ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ ଘଟଣା; ସିଂହଦ୍ଵାର ଥାନାରେ ଏତଲା

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନ ସିଂହାସନରେ ବିଜେ ଶ୍ରୀଜଗନ୍ନାଥଙ୍କ ଫଟୋ ଭାଇରାଲ ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦାୟର କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଭି.ଏସ.ଚନ୍ଦ୍ର ଶେଖର ରାଓ ଏହି ଏତଲା ଦେଇଛନ୍ତି। ଆକାଶ ଚୌଧୁରୀ ନାମକ ଜଣେ ଯୁବକ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ଫଟୋ ପୋଷ୍ଟ କରିଥିଲେ। ଏହି ଫଟୋ ଜଗମୋହନ ଭିତରକାଠ ନିକଟରୁ ଦର୍ଶନ ସମୟର ଉଠାଯାଇଥିବା ଜଣାପଡ଼ିଛି। ଭାଇରାଲ ହୋଇଥିବା ଫୋଟୋଗୁଡିକ ଗର୍ଭ […]

ପୁରୀ: ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନ ସିଂହାସନରେ ବିଜେ ଶ୍ରୀଜଗନ୍ନାଥଙ୍କ ଫଟୋ ଭାଇରାଲ ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦାୟର କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଭି.ଏସ.ଚନ୍ଦ୍ର ଶେଖର ରାଓ ଏହି ଏତଲା ଦେଇଛନ୍ତି। ଆକାଶ ଚୌଧୁରୀ ନାମକ ଜଣେ ଯୁବକ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ଫଟୋ ପୋଷ୍ଟ କରିଥିଲେ। ଏହି ଫଟୋ ଜଗମୋହନ ଭିତରକାଠ ନିକଟରୁ ଦର୍ଶନ ସମୟର ଉଠାଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଭାଇରାଲ ହୋଇଥିବା ଫୋଟୋଗୁଡିକ ଗର୍ଭ ଗୃହ ଭିତରର ହୋଇଥିବା ବେଳେ, କିଭଳି ଓ କେଉଁ ପଡିସ୍ଥିତିରେ ଏହା ଭାଇରାଲ ହେଲା ତା’ର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନେବାକୁ ହୋଇଛି ଦାବି ହୋଇଛି । ଏଭଳି ସମ୍ବେଦନଶୀଳ ଫଟୋ ଭାଇରାଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି । ଏହି ଘଟଣାକୁ ନେଇ ଗତକାଲି ଶ୍ରୀମନ୍ଦିର ଏକାଦଶୀ ସେବା ସଂଘ ପକ୍ଷରୁ ଜିଲ୍ଲାପାଳ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଶ୍ରୀମନ୍ଦିର ଥାନାରେ ଅଭିଯୋଗ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର