ଅଧିକ ଋଦ୍ଧିମନ୍ତ ଓ କ୍ରିୟାଶୀଳ କରିବ ବୋଲି କହିବା ସହ ପ୍ରତ୍ୟେକ ମା’ମାନଙ୍କୁ ଜିଲ୍ଲାପାଳ ମହାପ୍ରଭୁଙ୍କ ଶୁଖିଲା ଭୋଗ ଓ ଫଳ ପ୍ରଦାନ କରିଥିଲେ। ମା’ମାନେ ନିଜ ଅଭିଜ୍ଞତା ବର୍ଣ୍ଣନା କରି ବିଗତ ବର୍ଷ ମାନଙ୍କଠାରୁ ଚଳିତ ବର୍ଷର ରାଇଦାମୋଦର ବା ହବିଷ ଅତ୍ୟନ୍ତ ସୁଖଦ ଓ ଶୃଙ୍ଖଳିତ ଥିଲା ବୋଲି କହିଥିଲେ।

ସରକାର ଓ ପ୍ରଶାସନ ଖୁବ ଭଲ ଭାବରେ ଆମ ଦାୟିତ୍ୱ ନେବା ସହ ବୃନ୍ଦାବତୀ ପୂଜା, ସ୍ୱଛାସେବୀ ମାନଙ୍କ ସହଯୋଗ ଓ ସେବା,ମନ୍ଦିର ଓ ଠାକୁର ଦର୍ଶନ, ମହାପ୍ରସାଦ ସେବନ, ଭଜନ ପ୍ରବଚନ ଶ୍ରବଣ ଇତ୍ୟାଦି ଖୁବ ଭଲ ଥିଲା।ମାସେ କେମିତି କଟିଗଲା ଜଣା ପଡ଼ିଲା ନାହିଁ। ଇଶ୍ଵରଙ୍କ ଆଶୀର୍ବାଦ ଥିଲେ ପୁଣି ଆର ବର୍ଷକୁ ଆସିବୁ ବୋଲି କୋହଭରା କଣ୍ଠରେ କହୁଥିଲେ ମା’ମାନେ। ଏପରିକି ମାସେ ରହଣି ଭିତରେ ପରସ୍ପର ମଧ୍ୟରେ ଗଢି ଉଠିଥିବା ସମ୍ପର୍କ ଦୃଷ୍ଟିରୁ ଆଜି ନିଜ ନିଜ ଘରକୁ ଫେରିବା ବେଳେ ମା’ମାନେ କାନ୍ଦି ପକାଉଥିବା ଦେଖିବାକୁ ମିଳିଥିଲା। ସମସ୍ତ ହବିଷ୍ୟାଳୀ କେନ୍ଦ୍ରମାନଙ୍କରେ ମଧ୍ୟ ଅନୁରୂପ ଭାବେ ଭୋଗ ଓ ଫଳ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ l

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର