ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

Madhusudan Das Picture
Published On

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ବୁଧବାର ବିଳମ୍ବିତ ରାତିରେ ଏକ ଦ୍ରୁତଗାମୀ ସିମେଣ୍ଟ ମିକ୍ସଚର ଟ୍ରକ୍ ଏବଂ ଏକ ଇଭି ଅଟୋରିକ୍ସା ମଧ୍ୟରେ ଧକ୍କା ହେବା ଫଳରେ ବାପା ଓ ନାବାଳିକା ଝିଅଙ୍କର ପ୍ରାଣହାନି ଘଟିଛି। ଧନୁପାଲି ଥାନା ଅନ୍ତର୍ଗତ ଝଙ୍କାର ବନ୍ଧ ନିକଟରେ ଏହି ହୃଦୟ ବିଦାରକ ଘଟଣା ଘଟିଛି।

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

ମୃତକ ଦ୍ୱୟ ହେଲେ ଧନୁପାଲି ଅଞ୍ଚଳର ଅଟୋରିକ୍ସା ଚାଳକ ସୁରେନ୍ଦ୍ର ବେହେରା ଏବଂ ତାଙ୍କ ନାବାଳିକା ଝିଅ ଶୁଭଶ୍ରୀ ବେହେରା। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ସେମାନେ ନିଜ ଇଭି ଅଟୋରେ ଯାଉଥିବା ସମୟରେ ଏକ ସିମେଣ୍ଟ ମିକ୍ସଚର ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ଝିଅ ଶୁଭଶ୍ରୀଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଓଡ଼ିଶା ସରକାର ଆନ୍ଧ୍ର ନିକଟରେ ଆତ୍ମସମର୍ପଣ କରିଛନ୍ତି: ବିଜେଡି

ଅନ୍ୟପକ୍ଷରେ, ଗୁରୁତର ଅବସ୍ଥାରେ ସୁରେନ୍ଦ୍ରଙ୍କୁ ବୁର୍ଲା ସ୍ଥିତ ଭିମସାରକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଜରୁରୀକାଳୀନ ବିଭାଗରେ କୌଣସି ଡାକ୍ତର ଉପସ୍ଥିତ ନଥିବା ନେଇ ପରିବାର ଲୋକେ ଅଭିଯୋଗ କରିଥିଲେ। ବାଧ୍ୟ ହୋଇ ତାଙ୍କୁ ବୁର୍ଲାର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସକାଳେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଖବର ପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହ ଫେରାର ଡ୍ରାଇଭରକୁ ଧରିବା ପାଇଁ ପ୍ରୟାସ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୂଜା ଗେଟ୍ ଏବଂ ତୋରଣ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର