ମୃତ୍ୟୁ ପରେ ବି ଅମର ହୋଇ ରହିବେ ସୂର୍ଯ୍ୟ ନାରାୟଣ ପାତ୍ର

The Sakala Picture
Published On

ଭୁବନେଶ୍ବର: ଅମର ରହିବେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ସୂର୍ଯ୍ୟ ପାତ୍ରଙ୍କ ଚକ୍ଷୁ ଦାନ କରାଯାଇଛି । ତାଙ୍କରି ଆଖିରେ ଦୁନିଆ ଦେଖିପାରିବେ ଆଉ ଜଣେ ବ୍ୟକ୍ତି । ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ପରେ ଏକ ଡାକ୍ତରୀ ଟିମ୍ ତାଙ୍କ ଚକ୍ଷୁକୁ ମାତ୍ର ୧୦ ମିନିଟ୍ ଭିତରେ ସୁରକ୍ଷିତ ଭାବେ ବାହାର କରିଥିଲେ । ଏହାପରେ ଚକ୍ଷୁର ମାନ ପରୀକ୍ଷା ସହ ରକ୍ତ ନମୂନା […]

ଭୁବନେଶ୍ବର: ଅମର ରହିବେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ସୂର୍ଯ୍ୟ ପାତ୍ରଙ୍କ ଚକ୍ଷୁ ଦାନ କରାଯାଇଛି । ତାଙ୍କରି ଆଖିରେ ଦୁନିଆ ଦେଖିପାରିବେ ଆଉ ଜଣେ ବ୍ୟକ୍ତି ।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ପରେ ଏକ ଡାକ୍ତରୀ ଟିମ୍ ତାଙ୍କ ଚକ୍ଷୁକୁ ମାତ୍ର ୧୦ ମିନିଟ୍ ଭିତରେ ସୁରକ୍ଷିତ ଭାବେ ବାହାର କରିଥିଲେ । ଏହାପରେ ଚକ୍ଷୁର ମାନ ପରୀକ୍ଷା ସହ ରକ୍ତ ନମୂନା ପରୀକ୍ଷା କରାଯାଇ ଚକ୍ଷୁ ପ୍ରତିରୋପଣ କରାଯିବ । ପୂର୍ବରୁ ସୂର୍ଯ୍ୟ ପାତ୍ରଙ୍କ ମାଆଙ୍କ ବିୟୋଗ ପରେ ଚକ୍ଷୁ ଦାନ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

ଗତକାଲି ଘରୋଇ ହସ୍ପିଟାଲରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ସୂର୍ଯ୍ୟ ପାତ୍ର । ୧୯୭୭ରେ ରାଜନୈତିକ ଜୀବନ ଆରମ୍ଭ କରି ଜଣେ ସଫଳ ରାଜନେତା ଭାବେ ଓଡ଼ିଶା ରଜନୀତିରେ ଛାପ ଛାଡ଼ି ଯାଇଛନ୍ତି । ବ୍ରହ୍ମପୁର ମୁନିସିପାଲିଟିର କାଉନସିଲ ଭାବେ ରାଜନୀତିରେ ପ୍ରବେଶ କରିଥିଲେ । ସୂର୍ଯ୍ୟ ପାତ୍ର ଥରେ ବାଚସ୍ପତି, ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର