ପରଲୋକରେ ପୂର୍ବତନ ବିଧାୟିକା ରୋଶନୀ ସିଂଦେଓ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ କୋକସରା ବିଧାୟିକା ତଥା ପୂର୍ବତନ ବିଧାୟକ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାଆ ରୋଶନୀ ସିଂଦେଓଙ୍କ ପରଲୋକ । ୮୨ ବର୍ଷ ବୟସରେ ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । କିଛିଦିନ ହେବ ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ଆଜି ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ପୂର୍ବତନ ବିଧାୟିକା ରୋଶନୀ ସିଂଦେଓ ୧୯୪୦ ମସିହାରେ ଜନ୍ମ […]

ଭୁବନେଶ୍ୱର: ପୂର୍ବତନ କୋକସରା ବିଧାୟିକା ତଥା ପୂର୍ବତନ ବିଧାୟକ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାଆ ରୋଶନୀ ସିଂଦେଓଙ୍କ ପରଲୋକ । ୮୨ ବର୍ଷ ବୟସରେ ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । କିଛିଦିନ ହେବ ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ଆଜି ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ପୂର୍ବତନ ବିଧାୟିକା ରୋଶନୀ ସିଂଦେଓ ୧୯୪୦ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ରୋଶନୀ ସିଂଦେଓ ୧୯୯୫ରୁ ୨୦୦୪ ପର୍ଯ୍ୟନ୍ତ କୋକସରା ବିଧାୟିକା ଥିଲେ । ବିଧାୟିକା ଜନତା ଦଳରୁ ୧୯୯୫ରୁ ୨୦୦୦ ଓ ବିଜୁ ଜନତା ଦଳ ରୁ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବିଧାୟିକା ରହିଥିଲେ l ତାଙ୍କ ମୃତ୍ୟୁରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମରଶରୀରକୁ ଜୟପାଟଣା ନିଆଯିବ । ପୂର୍ବତନ ବିଧାୟିକାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର