ଖଣ୍ଡଗିରି ଓଭରବ୍ରିଜ୍‌ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଧକ୍କାରେ ବାପା ମୃତ, ପୁଅ ଗୁରୁତର

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ଓଭରବ୍ରିଜ୍‌ ଉପରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବସ୍ ଗୋଟେ ବାଇକ୍‌କୁ ଧକ୍କା ଦେବା ଫଳରେ ଜଣେ ବ୍ୟକ୍ତିଙ୍କର ପ୍ରାଣହାନି ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ସୂଚନା ଅନୁଯାୟୀ, ସୋମବାର ସକାଳ ସମୟରେ ଓଭରବ୍ରିଜ୍ ଉପରେ ଗାଡ଼ିମୋଟରର ପ୍ରବଳ ଭିଡ଼ ରହିଥିଲା। ଏହି ସମୟରେ ଏକ ବସ୍ ବାପା ଓ ପୁଅ ଯାଉଥିବା ଦୁଇଚକିଆ ଯାନକୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ, ବାପା ଏବଂ ପୁଅ ଉଭୟ ଗାଡ଼ିରୁ ଛିଟିକି ଯାଇ ରାସ୍ତା କଡ଼ରେ ପଡ଼ିଥିଲେ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଖବର ପାଇ ଖଣ୍ଡଗିରି ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଏକ ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ପଠାଇଥିଲେ। ତେବେ ଡାକ୍ତରଖାନାରେ ପହଞ୍ଚିବା ବେଳକୁ ବାପାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ। ବର୍ତ୍ତମାନ ଗୁରୁତର ଅବସ୍ଥାରେ ଥିବା ପୁଅଙ୍କର ଚିକିତ୍ସା ଜାରି ରହିଛି। 

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ଅନ୍ୟପକ୍ଷରେ, ଏହି ଦୁର୍ଘଟଣା ଯୋଗୁଁ ଓଭରବ୍ରିଜ୍ ଏବଂ ତଳ ରାସ୍ତାରେ ଲୋକଙ୍କର ପ୍ରବଳ ଭିଡ଼ ଜମିବା ସହ ବ୍ୟାପକ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଥିଲା। ପୋଲିସ ଦୁର୍ଘଟଣାଗ୍ରସ୍ତ ଯାନଗୁଡ଼ିକୁ ଜବତ କରିବା ସହ ଘଟଣାର ଏକ ବିସ୍ତୃତ ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର