ଭୁବନେଶ୍ୱର ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ

The Sakala Picture
Published On

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ତାହା ଏକ ଭୂତଳ ମାର୍କେଟ ହୋଇଥିବାରୁ ପ୍ରବେଶ ପଥ ଓ ପ୍ରସ୍ଥାନ ପଥ ହିଁ ବାଟ ଥିଲା। ଉଭୟ ପଟେ ପ୍ରଖର ବେଗରେ ନିଆଁ ଓ ଧୂଆଁ ବାହାରୁଥିବାରୁ ଅଗ୍ନିଶମ କର୍ମଚାରୀ ପ୍ରାୟ ଘଣ୍ଟାଏ କାଳ ଭିତରେ ପଶି ପାରି ନ ଥିଲେ।  ଏହାପରେ ଭେଣ୍ଟିଲେସନ ବାଟକୁ ଭାଙ୍ଗି […]

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ତାହା ଏକ ଭୂତଳ ମାର୍କେଟ ହୋଇଥିବାରୁ ପ୍ରବେଶ ପଥ ଓ ପ୍ରସ୍ଥାନ ପଥ ହିଁ ବାଟ ଥିଲା। ଉଭୟ ପଟେ ପ୍ରଖର ବେଗରେ ନିଆଁ ଓ ଧୂଆଁ ବାହାରୁଥିବାରୁ ଅଗ୍ନିଶମ କର୍ମଚାରୀ ପ୍ରାୟ ଘଣ୍ଟାଏ କାଳ ଭିତରେ ପଶି ପାରି ନ ଥିଲେ।  ଏହାପରେ ଭେଣ୍ଟିଲେସନ ବାଟକୁ ଭାଙ୍ଗି ଧୂଆଁ ବାହାର କରାଯାଇଥିଲା। ତା’ ପରେ ଅଗ୍ନିଶମ କର୍ମଚାରୀ ଭିତରେ ପଶିଥିଲେ। ସେମାନେ ପ୍ରାୟ ୪ ଘଣ୍ଟା କାଳ ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି। ଗତକାଲି ଦୀପାବଳି ଥିବାରୁ ବାଣ ନିଆଁ ପଡ଼ି ଏପରି ଅଗ୍ନିକାଣ୍ଡ ଘଟିଥାଇପାରେ କିମ୍ବା ସର୍ଟସର୍କିଟରୁ ଏପରି ହୋଇଥାଇପାରେ ବୋଲି ଅନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର