ଓଲିଉଡ଼ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

Madhusudan Das Picture
Published On

ଭୁବନେଶ୍ବର : ପରଲୋକରେ  ଓଲିଉଡ଼ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା । ଏକାଧିକ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ସାଗର। ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ।  ତାଙ୍କର ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଅଚଳ ହୋଇଯାଇଥିଲା। ଶ୍ବାସକ୍ରିୟା ସମସ୍ୟା ଯୋଗୁଁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୧୪ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି ହୋଇଥିଲେ ହ୍ୟୁମାନ ସାଗର। ମଲଟି ଅର୍ଗାନ୍ ଡିଫଙ୍କନ ସିଣ୍ଡ୍ରୋମ୍ ସହିତ ଗୁରୁତର ଲିଭର ସମସ୍ୟା, ନିମୋନିଆ ଓ ହୃଦରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି ।

ଆହୁରି ପଢ଼ନ୍ତୁ: ଜିଲ୍ଲାପାଳଙ୍କୁ ୯ଟି ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ, ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମରେ ନ ବସି ଲୋକଙ୍କ ପାଖକୁ ଯିବାକୁ ପରାମର୍ଶ...

Join Us @ WhatsApp

About The Author

Google News
Join Us @ WhatsApp