ପରିବର୍ତ୍ତନ ପ୍ରତି ଆଗ୍ରହ ହିଁ ଛାତ୍ରଛାତ୍ରୀଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ରୂପାନ୍ତର ହେଉଛି ସ୍କୁଲ। ଆଜି ତୃତୀୟ ପର୍ଯ୍ୟାୟରେ ହିଞ୍ଜିଳିର ୧୦ଟି ବିଦ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିବା ସହ କହିଛନ୍ତି ଯେ ଏ ରୂପାନ୍ତର ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବାରେ ପ୍ରୋତ୍ସାହିତ କରିବ। ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ତୁମେମାନେ ବଡ ବଡ ସ୍ବପ୍ନ ଦେଖ । ତୁମ ଭିତରେ ଥିବା ବିପୁଳ ପ୍ରତିଭାକୁ ଉପଯୋଗ […]

ଭୁବନେଶ୍ବର : ରୂପାନ୍ତର ହେଉଛି ସ୍କୁଲ। ଆଜି ତୃତୀୟ ପର୍ଯ୍ୟାୟରେ ହିଞ୍ଜିଳିର ୧୦ଟି ବିଦ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିବା ସହ କହିଛନ୍ତି ଯେ ଏ ରୂପାନ୍ତର ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବାରେ ପ୍ରୋତ୍ସାହିତ କରିବ। ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ତୁମେମାନେ ବଡ ବଡ ସ୍ବପ୍ନ ଦେଖ । ତୁମ ଭିତରେ ଥିବା ବିପୁଳ ପ୍ରତିଭାକୁ ଉପଯୋଗ କରି ସ୍ବପ୍ନକୁ ସାକାର କର । ତୁମର ସଫଳତା ଆମ ସମାଜର, ବିଦ୍ୟାଳୟର ଓ ପରିବାରର ଗୌରବ। ତେଣୁ ତୁମ ଜୀବନର ଲକ୍ଷ୍ୟ ପୂରଣ ହେବା ପର୍ଯ୍ୟନ୍ତ ପରିଶ୍ରମ ଜାରି ରଖ ।

ଆହୁରି ପଢ଼ନ୍ତୁ: ଦୋକାନ ଭିତରେ ଗ୍ୟାସ୍‌ ସିଲିଣ୍ଡର ଫାଟି ନାବାଳକ ଜୀବନ୍ତ ଦଗ୍ଧ !

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପିଲାମାନଙ୍କ ଖୁସି ଓ ଉତ୍ସାହରେ ସନ୍ତୋଷ ପ୍ରକାଶ କରି କହିଥିଲେ  ଯେ ସ୍କୁଲଗୁଡିକର ଏହି ନୂଆ ସୁଯୋଗ ଓ ନୂଆ ପରିବେଶ ପିଲାମାନଙ୍କୁ ସ୍କୁଲକୁ ଆସିବାପାଇଁ ଓ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିପାରିଛି। ପିଲାମାନଙ୍କର ଏହି ଆଗ୍ରହ ହିଁ ସେମାନଙ୍କ ସଫଳତା ପାଇଁ ନୂଆ ରାସ୍ତା ଖୋଲିବ । ତେଣୁ ଏହି ସମୟର ସଦୁପଯୋଗ କରି ନିଜ ପ୍ରତିଭାର ବିକାଶ ପାଇଁ ପିଲାମାନେ ଉଦ୍ୟମ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।

ଆହୁରି ପଢ଼ନ୍ତୁ: ବିଜେପି ବିଧାୟକ ନବୀନ ଜୈନଙ୍କ ବିବାଦୀୟ ବୟାନ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ୟ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ ଗୋଟିଏ ନିର୍ବାଚନ ମଣ୍ଡଳୀ ର ସମସ୍ତ ସରକାରୀ ବିଦ୍ୟାଳୟର ରୂପାନ୍ତରୀକରଣ ରେ ହିଞ୍ଜିଳି ସାରା ଦେଶରେ ପ୍ରଥମ ।  ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଆଜି ସୁଦ୍ଧା ୩୦ଟି ସ୍କୁଲ ଲୋକାର୍ପିତ ହୋଇଛି।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ୫ଟି ସଚିବ  ଭିକେ ପାଣ୍ଡିଆନ୍ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ଉଦଘାଟନ ହେଉଥିବା  ୧୦ ଟି ସ୍କୁଲରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅରୁଣ ସାହୁ ,  ତୁଷାର କାନ୍ତି ବେହେରା ସରକାରୀ ମୁଖ୍ୟ ସଚେତକ  ପ୍ରମିଳା ମଲ୍ଲିକ ,ଏମ୍ ପି ପ୍ରମିଳା ବିଶୋଇ ଯୋଗ ଦେଇଥିଲେ।

26 Aug 2021 By The Sakala

ପରିବର୍ତ୍ତନ ପ୍ରତି ଆଗ୍ରହ ହିଁ ଛାତ୍ରଛାତ୍ରୀଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରୂପାନ୍ତର ହେଉଛି ସ୍କୁଲ। ଆଜି ତୃତୀୟ ପର୍ଯ୍ୟାୟରେ ହିଞ୍ଜିଳିର ୧୦ଟି ବିଦ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିବା ସହ କହିଛନ୍ତି ଯେ ଏ ରୂପାନ୍ତର ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବାରେ ପ୍ରୋତ୍ସାହିତ କରିବ। ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ତୁମେମାନେ ବଡ ବଡ ସ୍ବପ୍ନ ଦେଖ । ତୁମ ଭିତରେ ଥିବା ବିପୁଳ ପ୍ରତିଭାକୁ ଉପଯୋଗ କରି ସ୍ବପ୍ନକୁ ସାକାର କର । ତୁମର ସଫଳତା ଆମ ସମାଜର, ବିଦ୍ୟାଳୟର ଓ ପରିବାରର ଗୌରବ। ତେଣୁ ତୁମ ଜୀବନର ଲକ୍ଷ୍ୟ ପୂରଣ ହେବା ପର୍ଯ୍ୟନ୍ତ ପରିଶ୍ରମ ଜାରି ରଖ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପିଲାମାନଙ୍କ ଖୁସି ଓ ଉତ୍ସାହରେ ସନ୍ତୋଷ ପ୍ରକାଶ କରି କହିଥିଲେ  ଯେ ସ୍କୁଲଗୁଡିକର ଏହି ନୂଆ ସୁଯୋଗ ଓ ନୂଆ ପରିବେଶ ପିଲାମାନଙ୍କୁ ସ୍କୁଲକୁ ଆସିବାପାଇଁ ଓ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିପାରିଛି। ପିଲାମାନଙ୍କର ଏହି ଆଗ୍ରହ ହିଁ ସେମାନଙ୍କ ସଫଳତା ପାଇଁ ନୂଆ ରାସ୍ତା ଖୋଲିବ । ତେଣୁ ଏହି ସମୟର ସଦୁପଯୋଗ କରି ନିଜ ପ୍ରତିଭାର ବିକାଶ ପାଇଁ ପିଲାମାନେ ଉଦ୍ୟମ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।

୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ୟ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ ଗୋଟିଏ ନିର୍ବାଚନ ମଣ୍ଡଳୀ ର ସମସ୍ତ ସରକାରୀ ବିଦ୍ୟାଳୟର ରୂପାନ୍ତରୀକରଣ ରେ ହିଞ୍ଜିଳି ସାରା ଦେଶରେ ପ୍ରଥମ ।  ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଆଜି ସୁଦ୍ଧା ୩୦ଟି ସ୍କୁଲ ଲୋକାର୍ପିତ ହୋଇଛି।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ୫ଟି ସଚିବ  ଭିକେ ପାଣ୍ଡିଆନ୍ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ଉଦଘାଟନ ହେଉଥିବା  ୧୦ ଟି ସ୍କୁଲରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅରୁଣ ସାହୁ ,  ତୁଷାର କାନ୍ତି ବେହେରା ସରକାରୀ ମୁଖ୍ୟ ସଚେତକ  ପ୍ରମିଳା ମଲ୍ଲିକ ,ଏମ୍ ପି ପ୍ରମିଳା ବିଶୋଇ ଯୋଗ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର