ଲକ୍ଷ୍ମୀସାଗର ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବିଦାୟ ସମାରୋହ

Sakala Desk Picture
Published On

ଭୁବନେଶ୍ୱର: ଲକ୍ଷ୍ମୀସାଗର ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପରିସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବିଦାୟ ସମାରୋହ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ଗତକାଲି (ରବିବାର) ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉଭୟ ଇଂରାଜୀ ଓ ଓଡ଼ିଆ ମାଧ୍ୟମର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ଶୁଭାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଜଗତର ନାଥ ଶ୍ରୀଜଗନ୍ନାଥ ଓ ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

farewell-ceremony-10th-grade-students-vivekananda-shiksha-kendra-laxmisagar (2)

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

ଏହି ବିଦାୟ କାଳୀନ ସଭାରେ ମୁଖ୍ୟ ଅତିଥି ଭାବେ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଚେୟାରମ୍ୟାନ୍ ଡଃ ପିତବାସ ତ୍ରିପାଠୀ, ଲର୍ଡ ଜଗନ୍ନାଥ ମିଶନ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟି ଶ୍ରୀଯୁକ୍ତ ବୈରାଗୀ ଚରଣ ନାୟକ, ଟ୍ରଷ୍ଟି ଶ୍ରୀମତୀ ସ୍ୱର୍ଣ୍ଣଲତା ମହାନ୍ତି, ବିଦ୍ୟାଳୟର ଡାଇରେକ୍ଟର ଶ୍ରୀଯୁକ୍ତ ରବିନ୍ଦ୍ରନାଥ ପଣ୍ଡା ଏବଂ ମ୍ୟାନେଜର ଶ୍ରୀଯୁକ୍ତ ସତ୍ୟାନନ୍ଦ ରାଜ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀ ସଭାରେ ସଭାପତିତ୍ୱ କରିଥିଲେ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

farewell-ceremony-10th-grade-students-vivekananda-shiksha-kendra-laxmisagar (3)

ଅତିଥିମାନେ ନିଜର ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ଶିକ୍ଷା ହେଉଛି ଜୀବନ ଗଢିବାର ମୂଳ ଆଧାର। ସତ୍ୟ, ଶିଷ୍ଟାଚାର, କଠିନ ପରିଶ୍ରମ ଓ ନୀତିମୂଲ୍ୟକୁ ଅନୁସରଣ କରି ଆଗେଇ ଚାଲିଲେ ଜୀବନରେ ସଫଳତା ନିଶ୍ଚିତ ଭାବେ ମିଳିଥାଏ। ଭବିଷ୍ୟତରେ ଜଣେ ଶିଷ୍ଟ ଓ ଦାୟିତ୍ୱଶୀଳ ନାଗରିକ ହୋଇ ଦେଶ ତଥା ସମାଜର ସେବା କରିବାକୁ ସେମାନେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।

ଅନ୍ୟାନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ମଧ୍ୟ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇବା ସହ ଆତ୍ମବିଶ୍ୱାସର ସହ ପରୀକ୍ଷା ଦେବାକୁ ଗୁରୁତ୍ଵାରୋପ କରିଥିଲେ। ଏହି ଅବସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସ୍ମୃତିଚିହ୍ନ ଓ ଉପହାର ପ୍ରଦାନ କରାଯାଇଥିଲା। ପରିଶେଷରେ ଧନ୍ୟବାଦ ଅର୍ପଣ ସହ କାର୍ଯ୍ୟକ୍ରମଟି ସୁରୁଖୁରୁରେ ସମାପନ ହୋଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର