ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ

The Sakala Picture
Published On

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ରବିବାର ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉ ଥିଲେ। ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗ ଖବରରେ ରାଜନୈତକ […]

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ରବିବାର ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉ ଥିଲେ। ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗ ଖବରରେ ରାଜନୈତକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ ଅନନ୍ତ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ । ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ଅନନ୍ତ ଦାସ ଉଚ୍ଚ ଶିକ୍ଷା ଏବଂ ଶିଳ୍ପ ମନ୍ତ୍ରୀ ଥିଲେ । ୧୯୪୦ ମସିହା ଅଗଷ୍ଟ ୨୮ରେ ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତ କୁରୁଟିଆ ଗାଁରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ଏମଏ ଏଲଏଲବି କରିବା ପରେ ସରକାରୀ ଚାକିରି କରିଥିଲେ । ଚାକିରି ଜୀବନରେ ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇଥିଲେ ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ଏହା ସହ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ । ଜଣେ ଦକ୍ଷ ସଂଗଠକ ସହ ବାଲେଶ୍ବର ଜିଲ୍ଲା ବିଜେଡିରେ ଜଣେ ଟାଣୁଆ ନେତା ଥିଲେ ଅନନ୍ତ । ଅନେକ ସମୟରେ ସେ ଦଳ ପାଇଁ ସଂଗଠନ ଦାୟିତ୍ବ ତୁଲାଇ ସଫଳ ହୋଇଛନ୍ତି । ବାଲେଶ୍ବରରେ ବିଜେଡିକୁ ଶକ୍ତିଶାଳୀ କରିବାରେ ତାଙ୍କର ବେଶ ଗୁରୁତ୍ବପୂର୍ଣ୍ଣ ଅବଦାନ ଥିଲା ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର