ରାତି ପାହିଲେ ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

The Sakala Picture
Published On

ଭୁବନେଶ୍ବର: ରାତି ପାହିଲେ ଜାଗର। ଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରି ନେଇ ପୁଲିସର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ଯାରେ ପହଞ୍ଚିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ୨ ଟାରୁ ସେବାୟତ ପରିବାର ଉତ୍ତର ଦ୍ବାର ଦେଇ ପ୍ରବେଶ କରି ଦର୍ଶନ କରିବେ। ୩ ଟାରୁ ସିଂହ ଦ୍ବାର ଦେଇ ଶ୍ରଦ୍ଧାଳୁ ପ୍ରବେଶ କରିବେ। ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଗଙ୍ଗା ଜମୁନା ଛକରୁ ବ୍ୟାରିକେଡ ବ୍ୟବସ୍ଥା। ଗୋଟିଏ କଣ୍ଟ୍ରୋଲ […]

ଭୁବନେଶ୍ବର: ରାତି ପାହିଲେ ଜାଗର। ଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରି ନେଇ ପୁଲିସର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ଯାରେ ପହଞ୍ଚିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ୨ ଟାରୁ ସେବାୟତ ପରିବାର ଉତ୍ତର ଦ୍ବାର ଦେଇ ପ୍ରବେଶ କରି ଦର୍ଶନ କରିବେ। ୩ ଟାରୁ ସିଂହ ଦ୍ବାର ଦେଇ ଶ୍ରଦ୍ଧାଳୁ ପ୍ରବେଶ କରିବେ। ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଗଙ୍ଗା ଜମୁନା ଛକରୁ ବ୍ୟାରିକେଡ ବ୍ୟବସ୍ଥା। ଗୋଟିଏ କଣ୍ଟ୍ରୋଲ ରୁମ କରାଯାଇଛି। ପକେଟମାର, ଛିନତାଇ ଉପରେ ସିସିଟିଭି ନଜର ରଖିବ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ଜାଗର ପାଇଁ ଟ୍ରାଫିକ କଟକଣା ରହିଛି। ଏସଓଜି ମୁତୟନ ହେବେ। ୪ଟି ସିଫ୍ଟରେ ଡ୍ୟୁଟି କରିବେ ପୁଲିସ। ୫ଜଣ ଆଡସିନାଲ ୧୧ ଏସପି । ୧୯ ଆଇଆଇସି ୮୦ ଜଣ ଏଏସଆଇ, ୧୧୦ ହୋମଗାର୍ଡ ଏବଂ ୩୨ ପ୍ଳାଟୁନ ପୁଲିସ ଫୋର୍ସ ନିୟୋଜିତ ହେବେ। ୧୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ୨ /୩ଟି ଗ୍ୟାଙ୍ଗ ସକ୍ରିୟ ଅଛନ୍ତି। ଗ୍ୟାଙ୍ଗରେ ନାବାଳକ ଏବଂ ମହିଳା ଅଛନ୍ତି। ସେମାନେ ପର୍ସ ପକେଟମାର ସହ ସୁନା ଗହଣା ଛିନତାଇ କରିବାର ସମ୍ଭାବନା ରହିଛି। ସେମାନଙ୍କ ପାଇଁ ସାଧାପୋଷାକରେ ପୁଲିସ ମୁତୟନ କରାଯାଇଛି। ମନ୍ଦିର ସମ୍ମୁଖ ରାସ୍ତାରେ ଓ୍ବାନ ଓ୍ବେ କରାଯାଇଛି। ୧୦୦ ମିଟର ପରିଧି ମଧ୍ୟରେ ଗାଡି ଚଳାଚଳ ନିଷିଦ୍ଧ କରାଯାଇଛି। ଭୁବନେଶ୍ୱରର ଅନ୍ୟ ୧୦ ଟି ମନ୍ଦିରରେ ମଧ୍ୟ ପୁଲିସ ମୁତୟନ ହୋଇଛନ୍ତି। ପୁଲିସ ଏବଂ ମନ୍ଦିର ପ୍ରଶାସନ ମିଳିତ ଭାବେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରୁଛନ୍ତି ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ କହିଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

 

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର