ପଞ୍ଚାୟତ ସ୍ତରରେ କାମ କରୁଥିବା ୫୦ ହଜାର ମିଶନଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ମିଶନ ଶକ୍ତି ଆନ୍ଦୋଳନ ଆଜି ଓଡିଶାର ୭୦ ଲକ୍ଷ ମା’ ମାନଙ୍କ ଜୀବନରେ ଏକ ବଡ ଧରଣର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ମିଶନ ଶକ୍ତି ମା ମାନଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି। ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା ମା’ ମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି । ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି କ୍ରମେ ଧାନ ସଂଗ୍ରହ ଠାରୁ […]

ଭୁବନେଶ୍ବର : ମିଶନ ଶକ୍ତି ଆନ୍ଦୋଳନ ଆଜି ଓଡିଶାର ୭୦ ଲକ୍ଷ ମା’ ମାନଙ୍କ ଜୀବନରେ ଏକ ବଡ ଧରଣର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ମିଶନ ଶକ୍ତି ମା ମାନଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି। ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା ମା’ ମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି । ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି କ୍ରମେ ଧାନ ସଂଗ୍ରହ ଠାରୁ ଆରମ୍ଭ କରି ଡାକ୍ତରଖାନାରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ଆହାର କେନ୍ଦ୍ର ପରିଚାଳନା, ମାଛ ଚାଷ ଆଦି ବିଭିନ୍ନ ସରକାରୀ କାମ ମଧ୍ୟ ମିଶନ ଶକ୍ତି ମା ମାନଙ୍କୁ ଯୋଗାଇ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ଶକ୍ତି ତଥା ଗତି ଯୋଗାଇ ଦେବା ସହିତ ସୁସମନ୍ବୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ମିଶନ ଶକ୍ତି ନାମରେ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘ ମାନେ ଗୋଟିଏ ପ୍ଲାଟଫର୍ମରେ କାମ କରୁଛନ୍ତି । ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକ ହେଉଛି – ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ତୃଣମୂଳ ଅନୁଷ୍ଠାନ । ଏହି ମହାସଂଘ ମାନେ ସ୍ବୟଂ ସହାୟକ ଗୋଷ୍ଠୀ ଗୁଡିକୁ ସେମାନଙ୍କ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟା ସହିତ ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଜୀବିକା ଓ ଦକ୍ଷତାର ବିକାଶ ତଥା ସେମାନଙ୍କର ଆନୁଷ୍ଠାନିକ ଦକ୍ଷତା ବିକାଶ ଦିଗରେ ସହାୟକ ଭୂମିକା ଗ୍ରହଣ କରିଆସୁଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

ଏହି ଗ୍ରାମପଞ୍ଚାୟତସ୍ତରୀୟ ମହାସଂଘ ଗୁଡିକୁ ମାଷ୍ଟର ବୁକ୍‌ କିପର, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, Community Resource Person – Community Mobiliser (CRP-CM) ଆଦି ଗୋଷ୍ଠୀ ସହାୟକ କର୍ମଚାରୀମାନେ ସହାୟତା ଯୋଗାଇ ଦେଉଛନ୍ତି। ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ସୁଦୃଢ କରିବାରେ ଏହି ସହାୟକ କର୍ମଚାରୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।ମିଶନ ଶକ୍ତି ଆନ୍ଦୋଳନର ଗୁରୁତ୍ବ ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଏକ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

୧. ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।

୨. ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ।

୩. ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ।

୪. ସବୁ CRP- CM ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ ।

୫. ସବୁ CRP- CM ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ ।

୬. ଟେଲିଫୋନ ଭତ୍ତା ବାବଦରେ CRP- CM ମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଆଗକୁ ନେବାରେ ପଞ୍ଚାୟତ ସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କର ମହତ୍ତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପୋଷଣ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର