ଚଢାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ
ଭରତପୁର: ଭରତପୁର ଅଞ୍ଚଳରେ ଗୁରୁବାର ଦିନ କିଛି ବ୍ୟକ୍ତି ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଦେଶୀ ମଦ ବିକ୍ରି କରୁଥିବା ସନ୍ଦେହରେ ଚଢ଼ାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି ସ୍ଥାନୀୟ ଲୋକେ। ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ଚଢ଼ାଉ ବେଳେ ଏହି ଅଘଟଣ ଘଟିଥିଲା। ଏହି ଆକ୍ରମଣରେ ଅବକାରୀ ବିଭାଗର ୫ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ଅବକାରୀ ବିଭାଗର ଜଣେ ମହିଳା କର୍ମଚାରୀ ମଧ୍ୟ […]
ଭରତପୁର: ଭରତପୁର ଅଞ୍ଚଳରେ ଗୁରୁବାର ଦିନ କିଛି ବ୍ୟକ୍ତି ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଦେଶୀ ମଦ ବିକ୍ରି କରୁଥିବା ସନ୍ଦେହରେ ଚଢ଼ାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି ସ୍ଥାନୀୟ ଲୋକେ।
ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି
ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ଚଢ଼ାଉ ବେଳେ ଏହି ଅଘଟଣ ଘଟିଥିଲା। ଏହି ଆକ୍ରମଣରେ ଅବକାରୀ ବିଭାଗର ୫ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ଅବକାରୀ ବିଭାଗର ଜଣେ ମହିଳା କର୍ମଚାରୀ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ତେବେ ପୁଲିସ ସହାୟତାରେ ସମସ୍ତ ଅବକାରୀ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଥିଲା ।
ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ






