ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର : ମାଦକ ଦ୍ରବ୍ୟରେ ସାମିଲ୍ ହେଲା ଭାଙ୍ଗ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ ସରକାର ଭାଙ୍ଗକୁ ମାଦକ ଦ୍ରବ୍ୟ ଭାବେ ଘୋଷଣା କରିଛନ୍ତି। ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଭାଙ୍ଗକୁ ଖାଦ୍ୟ ଓ ପାନୀୟରେ ମିଶେଇ ଏକ ମନଉତ୍ତେଜକ ଦ୍ରବ୍ୟ ଭାବରେ ବ୍ୟବ‌ହାର […]

ଭୁବନେଶ୍ବର : ମାଦକ ଦ୍ରବ୍ୟରେ ସାମିଲ୍ ହେଲା ଭାଙ୍ଗ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ ସରକାର ଭାଙ୍ଗକୁ ମାଦକ ଦ୍ରବ୍ୟ ଭାବେ ଘୋଷଣା କରିଛନ୍ତି।

ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଭାଙ୍ଗକୁ ଖାଦ୍ୟ ଓ ପାନୀୟରେ ମିଶେଇ ଏକ ମନଉତ୍ତେଜକ ଦ୍ରବ୍ୟ ଭାବରେ ବ୍ୟବ‌ହାର କରାଯାଏ । ଏହା ଫଳରେ ଏହା ବିଶୃଙ୍ଖଳା, ଶତ୍ରୁତା, ବିକୃତି, ମତିଭ୍ରମ ଏବଂ ଚିନ୍ତା ଶକ୍ତି ହରାଇବାର କାରଣ ହୋଇଥାଏ। ଯେଉଁ କାରଣ ପାଇଁ ଏହାକୁ ଏକ ମାଦକ ଦ୍ରବ୍ୟ ଭାବେ ଘୋଷଣା କରାଯାଇଛି।

About The Author: The Sakala